ବୌଦ୍ଧ: ବୌଦ୍ଧ ଜିଲ୍ଲା ଡେପୁଟି କଲେକ୍ଟର ଶରତ ବାଗ୍ ନିଜ ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, କୌଣସି କାମରେ ଝାରସୁଗୁଡ଼ା ଯାଇଥିବା ସମୟରେ ଶରତ ବାଗ୍ଙ୍କ ପତ୍ନୀ ତାଙ୍କ ପିଛା କରିଥିଲେ। ସେଠାରେ ପତି ପତ୍ନୀଙ୍କ ମଧ୍ୟରେ ବଚସା ହୋଇଥିଲା, ପରେ ସମ୍ପର୍କୀୟଙ୍କ ସହ ମିଶି ଶରତ ବାଗ୍ ମାଡ଼ ମାରିଥିବା ନେଇ ପତ୍ନୀଙ୍କ ପକ୍ଷରୁ ବିଟିଏମ ଫାଣ୍ଡିରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଆଧାର କରି ପୋଲିସ ମାମଲା ରୁଜୁ […]
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୩,୯୨୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩,୯୨୨ ଆକ୍ରାନ୍ତଙ୍କ ମଧ୍ୟରୁ ୨,୩୦୯ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୬୧୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୮୧୮ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୩୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୦୯,୩୭୪ରେ ପହଞ୍ଚିଛି।
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୪ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୯୭ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକ ୩ ଜଣ, ଖୋର୍ଦ୍ଧା, ଯାଜପୁର ଓ କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏ, ବଲାଙ୍ଗିର, ଢେଙ୍କାନାଳ, ଗଜପତି, ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଏବଂ ଭୁବନେଶ୍ୱରରୁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ପଢ଼ନ୍ତୁ: ୨୪ ଘଣ୍ଟାରେ ଚିହ୍ନଟ ହେଲେ […]
ଭୁବନେଶ୍ୱର: କୋଭିଡ୍ କଟକଣା ଭିତରେ ଅକ୍ଟୋବର ମାସରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା ରହିଛି। ଏ ନେଇ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, କରୋନାରେ ପର୍ଯ୍ୟଟନ ବିଭାଗ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ତେଣୁ ଅକ୍ଟୋବରରୁ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା ରହିଛି। ତେବେ ମନ୍ଦିର ପ୍ରଶାସନ ଓ ଆଇନ ବିଭାଗ ମନ୍ଦିର ଖୋଲିବା ଉପରେ ନିଷ୍ପତ୍ତି ନେବେ ବୋଲି ପର୍ଯ୍ୟଟନ ମନ୍ତ୍ରୀ କହିଛନ୍ତି।
ଭୁବନେଶ୍ୱର: ଓଡ଼ିଶାରେ କୋଭିଡ୍ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବିଜେଡି ବିଧାୟକ ଉମା ସାମନ୍ତରାୟ। କୋଭିଡ୍ ପରିଚାଳନା ସମ୍ପର୍କରେ ବିରୋଧୀ ଦଳ ଯେଉଁ ପ୍ରଶ୍ନ ଉଠାଇଛନ୍ତି, ତାହା ସଂପୂର୍ଣ୍ଣ ମିଛ ବୋଲି କୁହାଯାଇ ପାରିବ ନାହିଁ ବୋଲି ଉମା ସାମନ୍ତରାୟ କହିଛନ୍ତି। ସେ କହିଛନ୍ତି, ଯେଉଁ ହାରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି, ସେଥିଲାଗି ଅଧିକରୁ ଅଧିକ ଆଇସିୟୁ ବେଡ୍ ଆବଶ୍ୟକ। ହସ୍ପିଟାଲ୍ ଗୁଡ଼ିକରେ ଯେତିକି ଆଇସିୟୁ ରହିଛି, ତା’ ତୁଳନାରେ ଖୁବ୍ ଅଧିକ ରୋଗୀ ଆସୁଛନ୍ତି […]
ଭୁବନେଶ୍ୱର: ଜେଏସ୍ଏଲ୍ ମୁଖ୍ୟ ନବୀନ ଜିନ୍ଦଲ ସଚିବାଳୟରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କୁ ଭେଟିଛନ୍ତି। ତାଙ୍କ କଂପାନିର ଷ୍ଟିଲ୍ ପ୍ଲାଣ୍ଟ ପାଇଁ କୋଇଲାର ଅଭାବ ଓ ଲୁହା ପଥର ଦର ବୃଦ୍ଧି ସଂପର୍କରେ ସେ ଆଲୋଚନା କରିଛନ୍ତି। କୋଇଲା ଅଭାବ ସାଙ୍ଗକୁ ତିନି ବର୍ଷରେ ଲୁହାପଥର ମୂଲ୍ୟ ଦୁଇ ଗୁଣା ବଢ଼ିଯିବାରୁ କାରଖାନା ଚଲାଇବା ଏବେ ଚ୍ୟାଲେଞ୍ଜ ହୋଇପଡ଼ିଛି. ଏଣୁ ରାଜ୍ୟ ସରକାର ଏଥିପ୍ରତି ଧ୍ୟାନ ଦେବାକୁ ସେ ନିବେଦନ କରିଛନ୍ତି। ଏସବୁ ସତ୍ତ୍ୱେ […]