ସୂଚନା ଅନୁସାରେ ୨୦୨୨ ମସିହାରେ ୭୯୬ଟି ASO ପଦବୀ ପାଇଁ OPSC ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଏଥିରେ ଆବେଦନ କରିଥିବା ୧ ଲକ୍ଷ ୪୮ ହଜାର ୮୮୮ ଆବେଦନକାରୀଙ୍କ ମଧ୍ୟରୁ ୧୧୦୪ ଜଣ କୃତକାର୍ଯ୍ୟ ହୋଇଥିଲେ ।
ମଣ୍ଡି ଖୋଲୁ ଖୋଲୁ ଚାଷୀଙ୍କୁ ମାଡ ! କଟନୀ ଛଟନୀରେ ତ୍ରାହି ତ୍ରାହି ଚାଷୀ । କିନ୍ତୁ ଏତିକିରେ ବି ମଣ୍ଡି ଅଧିକାରୀଙ୍କ ମନମାନୁନି । ମିଲର୍ସଙ୍କ ସହିତ ମଧୁଚନ୍ଦ୍ରିକାର ପ୍ରମାଣ ମିଳିଛି ମଣ୍ଡି ଭିତରୁ ।
ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୧୦ମୀ ଦିବା ୦୮.୧୬ ଗତେ ୧୧ଶୀ । ଘାତଚନ୍ଦ୍ର- ମେଷ ରାଶିର । ଅହୋରାତ୍ର ,ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।
ନୂଆ ଜିଲ୍ଲା ଘୋଷଣାରେ ଅଙ୍କୁଶ । ହାଇକୋର୍ଟଙ୍କ ବିନା ଅନୁମତିରେ ରାଜ୍ୟ ସରକାର ନୂଆ ଜିଲ୍ଲା ଗଠନ ପାଇଁ ନିର୍ଦ୍ଦେଶନାମା ଜାରି କରିପାରିବେ ନାହିଁ ।
ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ନିମନ୍ତ୍ରଣ ଦିଆଯିବା ପରେ ଆଜି ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କୁ ନିମନ୍ତ୍ରଣ କରାଯିବ । ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପରିଚାଳନା କମିଟି ସଦସ୍ୟ ମାନେ ମଧ୍ୟପ୍ରଦେଶର ଉଜ୍ଜୟନୀ ଯାତ୍ରା କରିବେ ।
ରାଜଧାନୀରେ ଏବେ ରାଜ କରୁଛି ଶୀତ । ପ୍ରବଳ ଶୀତରେ କେମିତି ଶୋଇଛି ରାଜଧାନୀ । କେମିତି ଶୋଇଛି ରାଜଧାନୀର ରାସ୍ତାଘାଟ, ଆଉ କେମିତି ଶୀତ ସହ ସଂଘର୍ଷ କରୁଛନ୍ତି ବାସହରା । ଦିନ ସାରାର ଖଟଣି ପରେ ରାତିରେ ମୁଣ୍ଡ ଗୁଞ୍ଜିବା ବହୁ କଷ୍ଟକର ହେଉଛି ବାସହରାଙ୍କ ପାଇଁ ।
ଆଜିଠୁ କମିବ ଶୀତ, ବଢିବ କୁହୁଡ଼ି । ରାଜ୍ୟ ବାସୀଙ୍କୁ ଜାଡ଼ରୁ ମିଳିବ ସାମାନ୍ୟ ଆଶ୍ବସ୍ତି । ଏହି ସୂଚନା ଦେଇଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଗତ ସପ୍ତାହେ ଧରି ଲାଗି ରହିଥିବା ଅସହ୍ୟ ଶୀତର ପ୍ରକୋପ ଆଜିଠୁ କିଛିଟା କମିବ । କାଲିଠୁ ପ୍ରବଳ କୁହୁଡ଼ି ଦେଖାଯିବା ନେଇ ଚେତାଇ ଦେଇଛି ପାଣିପାଗ କେନ୍ଦ୍ର ।
