ଭୁବନେଶ୍ୱର ଉପକଣ୍ଠରେ କୁନି ପିଲାଟିକୁ ଲୋମଟାଙ୍କୁରା ନିର୍ଯାତନା ଦିଆଯାଇଥିବା ଜଣାପଡ଼ିଛି। ଦ୍ୱିତୀୟ ପତ୍ନୀ ସହ ମିଶି ଖୋଦ୍ ବାପାଟିଏ କଅଁଳ ପିଲାଟିକୁ ଅମାନବୀୟ ଅତ୍ୟାଚାର କରିଥିବା ଅଭିଯୋଗ ହୋଇଛି। କେବେ ଶିକୁଳିରେ ବାନ୍ଧି ମାଡ଼ ତ ଆଉ କେବେ ଗରମ ପାଣିରେ ହାତ ବୁଡ଼ାଇ ଦଣ୍ଡ ଦେଇଛି
ରାଷ୍ଟ୍ରପତି ଭବନରେ ଶପଥ ନେଉଛନ୍ତି ମୋଦି ସରକାରର ମନ୍ତ୍ରୀ। ଓଡ଼ିଶାରୁ କେନ୍ଦ୍ର କ୍ୟାବିନେଟ୍ ମନ୍ତ୍ରୀ ଭାବରେ ଶପଥ ନେଲେ ଅଶ୍ୱିନୀ ବୈଷ୍ଣବ। ଶ୍ରୀ ବୈଷ୍ଣବ ରାଜ୍ୟସଭାରୁ ସାଂସଦ ଭାବରେ ନିର୍ବାଚିତ ହୋଇଛନ୍ତି
କଟକ ଏସସିବି ମେଡିକାଲରେ ଲାଗିବ ୯ ଇକମୋ ମେସିନ୍।ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। ଓଡ଼ିଶାକୁ ୯ଟି ଇକମୋ ମେସିନ୍ ଆସିବ। ଆସିବାକୁ ଥିବା ସମସ୍ତ ମେସିନ୍ ଏସସିବିରେ ହିଁ ଲାଗିବ
ରାଜଧାନୀ ଭୁବନନେଶ୍ୱରରେ ଚା ଦୋକାନୀଙ୍କ ନାବାଳକ ପୁଅକୁ ପିସିଆର ଭ୍ୟାନ୍ ଟିମ୍ ମାଡ଼ ମାରିବା ଘଟଣା ମାମଲାରେ ୨ଜଣ ହୋମାଗାର୍ଡଙ୍କୁ ବହିଷ୍କାର କରାଯାଇଥିବା ସୂଚନା ମିଳିଛି। ମାମଲାରେ ଜଣେ OAPF ର ଯବାନ ସସପେଣ୍ଡ ହୋଇଛନ୍ତି
ଟିକା ପାଇଁ ଠେଲାପେଲା । କୋଭିଡ୍ ଟିକା ପାଇଁ ହାଉଜାଉ ସ୍ଥିତି । ଅଧିକାଂଶ ଟିକାକରଣ କେନ୍ଦ୍ରରେ ଅସମ୍ଭାଳ ଭିଡ଼ ସାଙ୍ଗକୁ ଠେଲାପେଲା ପରିସ୍ଥିତି । ଏମିତିକି କିଛି ସ୍ଥାନରେ ଲୋକେ ରାତି ଅନିଦ୍ରା ହୋଇ ଟିକା ପାଇଁ ଲାଇନ୍ ଲଗାଉଥିବା ଦେଖିବାକୁ ମିଳିଛି । ଠେଲାପେଲା ଭିତରେ ଜଣେ ମହିଳାଙ୍କର ପଞ୍ଜରା ହାଡ଼ ଭାଙ୍ଗିଯାଇଛି ।
ଆଜି ସନ୍ଧ୍ୟାରେ ମୋଦିଙ୍କ ଟିମର ନବକେଳବର । ନୂତନ କ୍ୟାବିନେଟରେ କାହାକୁ ମିଳିବ ମନ୍ତ୍ରୀପଦ ? ଏପରି କଳ୍ପନା ଜଳ୍ପନା ମଧ୍ୟରେ ମୟୂରଭଂଜ ସାଂସଦ ବିଶ୍ୱେଶ୍ୱର ଟୁଡୁଙ୍କ ନାଁ ଚର୍ଚ୍ଚାରେ ରହିଥିଲା । କେନ୍ଦ୍ରମନ୍ତ୍ରୀ ହୋଇପାରନ୍ତି ମୟୂରଭଂଜ ସାଂସଦ ।
