ଭୁବନେଶ୍ୱର: କୋଭିଡ୍ ସଂକ୍ରମଣର ଚେନ୍ ଭାଙ୍ଗିବାକୁ ଓଡ଼ିଶାରେ କଟକଣାକୁ କଡ଼ାକଡ଼ି କରାଯାଇଛି। ଆସନ୍ତାକାଲିଠାରୁ ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ ଲାଗୁ ହେବ। ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର(ଏସ୍ଆର୍ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ରାଜ୍ୟର ସମସ୍ତ ସହରାଞ୍ଚଳରେ ଏହି କର୍ଫ୍ୟୁ ବଳବତ୍ତର ରହିବ। ପୂର୍ବରୁ ଛତିଶଗଡ଼ ସୀମାର ୧୦ଟି ଜିଲ୍ଲାର ସହାରାଞ୍ଚଳରେ ଲାଗୁ ହୋଇଥିବା ନାଇଟ୍ କର୍ଫ୍ୟୁର ଅବଧି ବଢ଼ିଛି। ସୀମାନ୍ତବର୍ତ୍ତୀ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ […]
ଭୁବନେଶ୍ୱର: ରାଜ୍ୟରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଉପର ମୁହାଁ ହେବାରେ ଲାଗିଛି କରୋନା ଗ୍ରାଫ। ଦିନକରେ ରାଜ୍ୟରେ ଦୈନିକ କରୋନା ପଚିଟିଭ୍ ସଂଖ୍ୟା ୩ ହଜାର ଟପିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩,୧୦୮ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବଲାଙ୍ଗିର, ଗଞ୍ଜାମ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା […]
ଏପ୍ରିଲ ୧୯ ତାରିଖରୁ ଦଶମ, ଦ୍ୱାଦଶ ଶ୍ରେଣୀର ସମସ୍ତ କ୍ଲାସ୍ ବନ୍ଦ ରାଜ୍ୟର ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ସ୍କୁଲ , ଇଂରାଜୀ ମାଧ୍ୟମ ସ୍କୁଲ ଏବଂ ହଷ୍ଟେଲ୍ ମଧ୍ୟ ବନ୍ଦ ରାଜ୍ୟର ସବୁ ବୋର୍ଡ ପରୀକ୍ଷା ସ୍ଥଗିତ ରାଜ୍ୟର ମାଟ୍ରିକ୍, ଦ୍ୱାଦଶ ଶ୍ରେଣୀ ପରୀକ୍ଷା ସ୍ଥଗିତ ଭୁବନେଶ୍ୱର: ଏପ୍ରିଲ ୧୯ ତାରିଖରୁ ଦଶମ, ଦ୍ୱାଦଶ ଶ୍ରେଣୀର ସମସ୍ତ କ୍ଲାସ୍ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ରାଜ୍ୟ ସହ ସହବନ୍ଧିତ ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ […]
ଭୁବନେଶ୍ୱର: ଚଳିତ ବର୍ଷ ଜୁନ୍ ୧୭ରୁ ୨୪ ମଧ୍ୟରେ Odisha Joint Entrance Examination (OJEE) ହେବ। ଏହି ପରୀକ୍ଷା କମ୍ପ୍ୟୁଟର ବେସ୍ଡ୍ ହେବ ବୋଲି OJEE କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଇଚ୍ଛୁକ ପ୍ରାର୍ଥୀ କେବଳ OJEE ୱେବ୍ସାଇଟ୍(www.ojee.nic.in)କୁ ଯାଇ ଫର୍ମ ଫିଲ୍ଅପ୍ କରିପାରିବେ। ଛାତ୍ରଛାତ୍ରୀମାନେ ଅନ୍ଲାଇନ୍ରେ ଆପ୍ଲିକେସନ୍ ଫର୍ମ ଫିଲ୍ଅପ୍ କରିବା ପୂର୍ବରୁ ‘Information Broucher’କୁ ଭଲ ଭାବରେ ପଢ଼ିବା ପାଇଁ କୁହାଯାଇଛି। ଓଜେଇଇ ୱେବ୍ସାଇଟ୍ରେ ‘Information Broucher’ ଉପଲ୍ଲବ୍ଧ। ଜରୁରୀ ସୂଚନା…. ଓଡ଼ିଶା ସରକାରଙ୍କ […]
