• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

pp
ଓଡ଼ିଶାର ପୁଣି ଜଣେ ବିଧାୟକଙ୍କୁ କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ ବିଧାୟକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଶ୍ରୀ ରାଉତରାୟ ନିଜେ ଫେସବୁକ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ତା ସହିତ ବିଗତ ଦିନରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିମାନେ ନିଜର କୋଭିଡ୍ ନମୂନା ପରୀକ୍ଷା କରାଇ ନେବାକୁ ପରାମର୍ଶ ଦେଇଛନ୍ତି। ସେ ସମସ୍ତଙ୍କ ଶୁଭେଚ୍ଛା ଓ ପ୍ରାର୍ଥନା ବଳରେ ଖୁବଶୀଘ୍ର ସୁସ୍ଥ ହୋଇଯିବେ ବୋଲି ଆଶାବ୍ୟକ୍ତ କରିଛନ୍ତି। […]

  • Sunday, 04 July 2021
vigilance raid
ଭିଜିଲାନ୍ସ ରେଡ୍‌, ଦେଢ଼ କୋଟି ଟଙ୍କାର ସମ୍ପତ୍ତି ଠାବ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଭୁବନେଶ୍ୱର Directorate Of Factories & Boilers ର ଡେପୁଟି ଡାଇରେକ୍ଟର ରମେଶ ଚନ୍ଦ୍ର ବେହେରା। ରମେଶ ଚନ୍ଦ୍ରଙ୍କ ପ୍ରାୟ ଦେଢ଼ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ କରାଯାଇଛି। ଠାବ ହୋଇଥିବା ସମ୍ପତ୍ତି ମଧ୍ୟରେ ଭୁବନେଶ୍ୱରରେ ୪୧ ଲକ୍ଷ ଟଙ୍କାର ଫ୍ଲାଟ୍, ଯାଜପୁରରେ ୨୯ ଲକ୍ଷ ଟଙ୍କାର ବିଲ୍ଡିଂ, ପୁଡୁଚେରିରେ ବି ବିଲ୍ଡିଂ, ୬ ଶହ ଗ୍ରାମର ସୁନା ଓ ରୂପା ରହିଛି। ସୂଚନାଥାଉ କି, ଆୟ ବହିର୍ଭୂତ ସମ୍ପତ୍ତି […]

  • Sunday, 04 July 2021
murder in aska
ଗଣେଶ ଭସାଣକୁ ନେଇ ବିବାଦ: ସଂଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ମାରିଦେଲେ

ଆସିକା: ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗାଁର କୋଳି ସାହିରେ ଜଣେ ୨୦ ବର୍ଷୀୟ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି। ମୃତ ଯୁବକଙ୍କ ନାଁ ନାଗା ଗୌଡ଼। ଗତକାଲି ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ନାଗାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ନାଗାଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିବା ଯୋଗୁ ତାଙ୍କର ମୃତ୍ୟୁ ଘଟିଛି। ଖବରପାଇ ଆସିକା SDPO ଓ ଆସିକା […]

  • Sunday, 04 July 2021
accident
ରାସ୍ତାକଡ଼ରେ ଛିଡ଼ା ହୋଇଥିଲେ, ମାଡ଼ିଗଲା ଟ୍ରକ୍

ଯାଜପୁର: ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଲୋକଙ୍କ ଉପରକୁ ମାଡ଼ିଗଲା ଟ୍ରକ୍। ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ବାରବାଟୀ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଏକ ଟ୍ରକ୍‌ ଓଭରଟେକିଂ କରୁଥିବା ବେଳେ ଅନ୍ୟ ଏକ ଆଇରନ ବୋଝେଇ ଟ୍ରକକୁ ଧକ୍କା ଦେଇଥିଲା। ଏହି ସମୟରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଲୋକଙ୍କ ଉପରେ ଟ୍ରକ୍‌ଟି ମାଡ଼ି ଯାଇଥିଲା। ଫଳରେ […]

  • Sunday, 04 July 2021
corona updates in odisha
Corona Updates In Odisha: ଦିନକରେ ୩,୨୬୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ୮୦୦ରୁ ଅଧିକ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୨୬୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଥିବା ବେଳେ ଆଉ ୯ କରୋନା ରୋଗୀ ଆଖି ବୁଜିଛନ୍ତି । ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା  ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୩,୨୬୭ ଆକ୍ରାନ୍ତଙ୍କ ମଧ୍ୟରୁ ୧,୯୬୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୩୦୬ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୮୫୯ ଆକ୍ରାନ୍ତ […]

corona
୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୯ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ର ସୂଚନା ଦିଆଯାଇଛି। ବଲାଙ୍ଗିର, କଟକ, ଗଞ୍ଜାମରୁ ୨ଜଣ ଲେଖାଏ, ଭୁବନେଶ୍ୱର, ଖୋର୍ଦ୍ଧା ଓ ରାୟଗଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୩୧ ହୋଇଛି। ୨୪ ଘଣ୍ଟାରେ ଓଡ଼ିଶାରେ ୩,୨୬୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ […]

  • Sunday, 04 July 2021