ପେଟ୍ରୋଲ ଡିଜେଲ, ରନ୍ଧନ ଗ୍ୟାସ୍ ଏବଂ ଅତ୍ୟାବଶ୍ୟକ ଜିନିଷ ଦର ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଛି କଂଗ୍ରେସ । ଭୁବନେଶ୍ୱରରେ ଶତାଧିକ କଂଗ୍ରେସ ନେତା ଓ କର୍ମୀ ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି । ଖୋର୍ଦ୍ଧା ଉପ ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ଘଣ୍ଟ, ଗିନି, ଖଞ୍ଜଣି ବଜାଇ ପ୍ରତିବାଦ କରିଛନ୍ତି । ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଜନମାରଣ ନୀତି ବିରୋଧରେ ଏଭଳି ଭିନ୍ନ ଢଙ୍ଗରେ ପ୍ରତିବାଦ କରିଛନ୍ତି ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଓ ଛାତ୍ର କଂଗ୍ରେସ କର୍ମକର୍ତ୍ତା ।
ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟ ତଥା ହାଇସ୍କୁଲରେ ଖାଲି ପଡ଼ିଥିବା ୧୦ ହଜାର ଶିକ୍ଷକ ପଦ ପୂରଣ ହେବ । ୪ ହଜାର ୪ଶହ ୪୫ ହିନ୍ଦୀ, ସଂସ୍କୃତ, ଶାରିରୀକ ଶିକ୍ଷା ଶିକ୍ଷକଙ୍କ ସମେତ ୬ ହଜାର ଟ୍ରେଣ୍ଡ୍ ଗ୍ରାଜୁଏଟ୍ ଟିଚର ନିଯୁକ୍ତି ଲାଗି ରାଜ୍ୟ ସରକାର ଯୋଜନା କରିଛନ୍ତି । ପ୍ରଥମ ଥର ପାଇଁ ଏତେ ଶିକ୍ଷକଙ୍କୁ ପ୍ରବେଶିକା ପରୀକ୍ଷା ମାଧ୍ୟମରେ ଚୟନ କରାଯିବ । ଏହି ପ୍ରବେଶିକା ପରୀକ୍ଷା ସିବିଟି ବା କମ୍ପ୍ୟୁଟର ବେସଡ୍ ଟେଷ୍ଟ ମାଧ୍ୟମରେ ହେବ ।
ଆଜି ସନ୍ଧ୍ୟାରେ ମୋଦିଙ୍କ ଟିମର ନବକେଳବର । ନୂତନ କ୍ୟାବିନେଟରେ କାହାକୁ ମିଳିବ ମନ୍ତ୍ରୀପଦ ? ଏପରି କଳ୍ପନା ଜଳ୍ପନା ମଧ୍ୟରେ ମୟୂରଭଂଜ ସାଂସଦ ବିଶ୍ୱେଶ୍ୱର ଟୁଡୁଙ୍କ ନାଁ ଚର୍ଚ୍ଚାରେ ରହିଛି । କେନ୍ଦ୍ରମନ୍ତ୍ରୀ ହୋଇପାରନ୍ତି ମୟୂରଭଂଜ ସାଂସଦ । ବର୍ତ୍ତମାନ ବିଜେପି ରାଷ୍ଟ୍ରିୟ ସମ୍ପାଦକ ଭାବେ ଦାୟିତ୍ୱ ତୁଲାଉଛନ୍ତି ବିଶ୍ୱେଶ୍ୱର । ସେ ଏବେ ଦିଲ୍ଲୀରେ ଥିବାବେଳେ ତାଙ୍କର କରୋନା ଟେଷ୍ଟ ହୋଇସାରିଛି । ୨୦୧୯ ଲୋକସଭା ନିର୍ବାଚନରେ ମୟୁରଭଞ୍ଜ ନିର୍ବାଚନ ମଣ୍ଡଳୀରୁ ବିଜେପି ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ । ଏହି ନିର୍ବାଚନରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଦେବାଶିଷ ମାରାଣ୍ଡିଙ୍କୁ ୨୫,୨୫୬ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।