ନୂଆପଡ଼ାରେ କାୟା ବିସ୍ତାର କରୁଛି କରୋନା ୯ ଦିନ ପର୍ଯ୍ୟନ୍ତ ଖଡ଼ିଆଳ ସହରର ସମସ୍ତ ଦୋକାନ, ବଜାର ବନ୍ଦ ଏହି ସମୟରେ ସକାଳ ୫ଟାରୁ ୧୦ଟା ପର୍ଯ୍ୟନ୍ତ ପନିପରିବା ଦୋକାନ ଖୋଲା ରହିବ ନୂଆପଡ଼ା: ଲଗାତାର ଭାବରେ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨,୯୮୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୧,୭୩୩ ଜଣ କ୍ୱାରେଣ୍ଟିନରେ ଥିବାବେଳେ ଲୋକାଲ କଣ୍ଟାକ୍ଟସ୍ ୧,୨୫୬ ରହିଛି। ନୂଆପଡ଼ା […]
୨୪ ଘଣ୍ଟାରେ ୧୨ ଜିଲ୍ଲାରେ ଝଡ଼ତୋଫାନ ସହ ବଜ୍ରପାତ ଆଶଙ୍କା ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଏହିସବୁ ଜିଲ୍ଲାକୁ ସତର୍କ ସୂଚନା ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି ଏପ୍ରିଲ ୧୬ରେ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ଝଡ଼ତୋଫାନ ସହ ବର୍ଷା ହୋଇପାରେ ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ୧୨ ଟି ଜିଲ୍ଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ଭାରତୀୟ ପାଣିପାଗ […]
ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ମ.ରାମପୁର ଥାନା ଅନ୍ତର୍ଗତ ରେଗଡ଼ା ଗାଁର ଜଣେ ଯୁବକ ନିଖୋଜ ହେବା ଓ ପରେ ଅର୍ଦ୍ଧଦଗ୍ଧ ଗଳିତ ମୃତଦେହ ଘଟଣାର ପର୍ଦ୍ଦାଫାଶ ହୋଇଛି। ନିଖୋଜ ଯୁବକକୁ ଜେସିବି ଚଢ଼ାଇ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇ ପୋତି ଦିଆଯାଇଥିଲା ଓ ପରେ ତାଙ୍କୁ ପୋଡ଼ି ଦିଆଯାଇଥିଲା। ଘଟଣାରେ ପୋଲିସ୍ ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ମୃତକ ହେଲେ ଶେଷଦେବ କମ୍ପ। ଗିରଫ ଦ୍ୱୟ ହେଲେ-ତ୍ରିଲୋଚନ ସାହୁ ଓ ସୁରେନ୍ଦ୍ର ସାହୁ। […]
୪ ଦିନ ପାଇଁ ସିନାପାଲି ଗ୍ରାମ ପଞ୍ଚାୟତକୁ ମାଇକ୍ରୋ କଣ୍ଟେନ୍ମେଣ୍ଟ ଜୋନ୍ ଭାବେ ଘୋଷଣା ଅତି ଜରୁରୀ ନଥିଲେ ୪ ଦିନ ପାଇଁ ସିନାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ନ ଯିବାକୁ ପରାମର୍ଶ ନୂଆପଡ଼ା: କରୋନାର ଦ୍ୱିତୀୟ ଲହର ଆସିବା ପରେ ନୂଆପଡ଼ା ଜିଲ୍ଲା ଛତିଶଗଡ଼ ସୀମା ସିନାପାଲିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଗତକାଲି ସିନାପାଲି ଗ୍ରାମ ପଞ୍ଚାୟତକୁ ୪ ଦିନ ପାଇଁ ମାଇକ୍ରୋ କଣ୍ଟେନ୍ମେଣ୍ଟ ଜୋନ୍ ଭାବେ ଘୋଷଣା […]
ପୁରୀ: ବଢ଼ି ଚାଲିଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ମାସ୍କ ଚେକିଂ କଡ଼ାକଡ଼ି ହୋଇଛି। ମାସ୍କ ଅମାନିଆଙ୍କ ପାଇଁ କିଛିଦିନ ତଳେ ଜରିମାନା ପରିମାଣ ରାଜ୍ୟ ସରକାର ବଢ଼ାଇଛନ୍ତି। ଯେଉଁମାନେ ମାସ୍କ ପିନ୍ଧି ନଥିବେ ଓ ପ୍ରଥମ ଏବଂ ୨ୟ ଥର ଧରାପଡ଼ିଲେ ସେମାନଙ୍କୁ ୨ ହଜାର ଟଙ୍କା ଜରିମାନା ଦେବାକୁ ପଡ଼ିବ। ପରବର୍ତ୍ତୀ ଥର ଧରାପଡ଼ିଲେ ୫ ହଜାର ଟଙ୍କା ଜରିମାନା ଦେବାକୁ ପଡ଼ିବ। ପୂର୍ବରୁ ପ୍ରଥମ ଓ ୨ୟ ଥର ପାଇଁ ଜରିମାନା […]
ଭୁବନେଶ୍ୱର: ରାଜ୍ୟରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତକାଲି ୧,୭୮୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ପାର୍ କରିଛି। ୨୪ ଘଣ୍ଟାରେ ରାଜ୍ୟରେ ୨,୨୬୭ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଯାଜପୁର, ଗଞ୍ଜାମ ଓ ବଲାଙ୍ଗିରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ […]
ବିଳମ୍ବିତ ରାତିରେ ହୋଟେଲ୍ ଛାଡ଼ିଲେ ୬ ପୋଲିସ୍ କର୍ମଚାରୀ ଗ୍ୟାଙ୍ଗଷ୍ଟର ହାଇଦରକୁ ଜଗିଥିବା ଏହି ୬ ପୋଲିସ୍ କର୍ମଚାରୀ କଟକ ମଙ୍ଗଳବାଗ ସ୍ଥିତ ଏକ ହୋଟେଲ୍ରେ ରହୁଥିଲେ ହାଇଦର ଫେରାର ଦିନ ହିଁ ଡ୍ୟୁଟି କରୁଥିବା ମହମ୍ମଦ ମୌସିମ ହୋଟେଲ ବୁକ୍ କରିଥିଲେ ରିମାଣ୍ଡରେ ଗଲା ଗ୍ୟାଙ୍ଗଷ୍ଟର ହାଇଦରର ସହଯୋଗୀ ୟାକୁବ ୧୭ ଦିନ ଧରି ଏସ୍ସିବିରେ ଚିକିତ୍ସାଧିନ ଅବସ୍ଥାରେ ବ୍ଲୁ ପ୍ରିଣ୍ଟ ତିଆରି କରିଥିଲା ହାଇଦର କଟକ: ଗ୍ୟାଙ୍ଗଷ୍ଟର ହାଇଦରକୁ ଜଗିଥିବା ପୋଲିସ୍ କର୍ମଚାରୀ ହୋଟେଲ […]
ଭୁବନେଶ୍ୱର: ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣାରେ ଏକ ଟ୍ୱିଷ୍ଟ ଆସିଛି। ହାଇଦରର ପୁରୁଣା ସହଯୋଗୀ ସଲ୍ଲୁ ଓରଫ ୟାକୁବ ଆଜି କଟକ ଚାଉଳିଆଗଞ୍ଜ ପୋଲିସ୍ ନିକଟରେ ଆତ୍ମସମର୍ପଣ କରିଛି। ସଲ୍ଲୁ ହାଇଦରର ବହୁ ପୁରୁଣା ସହଯୋଗୀ ବୋଲି କୁହାଯାଉଛି। କିଏ ଏହି ୟାକୁବ ? କେମିତି ହାଇଦର ସହ ତାର ସାକ୍ଷାତ ହୋଇଥିଲା ? ଏକ ବୋମାମାଡ ଘଟଣାରେ ୟାକୁବ ଜେଲ୍ ଯାଇଥିଲା। ସେଠାରେ ହାଇଦରର ପୁଅ ସହ ୟାକୁବର ଦେଖା ହୋଇଥିଲା। ସେହିଦିନ ଠାରୁ ୟାକୁବ […]
ଭଦ୍ରକ: ମାସ୍କ ଚେକିଂ ନାଁରେ ଭଦ୍ରକ ଜିଲ୍ଲା ଆରଡି ଫାଣ୍ଡି ପୋଲିସ୍ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ଅଭିଯୋଗ ହୋଇଛି। ଶନିବାର ଦିନ ବେତାଳି ଗାଁର ଶୁଭରଞ୍ଜନ ମେକାପ ନାମକ ଜଣେ ଯୁବକ ମନ୍ଦିର ଯାଇଥିବା ବେଳେ ମାସ୍କ ପିନ୍ଧି ନଥିବା ଅଭିଯୋଗରେ ପୋଲିସ୍ ତାଙ୍କୁ ମାଡ଼ ମାରି ଫାଣ୍ଡିରେ ଅଟକ ରଖିଥିଲା। ଫାଣ୍ଡି ଭିତରେ ଯୁକ୍ତି ତର୍କ ଭିତରେ ମୋବାଇଲ ବାହାର କରିବାରୁ ହଠାତ୍ ୫ରୁ ୬ ଜଣ ପୋଲିସ ଅଧିକାରୀ ତାଙ୍କ ଉପରକୁ ଆକ୍ରମଣ କରି […]
