Ecik7nwUYAEZXuh
ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ୪ଜଣଙ୍କ ମୃତ୍ୟୁ ହୋଇଛି। ସମସ୍ତ ମୃତକ ଗଞ୍ଜାମ ଜିଲ୍ଲାର। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି। ଏହାସହ ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୩୪ରେ ପହଞ୍ଚିଛି।
/odishatv-khabar/media/post_attachments/wp-content/uploads/2020/07/Capture-44.jpg)
ସେହିପରି ସୁନ୍ଦରଗଡ଼ ଓ ଭଦ୍ରକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ସେମାନଙ୍କ ମୃତ୍ୟୁର କାରଣ ଭିନ୍ନ ବୋଲି ସରକାର ଦର୍ଶାଇଛନ୍ତି।
/odishatv-khabar/media/post_attachments/wp-content/uploads/2020/07/Capture-55-1.jpg)
ଅନ୍ୟପକ୍ଷରେ ଓଡ଼ିଶାରେ ଆଉ ୭୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୫୬ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୪,୪୭୬ଜଣ ଚିକିତ୍ସାଧୀନ ଥିବାବେଳେ ୭,୪୦୭ଜଣ ସୁସ୍ଥ ହୋଇଛନ୍ତି। ୫୬ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୧୭ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି।
/odishatv-khabar/media/post_attachments/wp-content/uploads/2020/07/Capture-22.jpg)
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Ecik7nwUYAEZXuh_1626168420.jpg)