corona death
ଭୁବନେଶ୍ୱର : ରାଜ୍ୟରେ ସଂକ୍ରମଣ କମୁଥିଲେ ସୁଦ୍ଧା ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୩ ଜଣଙ୍କ ମୁଣ୍ଡ ନେଲା କରୋନା । ଫଳରେ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୩୦କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଅନୁସାରେ ଆଜି ବି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି ।
ଆଜି ନୟାଗଡ଼, ପୁରୀ, ବରଗଡ଼ରୁ ୫ ଲେଖାଏଁ ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୪, ଭଦ୍ରକ, ଗଞ୍ଜାମ ଓ କଟକରୁ ୩ ଲେଖାଏଁ ଲୋକ କରୋନାରେ ପ୍ରାଣ ହରାଇଛନ୍ତି । ଅନ୍ୟପଟେ ଅଦୃଶ୍ୟ ଭୂତାଣୁରେ କବଳିତ ହୋଇ ଢେଙ୍କାନାଳରୁ ୨ ଜଣଙ୍କ ଜୀବନ ଯାଇଥିବା ବେଳେ କେନ୍ଦୁଝର, ବାଲେଶ୍ୱରର, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ରୋଗୀଙ୍କ ଜୀବନ ଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/corona-death_1624866107.jpg)