accident 1
ନୟାଗଡ଼ : ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ଅନ୍ତର୍ଗତ କରଡ଼ା ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହେବାରୁ ୪ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଚିରଞ୍ଜିବୀ ସାହୁ, ମଧୁସ୍ମିତା ସାହୁ, ଆଦିତ୍ୟ ସାହୁ ଓ କାର୍ ଡ୍ରାଇଭର ସନ୍ତୋଷ ନାୟକ। ସମସ୍ତଙ୍କ ଘର ନୟାଗଡ଼ ଜିଲ୍ଲା ନନ୍ଦିଘରରେ ।
ଚିରଞ୍ଜିବୀଙ୍କ ଝିଅ ନୟାଗଡ଼ରେ ପାଠ ପଢ଼େ। ଏଥିପାଇଁ ଚିରଞ୍ଜିବୀଙ୍କ ସମେତ ତାଙ୍କ ସ୍ତ୍ରୀ ଓ ପୁଅ ଝିଅକୁ ହଷ୍ଟେଲରେ ଛାଡ଼ିବାକୁ ଗତକାଲି ନୟାଗଡ଼ ଆସିଥିଲେ। ଝିଅକୁ ଛାଡ଼ି ଗତକାଲି ବିଳମ୍ବିତ ରାତିରେ ଘରକୁ ଫେରିଲା ବେଳେ କରଡ଼ା ନିକଟରେ ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ଡ୍ରାଇଭର ସମେତ ୪ ଜଣଙ୍କର ମୃତ୍ୟୁ ଘଟିଥିଲା।
ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଡ୍ରାଇଭରର ଆଖିଲାଗି ଯାଇଥିବା ଯୋଗୁ ଏହି ଦୁର୍ଘଟଣା ଘଟିଥାଇପାରେ ବୋଲି ଅନୁମାନ କରାଯାଉଛି।
ଚିରଞ୍ଜିବୀ ଏକ ରାଇସ ମିଲ୍ର ମାଲିକ ବୋଲି ଜଣାପଡ଼ିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/accident-1_1626689672.jpg)