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ଏକ ଘରୋଇ ନର୍ସିଂହୋମ୍ରେ ଗତକାଲି ଏକ ଅଦ୍ଭୁତ ଶିଶୁ କନ୍ୟା ଜନ୍ମ ନେଇଛି l ଶିଶୁଟିର ଦୁଇଟି ମୁଣ୍ଡ ରହିଥିବା ବେଳେ ୩ଟି ହାତ, ୪ଟି ଆଖି ଓ ୪ଟି କାନ ରହିଛି l ଗତକାଲି ଦିନ ୧୧ଟାରେ ଶିଶୁଟି ଜନ୍ମ ହେବା ପରେ ତାଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ଶିଶୁଟିକୁ କଟକ ଶିଶୁ ଭବନକୁ ସ୍ଥାନାନ୍ତର କରାଯାଇଥିଲା। କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା କଣୀ ଗାଁର […]
ଭୁବନେଶ୍ୱର: ରାଜ୍ୟରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତକାଲି ୧,୩୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୧,୭୪୧ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରେ ୧,୦୧୫ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍ ୭୨୬ ରହିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୨୬୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୦୪ ଜଣ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ […]
ପିପିଲି: ଡେଲାଙ୍ଗ ନିର୍ବାଚନୀ ହିଂସା ମାମଲାରେ ପୋଲିସ ୨ ଜଣଙ୍କୁ ଗିରଫ କରିଛି। ଜେନାପୁର ବ୍ରାହ୍ମଣବାଡ଼ ଗାଁରେ ଗତକାଲି ନିର୍ବାଚନ ପ୍ରଚାର ବେଳେ ଏହି ହିଂସାକାଣ୍ଡ ଘଟିଥିଲା। ଏଥିରେ ୩ ଜଣ ଆହତ ହୋଇଥିଲେ। ଆହତଙ୍କ ମଧ୍ୟରୁ ୨ ଜଣଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ୩ ଜଣ ବିଜେପି କର୍ମୀଙ୍କୁ ବିଜେଡି କର୍ମୀ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଭୁବନେଶ୍ୱର ଏମ୍ସ ଯାଇ ଆହତଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। […]
ନୀଳଗିରି: ଭଡ଼ା ନେବା କଥାକୁ କେନ୍ଦ୍ର କରି ହସ୍ପିଟାଲ୍ ପରିସର ପାଲଟିଲା ରଣକ୍ଷେତ୍ର। ମାର୍ପିଟ୍ ସହ ମୁଣ୍ଡଫଟା ଫଟି ତାହା ବି ପୁଣି ହସ୍ପିଟାଲ ପରିସରରେ। ଏଭଳି କିଛି ଅଭାବନୀୟ ଦୃଶ୍ୟ ବାଲେଶ୍ୱର ଜିଲ୍ଲା ନୀଳଗିରି ମେଡିକାଲ ପରିସରରେ ଦେଖିବାକୁ ମିଳିଛି। ହସ୍ପିଟାଲ୍ରୁ ଜଣେ ରୋଗୀ ଡିସ୍ଚାର୍ଜ ହେବାପରେ ଭଡ଼ାରେ ତାଙ୍କୁ ଘରେ ଛାଡ଼ିବା ପାଇଁ ଦୁଇ ଘରୋଇ ଆମ୍ବଲାନ୍ସ ଗାଡ଼ିର ମାଲିକ ଏବଂ ଡ୍ରାଇଭରଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ହୋଇଥିଲା। ସୂଚନା ଅନୁସାରେ, ପେଟରେ ଯନ୍ତ୍ରଣା […]
ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣାରେ କାର୍ଯ୍ୟାନୁଷ୍ଠାନ ଜଣେ ହାବିଲଦାର ଓ ୫ ଜଣ କନଷ୍ଟେବଲ୍ ସସ୍ପେଣ୍ଡ୍ ଡିଜିପିଙ୍କ ଉଚ୍ଚସ୍ତରୀୟ ବୈଠକ ସବୁ ଜିଲ୍ଲାର ଏସ୍ପିଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ କଟକ: କଟକ ଏସ୍ସିବିରେ ଚିକିତ୍ସାଧୀନ ଅବସ୍ଥାରେ ଚମ୍ପଟ୍ ମାରିଥିବା ଗ୍ୟାଙ୍ଗଷ୍ଟର ହାଇଦରକୁ ଧରିବା ଲାଗି ୫ରୁ ଊର୍ଦ୍ଧ୍ୱ ଟିମ୍କୁ ନେଇ ବଡ଼ ଧରଣର ସର୍ଚ୍ଚ ଅପରେସନ ଆରମ୍ଭ କରିଛି ପୋଲିସ୍। ତେବେ ହାଇଦର ଫେରାର ହେବା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ହାଇଦରର ସୁରକ୍ଷା ଦାୟିତ୍ୱରେ ଥିବା […]
ଯାଜପୁର/ଆନନ୍ଦପୁର: ରାଜ୍ୟରେ ଆଜି ୨ଟି ସ୍ଥାନରେ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଦମ୍ପତି ଓ ଅନ୍ୟ ଜଣେ ଟ୍ରକ୍ ମାଲିକ ଅଛନ୍ତି। ଦୁର୍ଘଟଣାରେ ୮ ବର୍ଷର ଝିଅ ଗୁରୁତର ଆହତ ହୋଇ ମେଡିକାଲ୍ରେ ଭର୍ତ୍ତି ହୋଇଛନ୍ତି। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ NH-୧୬ ନେଉଳପୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ସ୍ୱାମୀସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କର ୮ […]
ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୩୭୯ ନୂଆ କରୋନା ପଜିଟିଭ୍ ଚିହ୍ନଟ କ୍ୱାରେଣ୍ଟିନରେ ୮୦୮ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍ ୫୭୧ ରହିଛି ସୁନ୍ଦରଗଡ଼ରୁ ସର୍ବାଧିକ ୩୧୭ ଜଣ ଆକ୍ରାନ୍ତ ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୯,୫୬୧ରେ ପହଞ୍ଚିଲା ଭୁବନେଶ୍ୱର: ରାଜ୍ୟରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତକାଲି ୧,୩୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୧,୩୭୯ ନୂଆ କରୋନା […]
ସୁରକ୍ଷାକର୍ମୀଙ୍କୁ ନିଶା ଦେଇ ମେଡିକାଲ୍ରୁ ଖସି ପଳାଇଲା ଗ୍ୟାଙ୍ଗଷ୍ଟର ହାଇଦର ହାର୍ଡକୋର କ୍ରିମିନାଲ୍ ହାଇଦରକୁ ଖୋଜିବା ପାଇଁ ଏକାଧିକ ସ୍ପେଶାଲ ସ୍କ୍ୱାଡ୍ କଟକ ସହର ସୀମା ସିଲ୍ ଆଲର୍ଟରେ ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା ପୋଲିସ୍ କେନ୍ଦ୍ରାପଡ଼ା ପୋଲିସ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ଜୋରଦାର ଚେକିଂ କଟକ: କଟକ ଏସ୍ସିବିରେ ଚିକିତ୍ସାଧୀନ ଅବସ୍ଥାରେ ଚମ୍ପଟ୍ ମାରିଥିବା ଗ୍ୟାଙ୍ଗଷ୍ଟର ହାଇଦର ଅଲ୍ଲୀର ଏବେବି କୌଣସି ପତ୍ତା ମିଳିପାରି ନାହିଁ। କାଲି ସନ୍ଧ୍ୟାରୁ ହାଇଦର ନିଖୋଜ ଥିବାବେଳେ ବର୍ତ୍ତମାନ ସୁଦ୍ଧା […]
