• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

private
ଡାକ୍ତରଙ୍କୁ ଚେତାବନୀ ଦେଲେ ରାଜ୍ୟ ସରକାର; ଏସବୁ ମାନିବା ବାଧ୍ୟତାମୂଳକ

ଭୁବନେଶ୍ୱର: କରୋନା ବେଳେ ଚିକିତ୍ସା କରୁଥିବା ଘରୋଇ ଡାକ୍ତରଙ୍କ ପାଇଁ ଜାରି ହେଲା ଗାଇଡଲାଇନ୍। ବିଭିନ୍ନ ନର୍ସିଂହୋମ୍, ଘରୋଇ କ୍ଲିନିକ ଲାଗି ଗାଇଡଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର। ନିୟମ ଉଲ୍ଲଂଘନ କଲେ କ୍ଲିନିକ୍ ସମେତ ଡାକ୍ତର ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଗାଇଡ୍‌ଲାଇନ୍ ଅନୁସାରେ କଣ ରହିଛି ନିୟମ:- ଜ୍ୱର ଆକ୍ରାନ୍ତଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ଓ ଆଇସୋଲେସନ ସୁବିଧା ରହିବ। ହାତ ଧୋଇବା ସହ ସାନିଟାଇଜର ଓ ମାସ୍କ ବ୍ୟବହାର ବାଧ୍ୟତାମୂଳକ। ରକ୍ତଚାପ ଉପକରଣ, ଷ୍ଟେଥୋସ୍କୋପ, […]

  • Tuesday, 06 July 2021
puri
ପୁରୀ ବ୍ୟତୀତ ଅନ୍ୟ କେଉଁଠି ହେବନି ରଥଯାତ୍ରା

ପୁରୀ: ପୁରୀ ବ୍ୟତୀତ ଅନ୍ୟ କେଉଁଠି ରଥଯାତ୍ରା ଆୟୋଜନ ହୋଇପାରିବ ନାହିଁ। ଅନ୍ୟ ସ୍ଥାନରେ ରଥଯାତ୍ରା ଆୟୋଜନ ପାଇଁ ହୋଇଥିବା ଏକାଧିକ ଆବେଦନ ଖାରଜ କରି ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠ ଆଜି ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। CJI ଏନ୍.ଭି ରମନ୍ନାଙ୍କ ଅଧ୍ୟକ୍ଷତାରେ…

  • Tuesday, 06 July 2021
special school
ଅଗଷ୍ଟ ୩୧ ଯାଏ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସବୁ ସ୍ପେଶାଲ ସ୍କୁଲ୍ ବନ୍ଦ

ନୂଆଦିଲ୍ଲୀ/ଭୁବନେଶ୍ୱର: ମହାମାରୀ କରୋନା ପାଇଁ ଅଗଷ୍ଟ ୩୧ ଯାଏ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସବୁ ସ୍ପେଶାଲ ସ୍କୁଲ୍ ବନ୍ଦ ରହିବ। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ  ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସବୁ ସ୍ପେଶାଲ ସ୍କୁଲ୍‌ ଗୁଡ଼ିକୁ ଅଗଷ୍ଟ ୩୧ ଯାଏ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ସମସ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଙ୍କୁ ଚିଠି ଲେଖି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଅବଗତ କରାଇଛି। ପୂର୍ବରୁ ସରକାରଙ୍କ ଗାଇଡଲାଇନ୍‌ ଅନୁଯାୟୀ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ […]

  • Tuesday, 06 July 2021
corona
ଓଡ଼ିଶାରୁ ଚିହ୍ନଟ ହେଲେ ୫୯୧ ନୂଆ କରୋନା ପଜିଟିଭ୍‌

ଭୁବନେଶ୍ୱର: ଓଡ଼ିଶାରେ ଆଉ ୫୯୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୫ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୧୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଚିହ୍ନଟ ନୂଆ ୫୯୧ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୯୭ରହିଛି। […]

EW61ZkTXQAAr5Qu (1)
ଓଡ଼ିଶାରେ କରୋନା ସ୍ଥିତି: ନେଲା ଆଉ ୩ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୩ ଜଣଙ୍କ ମୃତ୍ୟୁ ହୋଇଛି।  ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୩ ମୃତକଙ୍କ ମଧ୍ୟରୁ ୨ଜଣ ଗଞ୍ଜାମ ଜିଲ୍ଲାର ଓ ଜଣେ ଗଜପତି ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୬କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ, ଓଡ଼ିଶାରେ ଆଉ ୫୯୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ […]