ଚିତ୍ରକୋଣ୍ଡା: ନିଜ ସର୍ଭିସ୍ ରିଭଲ୍ଭର୍ରୁ ଗୁଳି ଫୁଟାଇ ଜଣେ BSF ଯବାନ ଆତ୍ମହତ୍ୟା କରିଛନ୍ତି। ମାଲକାନଗିରି ଚିତ୍ରକୋଣ୍ଡା ଥାନା ନିକଟ BSF କ୍ୟାମ୍ପରେ ଏହି ଅଘଟଣ ଘଟିଛି। ଆତ୍ମହତ୍ୟା କରିଥିବା ଯବାନଙ୍କ ନାଁ ଶେଷ କର୍ଣ୍ଣ। ତାଙ୍କ ଘର ଘର ରାଜସ୍ଥାନରେ ବୋଲି ଜଣାପଡ଼ିଛି। ଚିତ୍ରକୋଣ୍ଡା ୯ ନମ୍ବର ବାଟାଲିଅନ୍ରେ ସେ କାର୍ଯ୍ୟରତ ଥିଲେ। ତେବେ କେଉଁ କାରଣରୁ ଯବାନ ଜଣଙ୍କ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ।
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ହେମଗିରି ବ୍ଲକ୍ ଅନ୍ତର୍ଗତ ରମ୍ପିଆ ଗାଁ ନିକଟ ରେଳ ଧାରଣା ପାର୍ଶ୍ୱରୁ ଏକ କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି। ଗତକାଲି ବାଘଟି ଗାଁରେ ପଶି ଲୋକମାନଙ୍କୁ ଆକ୍ରମଣ କରିଥିଲା। ଏଥିରେ ୪ ଜଣ ଆହତ ହୋଇଥିଲେ। ସମସ୍ତ ଆହତ ହେମଗିରି ମେଡିକାଲ୍ରେ ଏବେ ଚିକିତ୍ସାଧୀନ ଅଛନ୍ତି। ତେବେ ଆଜି ସକାଳେ ରମ୍ପିଆ ନିକଟ ରେଳ ଧାରଣା ପାର୍ଶ୍ୱରୁ ବାଘର ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ବନ କର୍ମଚାରୀଙ୍କ ସହ ସୁନ୍ଦରଗଡ଼ ଡିଏଫ୍ଓ […]
ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୩୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୩୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୮୧୫ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୫୨୨ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୨୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୯,୦୧୮ରେ ପହଞ୍ଚିଛି।
ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୯ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୫ଜଣ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। Regret to inform of the demise of nine Covid positive patients while under treatment in hospitals. 1. A 42 year old Male of […]
ଭୁବନେଶ୍ୱର: ଆଜି ଟ୍ୱିନ୍ ସିଟିରେ ୨ ମିନିଟ୍ ପାଇଁ ବନ୍ଦ ରହିବ ଟ୍ରାଫିକ୍। ସନ୍ଧ୍ୟା ୬ଟାରୁ ୬ଟା ୨ ମିନିଟ୍ ପର୍ଯ୍ୟନ୍ତ ସମସ୍ତ ଟ୍ରାଫିକ୍କୁ ବନ୍ଦ କରାଯିବ ବୋଲି ସୂଚନା ମିଳିଛି। କରୋନା ଯୋଦ୍ଧାଙ୍କ ପାଇଁ ନୀରବ ପ୍ରାର୍ଥନା ଲାଗି ଏପରି ପଦକ୍ଷେପ ନିଆଯାଇଛି । ଟ୍ରାଫିକ୍ ବନ୍ଦ ନେଇ କମିଶନରେଟ୍ ପୋଲିସ୍ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। Traffic will stop from 6PM to 6:02PM today for facilitating people to […]
ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଖୋଲିଛି ଯୋଗକେନ୍ଦ୍ର ଏବଂ ଜିମ୍ ସେଣ୍ଟର। ମାର୍ଚ୍ଚ ମାସରେ କରୋନା ଲକ୍ଡାଉନ୍ ଆରମ୍ଭ ହେବା ପରଠୁ ସାରା ଦେଶରେ ବନ୍ଦ ଥିଲା ଯୋଗ ଓ ଜିମ୍ ସେଣ୍ଟର। ପ୍ରାୟ ୪ ମାସ ପରେ ସେସବୁ ଆଜି ଖୋଲିଛି। ଏଥିପାଇଁ ସ୍ୱତନ୍ତ୍ର ଗାଇଡଲାଇନ୍ ଜାରି କରିଛନ୍ତି କେନ୍ଦ୍ର ସରକାର। କେବଳ କଣ୍ଟେନମେଣ୍ଟ ଜୋନ୍ ବାହାରେ ଥିବା ଜିମ୍ ଓ ଯୋଗକେନ୍ଦ୍ରକୁ ଅନୁମତି ମିଳିଛି। ଉଭୟ ଯୋଗ ଶିବିର ଏବଂ ଜିମ୍ ସେଣ୍ଟରରେ ୬୫ […]