କରୋନା ସଂକ୍ରମଣର ପ୍ରଭାବ ରାଜ୍ୟରେ କମୁଥିଲେ ହେଁ ସନ୍ତୋଷଜନକ ନୁହେଁ। ଅନ୍ୟପକ୍ଷେ ମୃତ୍ୟୁ ସଂଖ୍ୟାରେ ଏବେ ବି ଲାଗି ପାରୁନି ରୋକ। ଦିନକୁ ଦିନ ବଢୁଛି ମୃତ୍ୟୁ ସଂଖ୍ୟା। ଆଜି ରାଜ୍ୟରୁ ସର୍ବାଧିକ ମୃତ୍ୟୁ ସଂଖ୍ୟା ସାମ୍ନାକୁ ଆସିଛି।
କରୋନା କଟକଣା ଯୋଗୁଁ ବିବାହ, ବତ୍ର ଘର ସହ ସାଂସ୍କୃତିକ କାର୍ଯ୍ୟକ୍ରମରେ ଆଉ ବାଜୁନି ବାଦ୍ୟ । ଫଳରେ ଏହା ଉପରେ ନିର୍ଭର କରୁଥିବା ବ୍ୟାଣ୍ଡ ପାର୍ଟି ମାଲିକ ଓ କର୍ମଚାରୀଙ୍କ ଆର୍ଥିକ ଅବସ୍ଥା ଦୋହଲି ଯାଇଛି । ଗଞ୍ଜାମ ଓ କଟକ ଜିଲ୍ଲାରେ ଶହ ଶହ ମ୍ୟୁଜିକ୍ ଆର୍ଟିଷ୍ଟ ଏବେ ଚିନ୍ତାରେ । ଗତ ଦୁଇ ବର୍ଷ ହେଲା ବାରମ୍ବାର ଲକଡାଉନ ସଟଡାଉନ ମଧ୍ୟରେ ବେପାର ପୁରା ଠପ୍ । ଫଳରେ କିଭଳି ପରିବାର ଚଳାଇବେ, ସେହି ଚିନ୍ତା ଏବେ ସେମାନଙ୍କୁ ଘାରିଛି ।
କେଉଁଠି ଟିକିଏ ଭୂମି ପାଇଁ ରକ୍ତର ନଦୀ ବହୁଛି ତ କେଉଁଠି ଟଙ୍କା ପାଇଁ ମୁଣ୍ଡ ଗଡୁଛି। ଅନ୍ତରଙ୍ଗ ସମ୍ପର୍କ ସବୁ ଏଠି ସ୍ୱାର୍ଥ ପାଖରେ ବଳି ପଡ଼ୁଛି । ଏପରି ଏକ ସ୍ଥିତିରେ ଭଲ ଖବରଟିଏ ସାମ୍ନାକୁ ଆସିଛି । ଜଗନ୍ନାଥ ଧାମ ପୁରୀରୁ ଆସିଥିବା ଏଇ ଖବରଟି ଆମକୁ ବାର୍ତ୍ତା ଦେଉଛି ଯେ ଦୁନିଆରେ ଭଲ ମଣିଷ ଅଛନ୍ତି, ମାନବିକତା, ସହୃଦୟତା ବଞ୍ଚିଛି ।
ରାଜ୍ୟରେ ଥମୁନି କରୋନା ମୃତ୍ୟୁ ସଂଖ୍ୟା। ଆଜି ରାଜ୍ୟରେ ସର୍ବାଧିକ ୫୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନାଜନିତ ମୋଟ ମୃତ୍ୟୁ ସଂଖ୍ୟା ୪ ହଜାର ୩୫୮କୁ ବୃଦ୍ଧି ପାଇଛି ।
ପେଟ୍ରୋଲ ଡିଜେର ଦର ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ । ଆଜିଠାରୁ ୧୭ ତାରିଖ ଯାଏ ରାଜ୍ୟବ୍ୟାପୀ ବିକ୍ଷୋଭ କରିବାକୁ ଦଳ ନିଷ୍ପତ୍ତି ନେଇଛି । ପର୍ଯ୍ୟାୟକ୍ରମେ ଏହି ଆନ୍ଦୋଳନ କରାଯିବ । ଆଜି ସବୁ ବ୍ଲକରେ ବିକ୍ଷୋଭ କରିବେ କଂଗ୍ରେସ କର୍ମୀ
ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଦୁର୍ନୀତି ପ୍ରତିବାଦରେ ବିଜେପିର ଆନ୍ଦୋଳନ । ଆଜିଠାରୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ବ୍ଲକ ଆଗରେ ଦଳ ବିକ୍ଷୋଭ କରିବ । ଦଳ ପକ୍ଷରୁ ଅଭିଯୋଗ କରାଯାଇଥିଲା ଯେ, ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହଜାରେ କୋଟି ଟଙ୍କାର ଦୁର୍ନୀତି ହୋଇଛି ।
ଆଜି ସଂଧ୍ୟାରେ କେନ୍ଦ୍ର ମନ୍ତ୍ରିମଣ୍ଡଳର ସଂପ୍ରସାରଣ । ଯେଉଁମାନେ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବାର ସମ୍ଭାବନା ଅଛି, ସମସ୍ତଙ୍କୁ ଦିଲ୍ଲୀରୁ ଡକରା ଆସିଛି । ହେଲେ ସେମାନେ ଖୋଲାଖୋଲି କିଛି କହୁ ନାହାନ୍ତି । ଗଣମାଧ୍ୟମର ପ୍ରଶ୍ନକୁ ଏଡ଼ାଇ ଦେଇଛନ୍ତି ।
କୋଭିଡ୍ ଟିକା ପାଇଁ ହାଉଜାଉ ସ୍ଥିତି । ଅଧିକାଂଶ ଟିକାକରଣ କେନ୍ଦ୍ରରେ ଅସମ୍ଭାଳ ଭିଡ଼ ସାଙ୍ଗକୁ ଠେଲାପେଲା ପରିସ୍ଥିତି । ଏମିତିକି କିଛି ସ୍ଥାନରେ ଲୋକେ ରାତି ଅନିଦ୍ରା ହୋଇ ଟିକା ପାଇଁ ଲାଇନ୍ ଲଗାଉଥିବା ଦେଖିବାକୁ ମିଳିଛି । କୋଭିଡ୍ର ସମସ୍ତ କଟକଣାକୁ ଫୁ’ କରି ସତେ ଯେମିତି ଟିକା ପାଇଁ ଚାଲିଛି ପ୍ରତିଯୋଗିତା ।
ପ୍ରେମ ପ୍ରତାରଣାରୁ ପ୍ରଚଣ୍ଡ ପ୍ରତିଶୋଧ? ନା ଏକତରଫା ପ୍ରେମରୁ ଜଘନ୍ୟ କାଣ୍ଡ? ଭୁବନେଶ୍ୱର ଭୀମଟାଙ୍ଗୀ ମହିଳା ହତ୍ୟାକାଣ୍ଡର କାରଣକୁ ନେଇ ଚର୍ଚ୍ଚା ଭୀମଟାଙ୍ଗୀ ଫେଜ୍ ଓ୍ୱାନରେ ରହୁଥିବା ଯାଜପୁର କୁଆଖିଆ ଅଞ୍ଚଳର ୨୬ ବର୍ଷୀୟ ମହିଳା ପ୍ରିୟଙ୍କା ପ୍ରିୟଦର୍ଶନୀ ସାହୁଙ୍କ ହତ୍ୟାକୁ ୨୪ ଘଣ୍ଟା ବିତିଯାଇଥିବା ବେଳେ ମିଳିପାରିନି ସ୍ପଷ୍ଟ ଚିତ୍ର
ଟିକା ମିଳିଗଲା ତ ଭଲ କଥା, ନହେଲେ ଆାଉ ଗୋଟିଏ ଦିନର ଯୁଦ୍ଧକୁ ଅପେକ୍ଷା ରହିଛି। ଢେଙ୍କାନାଳରେ ବି ସମାନ ଚିତ୍ର ଦେଖିବାକୁ ମିଳିଛି। ପ୍ରବଳ ଭିଡ଼ ସାଙ୍ଗକୁ ପାଟିତୁଣ୍ଡ,ହୋ ହାଲ୍ଲା ବି ହୋଇଛି। ଗତକାଲି ମଧ୍ୟ ଟିକା ପାଇଁ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ଜଗତସିଂହପୁର ଓ ଗଂଜାମ ଜିଲ୍ଲାରେ ଅନଲାଇନ୍ ସହ ଅନ୍ସାଇଟ୍ ପଂଜୀକରଣ ଦ୍ୱାରା ଟିକା ଦେବା ପ୍ରକ୍ରିୟା ଆରମ୍ଭ ହେବାପରେ ରାଜ୍ୟବ୍ୟାପୀ ଏବେ ଏଭଳି ଚିତ୍ର ଦେଖିବାକୁ ମିଳୁଛି।
