Advertisment

ବାହାଘର ଉପରେ ଲାଗିଲା କଟକଣା, ଏଣିକି ଏତିକି ସଂଖ୍ୟାରେ ଅତିଥିଙ୍କୁ ମିଳିବ ଅନୁମତି

ଭୁବନେଶ୍ୱର: ରାଜ୍ୟକୁ ପୁଣି ଫେରିଲା କରୋନା କଟକଣା । ବିବାହ ଓ ଅନ୍ତିମ ସଂସ୍କାର ଉପରେ କଟକଣା ଲଗାଇଲେ ରାଜ୍ୟ ସରକାର । ଏଣିକି ବିବାହ ଉତ୍ସବ ପାଇଁ ୫୦ ଓ ଅନ୍ତିମ ସଂସ୍କାର ପାଇଁ ୨୦ ଜଣଙ୍କୁ ଅନୁମତି ଦିଆଯିବ। ଏହାସହ ବିବାହ ଶୋଭାଯାତ୍ରାକୁ ମଧ୍ୟ ଅନୁମତି ମିଳିବ ନାହିଁ ବୋଲି ସୂଚନା ମିଳିଛି। କରୋନା ସଂଖ୍ୟା ବଢୁଥିବାରୁ ଏମିତି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ମୁଖ୍ୟ […]

ବାହାଘର ଉପରେ ଲାଗିଲା କଟକଣା, ଏଣିକି ଏତିକି ସଂଖ୍ୟାରେ ଅତିଥିଙ୍କୁ ମିଳିବ ଅନୁମତି

marrage

Advertisment

ଭୁବନେଶ୍ୱର: ରାଜ୍ୟକୁ ପୁଣି ଫେରିଲା କରୋନା କଟକଣା । ବିବାହ ଓ ଅନ୍ତିମ ସଂସ୍କାର ଉପରେ କଟକଣା ଲଗାଇଲେ ରାଜ୍ୟ ସରକାର । ଏଣିକି ବିବାହ ଉତ୍ସବ ପାଇଁ ୫୦ ଓ ଅନ୍ତିମ ସଂସ୍କାର ପାଇଁ ୨୦ ଜଣଙ୍କୁ ଅନୁମତି ଦିଆଯିବ। ଏହାସହ ବିବାହ ଶୋଭାଯାତ୍ରାକୁ ମଧ୍ୟ ଅନୁମତି ମିଳିବ ନାହିଁ ବୋଲି ସୂଚନା ମିଳିଛି। କରୋନା ସଂଖ୍ୟା ବଢୁଥିବାରୁ ଏମିତି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।

Advertisment

ଏନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ। କେବଳ ଏତିକି ନୁହେଁ ବରଂ ୧୦ ଜିଲ୍ଲାରେ ପୁଣି ଥରେ ନାଇଟ୍‌ କର୍ଫ୍ୟୁକୁ ବଳବତ୍ତର ରଖାଯାଇଛି କିନ୍ତୁ ନିୟମରେ କିଛି ପରିବର୍ତ୍ତନ କରାଯାଇଛି। ଏହାସହ ରାଜ୍ୟର ସମସ୍ତ ଜିଲ୍ଲାରେ ନାଇଟ କର୍ଫ୍ୟୁ ଲଗାଇଛନ୍ତି ରାଜ୍ୟ ସରକାର। ସୂଚନା ଅନୁସାରେ, ରାତି ୯ରୁ ସକାଳ ୫ଟା ଯାଏ ଲାଗୁ ହେବ ନାଇଟ କର୍ଫ୍ୟୁ। ଗୁରୁତ୍ୱପୂର୍ଣ୍ଣ କଥା ହେଲା , ସୀମାବର୍ତ୍ତୀ ୧୦ ଜିଲ୍ଲାରେ ସପ୍ତାହନ୍ତ ସଟଡାଉନ ଘୋଷଣା କରାଯାଇଛି।

ତେବେ ବୁଲେଟ୍‌ ପଏଣ୍ଟରେ ପଢନ୍ତୁ ଆଉ କି କି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର....

Advertisment
  • ୧୦ ଜିଲ୍ଲାର ସମସ୍ତ ସହରାଞ୍ଚଳରେ ଆସନ୍ତା ଶନିବାରଠାରୁ ସପ୍ତାହାନ୍ତ ସଟଡାଉନ।
  • ପ୍ରତି ଶନିବାର ଓ ରବିବାର ଦିନ ସଟଡାଉନ ନେଇ ଘୋଷଣା।
  • ଅନ୍ୟ ସମସ୍ତ ୨୦ ଜିଲ୍ଲାର ସହରାଞ୍ଚଳରେ ମଧ୍ୟ ନାଇଟ କର୍ଫ୍ୟୁ।
  • ୨୦ ଜିଲ୍ଲାରେ ରାତି ୯ରୁ ସକାଳ ୫ଟା ଯାଏ ଲାଗୁ ହେବ ନାଇଟ କର୍ଫ୍ୟୁ।
  • କଟକ, ଭୁବନେଶ୍ୱର ସହ ସବୁ ସହରରେ ନାଇଟ କର୍ଫ୍ୟୁ।
  • ନାଇଟ କର୍ଫ୍ୟୁରେ ଅତ୍ୟାବଶ୍ୟକ ସେବା ଚାଲୁ ରହିବ।
  • ପରିଚୟପତ୍ର ଦେଖାଇ ଅତ୍ୟାବଶ୍ୟକ ସେବା କର୍ମଚାରୀ ଯାଇପାରିବେ।
  • ଅତ୍ୟାବଶ୍ୟକ ମାଲ ପରିବହନ କାର୍ଯ୍ୟ ମଧ୍ୟ ଚାଲୁ ରହିବ
COVID-19 Guidelines
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