ପୁରୀ: ପୁଣି ଚର୍ଚ୍ଚାରେ ପୁରୀ ଏମାର ମଠ। ଗତକାଲି ଏମାର ମଠରୁ ବହୁ ପୁରାତନ ଓ ମୂଲ୍ୟବାନ କାରୁକାର୍ଯ୍ୟ ହୋଇଥିବା ରୂପା ତାରକସିର ସାମଗ୍ରୀ ମିଳିଥିବା ବେଳେ ଆଜି ରୂପା ଇଟା ମିଳିଥିବା ସୂଚନା ମିଳିଛି। ଏମାର ମଠର ୪ନଂ କୋଠରୀରୁ ୮ ଖଣ୍ଡ ରୂପା ଇଟା ମିଳିଥିବା ନେଇ ଖବର ସାମ୍ନାକୁ ଆସିବାର କିଛି ସମୟ ପରେ ଆଉ ୩୭ ଖଣ୍ଡ ରୂପା ଇଟା ମିଳିଥିବା ସୂଚନା ମିଳିଛି। ଏହାସହ କିଛି ପିତ୍ତଳ ଗରା ମଧ୍ୟ […]
ଭୁବନେଶ୍ୱର: ରାଜ୍ୟରେ ଆଉ ୨ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା। କରୋନାରେ ଆଜି ରାଜ୍ୟରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କେନ୍ଦ୍ରାପଡ଼ା ଓ ବଲାଙ୍ଗିର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଫଳରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୯୨୬ରେ ପହଞ୍ଚିଛି। ଗତକାଲି ରାଜ୍ୟରେ ୧,୨୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକ ଜଣକ ଗଞ୍ଜାମ ଜିଲ୍ଲାର। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧,୩୭୪ ନୂଆ କରୋନା […]
ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ୩ ଦିନ ଯାଏ କାଳବୈଶାଖୀ ସମ୍ଭାବନା ଥିବାବେଳେ ଆଜି ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଗଜପତି, ଗଞ୍ଜାମ, କନ୍ଧମାଳ, ମାଲକାନଗିରି, କୋରାପୁଟ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି କରାଯାଇଛି। ଏହି ୧୨ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ […]
ଓଡ଼ିଶା ଆସୁଥିବା ରେଳଯାତ୍ରୀଙ୍କ ପାଇଁ RTPCR ଟେଷ୍ଟ ବାଧ୍ୟତାମୂଳକ ରେଳ ଯାତ୍ରାର ୭୨ ଘଣ୍ଟା ପୂର୍ବରୁ RTPCR ଟେଷ୍ଟ କରାଇବେ ଯାତ୍ରୀ ଯେଉଁ ଯାତ୍ରୀଙ୍କ ରିପୋର୍ଟ ନେଗେଟିଭ୍ ଆସିଥିବ, ସେମାନଙ୍କୁ ହିଁ କେବଳ ଟ୍ରେନ୍ରେ ଯାତ୍ରା ପାଇଁ ଅନୁମତି ମିଳିବ ଭୁବନେଶ୍ୱର: ଦେଶର ବିଭିନ୍ନ ସ୍ଥାନରୁ ଓଡ଼ିଶା ଆସୁଥିବା ରେଳଯାତ୍ରୀଙ୍କ ପାଇଁ RTPCR ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି। ଆଜିଠୁ ଏହି ନିୟମ ଲାଗୁ ହେବ ବୋଲି ପୂର୍ବତଟ ରେଲ୍ୱେ କହିଛି। ରେଳ ଯାତ୍ରାର ୭୨ ଘଣ୍ଟା ପୂର୍ବରୁ […]