ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧୦ କରୋନା ରୋଗୀ ଆଖି ବୁଜିଲେ। ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଏହାକୁ ମିଶାଇ ରାଜ୍ୟରେ ମୃତକଙ୍କ ସଂଖ୍ୟା ୩୭୨ ଛୁଇଁଛି। ମୃତକଙ୍କ ମଧ୍ୟରୁ ସର୍ବାଧିକ ୪ ଜଣ ଗଞ୍ଜାମ (Ganjam) ଜିଲ୍ଲାରୁ ଅଛନ୍ତି। ଏଥିସହିତ ସୁନ୍ଦରଗଡ଼ ଓ ଭୁବନେଶ୍ୱରରୁ ୨ ଜଣ ଲେଖାଏ ଏବଂ ଭଦ୍ରକ ଓ ବରଗଡ଼ରୁ ଜଣେ ଲେଖାଏ କରୋନା ରୋଗୀଙ୍କ […]
ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଗତ ରାତିରୁ ହିଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ରାଜଧାନୀ ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ଭୁବନେଶ୍ୱରେ ମୋଟ ୩୨ ମିଲିମିଟର ବର୍ଷା ରେକର୍ଡ ହୋଇଛି। ୩ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକ ହେଲା- ଅନୁଗୁଳ, ଦେବଗଡ଼ ଏବଂ ସମ୍ବଲପୁର। […]
ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଥିଲା ବେଳେ ଆସନ୍ତା ୨୩ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏବେ ଜାରି ରହିଥିବା ଲଘୁଚାପ ଜନିତ ବର୍ଷା ୨୧ରେ ସାମାନ୍ୟ କମିବାର ସମ୍ଭାବନା ରହିଛି। ହେଲେ ୨୩ରେ ହେବାକୁ ଥିବା ଲଘୁଚାପ ପ୍ରଭାବରେ ପୁଣି ପ୍ରବଳ ବର୍ଷା ହୋଇପାରେ। ଅନ୍ୟପକ୍ଷରେ, ଲଘୁଚାପ ପ୍ରଭାବରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା […]
ଭୁବନେଶ୍ୱର: ସୁଶାନ୍ତ ସିଂ ରାଜପୁତ ମାମଲାରେ ସିବିଆଇ ତଦନ୍ତ ଲାଗି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ମହଲରେ ଏହାକୁ ସ୍ୱାଗତ କରାଯାଇଛି। ଏ ନେଇ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ଜାତୀୟ ମୁଖପାତ୍ର ବୈଜୟନ୍ତ ପଣ୍ଡା ମଧ୍ୟ ଟୁଇଟ୍ କରି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ସ୍ୱାଗତ କରିଛନ୍ତି। ସେ କହିଛନ୍ତି, ବଲିଉଡ୍ର ଜଣେ ଉଦୀୟମାନ ତାରକା ଏବଂ ତାଙ୍କ ପୂର୍ବତନ ମ୍ୟାନେଜରଙ୍କ ମୃତ୍ୟୁକୁ ନେଇ ଅନେକ ବିବାଦ ଲାଗି ରହିଛି। ତଦନ୍ତ ଫାଇଲ୍ ଉଭାନ ହୋଇଯିବା, ଠିକ୍ରେ ତଦନ୍ତ […]
ଭୁବନେଶ୍ୱର: ପ୍ରବଳ ବର୍ଷା ସମ୍ଭାବନା ନେଇ ୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାଗୁଡ଼ିକ ହେଲେ- ଜଗତସିଂହପୁର, ବାଲେଶ୍ୱର, ମୟୂରଭଂଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବୌଦ୍ଧ, କଟକ ଓ ଅନୁଗୁଳ ଜିଲ୍ଲାକୁ ମଧ୍ୟ ପାଣିପାଗ ବିଭାଗ ରେଡ୍ ୱାର୍ଣ୍ଣିଂ ଜାରି କରିଛି। ପାଣି ଜମିବା ସହ କିଛି ଜାଗାରେ ଆକସ୍ମିକ ବନ୍ୟା ନେଇ ୱାର୍ଣ୍ଣିଂ କରାଯାଇଥିବା ବେଳେ କଚ୍ଚା ଘର ଭାଙ୍ଗିବା ଓ ରାସ୍ତା ନଷ୍ଟ ହେବା […]