ଭୁବନେଶ୍ୱର: ଏଣିକି ସବୁ ପଞ୍ଚାୟତରେ ମିଳିବ ଇଣ୍ଟରନେଟ୍ ସୁବିଧା। ସମସ୍ତ ଗ୍ରାମ ପଞ୍ଚାୟତକୁ ଉଚ୍ଚ କ୍ଷମତା ସମ୍ପନ୍ନ ଇଣ୍ଟରନେଟ୍ ସଂଯୋଗ କରିବା ପାଇଁ ରାଜ୍ୟ ସରକାର ଯୋଜନା ଆରମ୍ଭ କରିଛନ୍ତି। ଆସନ୍ତା ଏପ୍ରିଲ ମାସ ସୁଦ୍ଧା ସମସ୍ତ ପଞ୍ଚାୟତକୁ ଇଣ୍ଟରନେଟ୍ ସଂଯୋଗ ପାଇଁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ କାର୍ଯ୍ୟାନ୍ୱୟନ କମିଟି ବୈଠକରେ ଏହା ସ୍ଥିର ହୋଇଛି। ଏଥିସହ ପ୍ରତି […]
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୯୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୫୬୮ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୧୬୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୯୯୫ ଆକ୍ରାନ୍ତଙ୍କ ମଧ୍ୟରୁ ୧,୭୩୭ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୨୫୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୦,୯୯୮ରେ ପହଞ୍ଚିଛି।
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୮ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୫୮ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବାଲେଶ୍ୱରରୁ ସର୍ବଧିକ ୪ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ସେହିପରି ପୁରୀରୁ୨, ନୟାଗଡରୁ ୨, ସୁନ୍ଦରଗଡରୁ ୨ ଜଣ ଲେଖାଏ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ସୂଚନା ଥାଉ କି, ରାଜ୍ୟରେ ୨୪ ଘଣ୍ଟାରେ […]
ଭୁବନେଶ୍ୱର: ଦିଲ୍ଲୀ ପଟିଆଲା ହାଉସ୍ କୋର୍ଟରେ ସାଂସଦ ଅନୁଭବ ମହାନ୍ତି ଦାୟର କରିଥିବା ଛାଡ଼ପତ୍ର ମାମଲା କୁ ନେଇ କୋର୍ଟ ବର୍ଷାଙ୍କୁ ନୋଟିସ୍ ଜାରି କରିଛନ୍ତି। ଡିସେମ୍ବର ୧୦ରେ ହାଜର ହେବାକୁ ଏହି ନୋଟିସ୍ ଜାରି ହୋଇଛି। ପଟିଆଲା ହାଉସ୍ କୋର୍ଟରେ ଅନୁଭବ ଦାୟର କରିଥିବା ମାମଲାକୁ ଗ୍ରହଣ କରି କୋର୍ଟ ଏହି ନୋଟିସ୍ ଜାରି କରିଛନ୍ତି। ଡିସେମ୍ବର ୧୦ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ କରାଯିବ ବୋଲି ଜଣାପଡ଼ିଛି। ସୂଚନାଥାଉ କି, ଦିଲ୍ଲୀ […]