ପୁଣି ଖାକିରେ ଲାଗିଲା କଳଙ୍କ, ଓଏପିଏଫ କର୍ମଚାରୀଙ୍କ ନାଁରେ ଲଭ ସେକ୍ସ ଧୋକା ଅଭିଯୋଗ ହୋଇଛି। ସୁରକ୍ଷା ଦାୟିତ୍ୱ ବହନ କରୁଥିବା ପୋଲିସ ବିଭାଗର ଜଣେ କର୍ମଚାରୀ ବିଧବା ମହିଳାଙ୍କୁ ଧୋକା ଦେଇଥିବା ଅଭିଯୋଗ ହୋଇଛି । ଏନେଇ ମହିଳା ଜଣକ ଥାନାରେ ଅଭିଯୋଗ କରିବା ପରେ ସଂପୃକ୍ତ ପୋଲିସ କର୍ମଚାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଏଭଳି ଘଟଣା ଧର୍ମଶାଳା ଥାନା ଅଂଚଳରେ ଚର୍ଚ୍ଚାର ବିଷୟ ପାଲଟିଛି
ରଥଯାତ୍ରାରେ ଗଜପତି କରିବେ ଛେରାପହଁରା । ସ୍ନାନପୂର୍ଣ୍ଣମାରେ ଛେରାପହଁରା କରିନଥିବା ଗଜପତି ମାହାରାଜ ଦିବ୍ୟସିଂହ ଦେବ ରଥଯାତ୍ରାରେ ଛେରାପହଁରା କରିବେ ବୋଲି ନିଜେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଆମେ ରଥଯାତ୍ରାକୁ ମୁଖ୍ୟ ସ୍ଥାନ ଦେଇଛୁ, ତାହା ମୁଖ୍ୟ ପର୍ବ ।
ଚାଷୀମାନେ କିପରି ସୁବିଧାରେ ଜମିରେ ଜଳସେଚନ ସୁବିଧା ପାଇବେ ଏଥିପାଇଁ ବିଜୁ କୃଷକ ଯୋଜନାରେ ଡିପ ବୋର ୱେଲ(ଗଭୀର ନଳକୂପ) ଖନନ କରିଥିଲେ।ଏହାପରେ ବିଦ୍ୟୁତ ବିଭାଗ ପକ୍ଷରୁ ଖମ୍ବପୋତା ସହ, ତାର ମଧ୍ୟ ଟଣା ହୋଇଛି, କିନ୍ତୁ ବିଦ୍ୟୁତ ସଂଯୋଗ ହୋଇନି ।ହେଲେ ଚାଷୀଙ୍କ ପାଖକୁ ଆସିଛି ଲକ୍ଷାଧିକ ଟଙ୍କାର ବିଲ ଆସିଛି । ଯାହାକୁ ଦେଖି ଚାଷୀ ମୁଣ୍ଡରେ ଚଡକ ପଡିଛି। ଏପରି ସମସ୍ୟା ହୋଇଛି ବୌଦ୍ଧ ସଦର ବ୍ଲକ ବ୍ରାହ୍ମଣୀପାଲି ପଂଚାୟତରେ।
ଭଡା ଘରୁ ଉଦ୍ଧାର ହେଲା ବ୍ୟାଙ୍କ ଅଫିସରଙ୍କ ମୃତଦେହ। ଗଂଜାମ ସୋରଡା ଥାନା ସାରୁଅ ସାହିର ଏକ ଭଡାଘରୁ ବ୍ୟାଙ୍କ ଅଫିସର ଏନ୍. ଦେବେନ୍ଦରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଦେବେନ୍ଦର ସୋରଡା ପଂଜାବ ନେସନାଲ ବ୍ୟାଙ୍କରେ କ୍ଷେତ୍ର ପରିଦର୍ଶକ ଭାବେ କାର୍ଯ୍ୟ କରୁଥିଲେ
ଏଣିକି ବନ୍ଦ ହେବ କୋଭିଡ୍ କେୟାର ସେଣ୍ଟର । ରାଜ୍ୟରେ କୋଭିଡ୍ ସଂକ୍ରମଣ ହ୍ରାସ ପାଇଥିବାରୁ ସରକାରୀ ଓ ବେସରକାରୀ କୋଭିଡ୍ କେୟାର ସେଣ୍ଟର ଗୁଡ଼ିକ ବନ୍ଦ ହେବ । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତି ନିଆଯାଉଛି ।