ରାଉରକେଲା ସୀମାନ୍ତ ଝାଡ଼ଖଣ୍ଡରେ ନକ୍ସଲଙ୍କ ହିଂସାକାଣ୍ଡ । ଝାଡ଼ଖଣ୍ଡ ମନୋହରପୁର ଷ୍ଟେସନ ନିକଟ ବିରୁୱାରେ ରେଳ ଧାରଣା ଉଡାଇଛନ୍ତି ମାଓବାଦୀ । ବିଳମ୍ବିତ ରାତିରେ ଏଭଳି କାଣ୍ଡ ଭିଆଇଥିବା ଜଣାପଡ଼ିଛି । ଫଳରେ ଟ୍ରେନ୍ ଚଳାଚଳ ପ୍ରଭାବିତ ହୋଇଛି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଜିଲ୍ଲା ବୁଲୁଛି ରାଜ୍ୟପାଳଙ୍କ ଦରବାର। ଲୋକଙ୍କଠୁ ଅଭିଯୋଗ ବି ସଂଗ୍ରହ ହେଉଛି ଓ ପ୍ରତିକାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ବି ଲେଖାଯାଉଛି। ଯାହାକୁ ନେଇ ରାଜ୍ୟ ସରକାରଙ୍କ ମାଳ ମାଳ ଯୋଜନାର ସଫଳ ରୂପାୟନ ନେଇ ଡିଣ୍ଡିମ ପିଟା ଉପରେ ଉଠିଛି ପ୍ରଶ୍ନ।
ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ଯୋଜନାରେ ସହରବାସୀଙ୍କୁ ପାଣି ଯୋଗା ଯାଉଥିଲା ବେଳେ, ରକ୍ଷଣାବେକ୍ଷଣରେ ଅବ୍ୟବସ୍ଥାରୁ ସରକାରୀ ପାଣି ହିଁ ଏବେ ହଇଜାର ବାହକ ସାଜିଥିବା ଅଭିଯୋଗ ହେଉଛି ।
ତେଜୁଛି ହିନ୍ଦୀ ବ୍ଲଗର କାମିୟା ଜାନି ଜଗନ୍ନାଥ ଦର୍ଶନ ବିବାଦ। କାମିୟାଙ୍କୁ ଜଗନ୍ନାଥ ମନ୍ଦିର ପ୍ରବେଶ ଏବଂ ଅବଢା ଖୁଆଇବାକୁ ନେଇ 5T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ଟାର୍ଗେଟ କରିଛି ବିଜେପି। ଦଳ ଅଭିଯୋଗ କରିଛି, କାମିୟା ପୂର୍ବରୁ ଗୋଂମାସ ଖାଇଥିବାରୁ ତାଙ୍କୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରାଇବା ସହ ମହାପ୍ରସାଦ ଖୁଆଇ ଜଗନ୍ନାଥ ପ୍ରେମୀଙ୍କ ମନକୁ ଆଘାତ ଦେଇଛନ୍ତି ପାଣ୍ଡିଆନ ।
ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକଘର ସହ ଜିଲ୍ଲାର କୌଣସି ପୋଷ୍ଟ ଅଫିସର ୧୦ ଟଙ୍କିଆ ଆାଇ.ପି.ଓ. ମିଳୁନି। ମୟୁରଭଞ୍ଜ ଓ ଭଦ୍ରକ ଜିଲ୍ଲାରେ ମଧ୍ୟ ସମାନ ଅବସ୍ଥା।
ଟ୍ୱିନସିଟିରେ ବି ସମାନ ଅବସ୍ଥା । ଗତ ୪ ଦିନ ହେଲା ଦୁଇ ମହାନଗରର ତାପମାତ୍ରା ଚଳିତ ବର୍ଷର ସର୍ବନିମ୍ନ ରେକର୍ଡ ହୋଇଛି । ୨୪ ଘଣ୍ଟାରେ ଭୁବନେଶ୍ୱରର ସର୍ବନିମ୍ନ ରାତି ତାପମାତ୍ରା ୧୨.୪ ଡିଗ୍ରୀ ଓ କଟକରେ ୧୨.୮ ଡିଗ୍ରୀ ରହିଛି ।
ରିହାତିରେ କାର୍। ଡିସକାଉଣ୍ଟରେ ବ୍ରାଣ୍ଡ୍ ନ୍ୟୁ। ୧୮ ଲକ୍ଷର କାର୍ ମାତ୍ର ୯ ଲକ୍ଷରେ। ବାସ୍ ଏମିତି କିଛି ବିଜ୍ଞାପନ, ଏମିତି କିଛି ପ୍ରଚାର କରି ଏହି ଦମ୍ପତି ଠକି ନେଇଛନ୍ତି ୪୦ କୋଟି।
ଜବତ ଟଙ୍କାରୁ ୩୨୯ କୋଟି ବଲାଙ୍ଗିର ଓ ସମ୍ବଲପୁରରେ ଥିବା ପୁରୁଣା ଘର, ଗୁପ୍ତ ଚାମ୍ବରରେ ଲୁଚା ