ଢେଙ୍କାନାଳ: ହଜିଗଲା ମାନବିକତା। ରୋଗୀଙ୍କୁ ଚିକିତ୍ସା କରିବା ତ ଦୂରର କଥା, ଆହା ପଦେ କହିବା ପାଇଁ ବି କେହି ବାହାରିଲେନି। ଢେଙ୍କାନାଳ ମୁଖ୍ୟଚିକିତ୍ସାଳୟରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଦୃଶ୍ୟ। ମେଡିକାଲ ପରିସରରେ ତଳେ ପଡ଼ିଛନ୍ତି ଜଣେ ରୋଗୀ ଆଉ ତାଙ୍କୁ ଚିକିତ୍ସା କରାଇବାକୁ ନେହୁରା ହେଉଛନ୍ତି ଜଣେ ମହିଳା। ମାତ୍ର ସେଠାରେ ଥିବା ସୁରକ୍ଷାକର୍ମୀ କି ଅନ୍ୟ କୌଣସି କର୍ମଚାରୀ ସହାୟତା ପାଇଁ ଆଗେଇ ଆସୁନାହାନ୍ତି। ମହିଳା ଜଣକ କୌଣସି ଉପାୟ ନପାଇ ରୋଗୀଙ୍କ […]
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ସୁସ୍ଥ ହେଲେ ୩୭୧୪ ଜଣ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୨୫୭୩୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି। 34 from Dhenkanal22 from Malkangiri19 from Boudh17 from Rayagada The total recovered cases of Odisha now stand at 125738 — H & FW […]
ବାଲିଗୁଡ଼ା: ସିଆର୍ପିଏଫ୍ କ୍ୟାମ୍ପକୁ ଫେରୁଥିବା ବେଳେ ଘଟିଲା ଅଘଟଣ। ଚାଲିଗଲା ସିଆରପିଏଫ୍ ଯବାନଙ୍କ ଜୀବନ। ଆଜି ଏମିତି ଏକ ଘଟଣା ଘଟିଛି ବାଲିଗୁଡ଼ାରେ। ସିଆର୍ପିଏଫ୍ କ୍ୟାମ୍ପକୁ ଫେରୁଥିବା ବେଳେ ବୋଲେରୋଟି ରାସ୍ତା ପାର୍ଶ୍ୱ ଗଛରେ ପିଟି ହୋଇଯାଇଥିଲା। ଫଳରେ ଜଣେ ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଯବାନଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି। ମୃତ୍ୟୁ ବରଣ କରିଥିବା ଯବାନ ଜଣକ ହେଲେ ରାଜେନ୍ଦ୍ର ଲୋଖଣ୍ଡେ। ସେହିପରି ଗୁରୁତର ଯବାନ ଦୁଇଜଣ […]
ଭୁବନେଶ୍ୱର: ଆଉ ଭୁବନେଶ୍ୱର କିମ୍ବା କଟକକୁ ବିଭିନ୍ନ ଜିଲ୍ଲାରୁ ଚିକିତ୍ସା ପାଇଁ ଆସିପାରିବେନି କୋଭିଡ୍ ଆକ୍ରାନ୍ତ। ଏ ଦୁଇ ସହରର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ମାତ୍ରାଧିକ ରୋଗୀ ସଂଖ୍ୟାକୁ ହ୍ରାସ ଲାଗି ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ। ଏମିତିକି ନିଜ ନିଜ ଅଞ୍ଚଳରେ କୋଭିଡ୍ ରୋଗୀଙ୍କ ଚିକିତ୍ସା ପାଇଁ ବ୍ୟବସ୍ଥା ସୁଦୃଢ଼ କରିବାକୁ ବି ସମସ୍ତ ଜିଲ୍ଲାପାଳ, ମ୍ୟୁନିସିପାଲ କମିଶନର ଓ ଜିଲ୍ଲା ସ୍ଵାସ୍ଥ୍ୟ ଅଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି ବିଭାଗୀୟ ସଚିବ […]
ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ସୃଷ୍ଟ ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଲଘୁଚାପ କ୍ଷେତ୍ର ଏହି ଅଞ୍ଚଳରେ ସୃଷ୍ଟ ହୋଇଥିବାରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ ଗଞ୍ଜାମରେ ସ୍ୱଳ୍ପ ଧରଣର ବର୍ଷା ହୋଇପାରେ। କିଛି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ଆଶଙ୍କା ନେଇ […]
ଭବାନୀପାଟଣା: ଭିଜିଲାନ୍ସ ହାତରେ ଧରାଡ଼ିଲେ ଭିଜିଲାନ୍ସର ସ୍ପେଶାଲ ପିପି । ନିଲମ୍ବିତ ଜଣେ ପୋଲିସ ASIଙ୍କ ମାମାଲାକୁ ରଫାଦଫା ପାଇଁ ଲକ୍ଷେ ଟଙ୍କା ଲାଞ୍ଚ ନେଉଥିବା ବେଳେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣାର ସ୍ପେଶାଲ ପବ୍ଲିକ ପ୍ରସିକ୍ୟୁଟର ଆଶୁତୋଷ ମିଶ୍ରଙ୍କୁ ଗିରଫ କରିଛି…
କେନ୍ଦ୍ରାପଡ଼ା: ହୃଦ୍ଘାତରେ କେନ୍ଦ୍ରାପଡ଼ା ବ୍ଲକ୍ ଅଧ୍ୟକ୍ଷ ଅନାମବନ୍ଧୁ ଧଳଙ୍କ ପରଲୋକ ହୋଇଯାଇଛି। ସରକାରୀ ବାସଭବନରେ ଥିବାବେଳେ ଗତକାଲି ବିଳମ୍ବିତ ରାତିରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହାପରେ ପରିବାର ଲୋକ ତାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ୨୦୧୭ରେ ସେ ଗାଙ୍ଗପଡ଼ା ପଞ୍ଚାୟତର ସମିତି ସଭ୍ୟ ଭାବେ ନିର୍ବାଚିତ ହୋଇ ବ୍ଲକ୍ ଅଧକ୍ଷ ଭାବେ କାର୍ଯ୍ୟରତ ଥିଲେ। ଅନାମବନ୍ଧୁଙ୍କ ପରଲୋକରେ ସ୍ଥାନୀୟ ଅଞ୍ଚଳରେ […]
ବାରିପଦା: ମୟୂରଭଞ୍ଜ ଜିଲ୍ଲା ଏନଏଚ୍ ୪୯ର ବାଙ୍ଗିରିପୋଷି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋକୁ ପଛପଟୁ ଧକ୍କା ଦେଇ ଟ୍ରକ୍ ଓଲଟି ପଡ଼ିବା ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ସ୍କୁଲ ଛାତ୍ର ଓ ଅନ୍ୟ ଜଣେ ଅଭିଭାବକ ଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଆଜି ସକାଳେ ମଧ୍ୟାହ୍ନ ଭୋଜନ ଚାଉଳ ଆଣିବାକୁ ବିଶୋୟୀରୁ ଶୁଳିଆପଦାକୁ ୧୨ ଜଣ […]
ଗର୍ଭବତୀଙ୍କୁ ଟିକାକରଣ ପାଇଁ ଅନୁମତି ପରେ ସେମାନଙ୍କୁ କିପରି ସୁରକ୍ଷିତ ଢଙ୍ଗରେ କୋଭିଡ୍ ଭ୍ୟାକ୍ସିନ୍ ଦିଆଯିବ ତାଉପରେ ଆରମ୍ଭ ହୋଇଛି ବିଚାରବିମର୍ଷ
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୪,୨୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୪,୨୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୭୮ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୭୯୨ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୮୭୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧,୬୨,୯୨୦ରେ ପହଞ୍ଚିଛି। […]
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୫୬ ହୋଇଛି।