ପୁରୀ: ପୁରୀ ଜିଲ୍ଲା କଣାସରେ ବନ୍ୟାର କରାଳ କାୟା। ଏଠାରେ ଦୟା ନଦୀ ନିର୍ଦ୍ଦୟ ହେବା ପରଠୁ କେମିତି ବଞ୍ଚିଛି ଜୀବନ ତାହା ନଦେଖିଲେ ବିଶ୍ୱା କରପାରିବେ ନାହିଁ। ବହୁ କଷ୍ଟରେ ଲୋକଙ୍କ ଦୁର୍ଦ୍ଦଶା ପରଖିବାକୁ ଆମେ ଦୟା ଓ ରାଜୁଆରେ ଘାଇ ଦ୍ୱାରା ସବୁଠୁ ଅଧିକ ପ୍ରଭାବିତ ବଡ଼ସାନପୁଟ ପଞ୍ଚାୟତରେ ପହଞ୍ଚିବା ବେଳକୁ ଉବୁଟୁବୁ ହେଉଥିଲା ପୂରା ଅଞ୍ଚଳ। କାଲି ରାତିଠୁ ଅସମ୍ଭାଳ ସ୍ଥିତି। ଯେଉଁଠି ଗାଁ ଦାଣ୍ଡରେ ଛାତିଏ ପାଣି, ସେଠି ଘର ବା […]
ଭୁବନେଶ୍ୱର: ରାଜ୍ୟରେ କରୋନାର ସାଙ୍ଘାତିକ ସ୍ଥିତି। ଡେଞ୍ଜର୍ ଅଗଷ୍ଟରେ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଟପିବା ସହ ୫୦୦ ମୁହାଁ ହୋଇଛି ମୃତ୍ୟୁ ସଂଖ୍ୟା। ତେବେ ସେପ୍ଟେମ୍ବରରେ କ’ଣ ହେବ ସ୍ଥିତି? ଅଗଷ୍ଟ ଭଳି କଲବଲ କରିବ ନା ସ୍ଥିତି କିଛିମାତ୍ରାରେ ନିୟନ୍ତ୍ରଣକୁ ଆସିବ? ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହ ପରେ ସ୍ଥିତି ସ୍ଥିର ହେବାର ସମ୍ଭାବନା ରହିଛି। ତେବେ ଅକ୍ଟୋବର ଶେଷ କିମ୍ବା ନଭେମ୍ବର ବେଳକୁ ସୁଧାର ଆସିବ ବୋଲି ଆକଳନ କରୁଛନ୍ତି ସ୍ୱାସ୍ଥ୍ୟ […]
ଭୁବନେଶ୍ୱର: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟରେ ସେପ୍ଟମ୍ବର ୩୦ ତାରିଖ ମଧ୍ୟରେ ୟୁଜି-ପିଜି ଶେଷ ବର୍ଷର ଫାଇନାଲ୍ ସେମିଷ୍ଟର ପରୀକ୍ଷା କରାଯିବ ବୋଲି ନିଷ୍ପତ୍ତି ହୋଇଛି। ଏହାଛଡ଼ା ଅକ୍ଟୋବର ୩୧ ତାରିଖ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ। ୟୁଜିସି ଗାଇଡଲାଇନ୍ ଅନୁଯାୟୀ, ପରୀକ୍ଷା ଅଫଲାଇନ୍, ଅନଲାଇନ୍, ବ୍ଲେଣ୍ଡେଡ୍ (ଅନଲାଇନ୍ + ଅଫଲାଇନ୍) ମଲ୍ଟିପୁଲ୍ ଚଏସ୍, ଓପନ୍ ବୁକ୍ ଏବଂ ଓଏମ୍ଆର୍ ଫର୍ମାଟରେ କରାଯାଇପାରିବ। ତେବେ ସମ୍ପୃକ୍ତ ବିଶ୍ୱବିଦ୍ୟାଳୟ ଓ କଲେଜଗୁଡ଼ିକ ଉପରେ ସବୁ ନିଷ୍ପତ୍ତି ଛାଡ଼ି […]
ଭୁବନେଶ୍ୱର: ରାଜ୍ୟରେ ଉଚ୍ଚଶିକ୍ଷା ଲାଗି ନାମଲେଖା ପାଇଁ ଅନ୍ଲାଇନ୍ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ସେପ୍ଟେମ୍ବର ୧୧ ତାରିଖ ପର୍ଯ୍ୟନ୍ତ ଯୁକ୍ତ ଦୁଇ ନାମଲେଖା ପାଇଁ ଅନ୍ଲାଇନ୍ ଆବେଦନ ସମୟ ସୀମାକୁ ବଢ଼ାଯାଇଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତିକୁ ନଜରରେ ରଖି ଏପରି ପଦକ୍ଷେପ ନିଆଯାଇଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ପୂର୍ବରୁ ନାମଲେଖା ପାଇଁ ସେପ୍ଟେମ୍ବର ୪ ଥିଲା ଅନ୍ଲାଇନ୍ ଆବେଦନର ଶେଷ ତାରିଖ। ସେପଟେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟରେ ସେପ୍ଟେମ୍ବର […]
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଅନଲକ୍ ୪ ଗାଇଡଲାଇନ୍ ଅନୁସାରେ ବନ୍ଦ ରହିବ ସ୍କୁଲ, କଲେଜ୍ ଓ ଅନ୍ୟ ଶିକ୍ଷାନୁଷ୍ଠାନ। ଅକ୍ଟୋବରରେ ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ, କଲେଜ୍, ବିଶ୍ୱବିଦ୍ୟାଳୟ, ଅନ୍ୟ ଶିକ୍ଷାନୁଷ୍ଠାନ, ଟ୍ରେନିଂ ଓ କୋଚି ଅନୁଷ୍ଠାନ ଓ ଅଙ୍ଗନବାଡ଼ି ଇତ୍ୟାଦିରେ ଶିକ୍ଷା ଦାନ କାର୍ଯ୍ୟ ବନ୍ଦ ରହିବ। ତେବେ ଶିକ୍ଷାନୁଷ୍ଠାନ ବନ୍ଦ ରହିଲେ ବି ପରୀକ୍ଷା, ଖାତାଦେଖା ଓ ଅନ୍ୟ ପ୍ରଶାସନିକ କାର୍ଯ୍ୟ ଚାଲି ପାରିବ। ଅନଲାଇନ ଓ ଡିଷ୍ଟାନ୍ସ ଶିକ୍ଷା ପୂର୍ବ ଭଳି ଚାଲୁ […]
ଭୁବନେଶ୍ୱର: ରାଜ୍ୟ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ସେ ଟ୍ୱିଟ୍ କରି ଲେଖିଛନ୍ତି “ମୁଁ କରୋନା ପଜିଟିଭି ଚିହ୍ନଟ ହୋଇଛି। ବର୍ତ୍ତମାନ ଘରେ ଆଇସୋଲେସନ୍ରେ ରହିଛି। ମୋ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ ଅନୁରୋଧ କରୁଛି ଯେ ଆବଶ୍ୟକତା ଦେଖି ସେମାନେ ନିଜର ଟେଷ୍ଟ କରାଇ ନିଅନ୍ତୁ।” ଏହା ପୂର୍ବରୁ ଓଡ଼ିଶାରେ କେତେକ ବିଧାୟ କରୋନା […]
ଭୁବନେଶ୍ୱର: ବର୍ଷା ସହ ବଜ୍ରପାତ ଆଶଙ୍କା ନେଇ ଓଡ଼ିଶାର ୭ ଜିଲ୍ଲାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା-ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ ଏହିସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।
ଭୁବନେଶ୍ୱର: କରୋନା ମହାମାରୀ କଟକଣା ଭିତରେ ଆଜିଠୁ ଆରମ୍ଭ ହେବାକୁ ଯାଉଛି JEE (Main) 2020 ପରୀକ୍ଷା। ୯ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଥିବାବେଳେ ଓଡ଼ିଶାର ୭ଟି ସହରର ୨୬ଟି ପରୀକ୍ଷା କେନ୍ଦ୍ରରେ ୩୮ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ପ୍ରଥମ ସିଟିଂ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ଓ ଦ୍ୱିତୀୟ ସିିଟିଂ ଅପରାହ୍ଣ ୩ଟାରୁ ସନ୍ଧ୍ୟା ୬ଟା ଯାଏ ହେବ। ନିୟମ ଅନୁସାରେ, ପରୀକ୍ଷା ଆରମ୍ଭର ୨ ଘଣ୍ଟା ପୂର୍ବରୁ ଛାତ୍ରଛାତ୍ରୀମାନେ […]
କୋଣାର୍କ: ମହାମାରୀ କରୋନା ପାଇଁ ୫ ମାସରୁ ଅଧିକ ଦିନ ଧରି ବନ୍ଦ ରହିଥିବା କୋଣାର୍କ ସୂର୍ଯ୍ୟ ମନ୍ଦିର ପୁଣିଥରେ ପର୍ଯ୍ୟଟକଙ୍କ ପାଇଁ ଆଜି ଖୋଲିଛି। କେନ୍ଦ୍ର ସରକାରଙ୍କ ଗାଇଡଲାଇନ୍ସ ଅନୁସାରେ ସୂର୍ଯ୍ୟ ମନ୍ଦିର ଖୋଲା ଯାଇଛି। ଦିନକୁ ଅଢେଇ ହଜାର ପର୍ଯ୍ୟଟକ କୋଣାର୍କ ମନ୍ଦିର ଦର୍ଶନ କରିବାକୁ ଅନୁମତି ମିଳିଛି। ସକାଳୁ ଦିନ ୧ଟା ମଧ୍ୟରେ ୧,୫୦୦ ଏବଂ ଅପରାହ୍ନରେ ୧,୦୦୦ ପର୍ଯ୍ୟଟକଙ୍କୁ ଦର୍ଶନ କରିବାକୁ ଅନୁମତି ମିଳିବ। କଟକଣା ଦୃଷ୍ଟିରୁ ଟିକେଟ୍ରେ ବାର୍କୋଡ୍ ବ୍ୟବସ୍ଥା […]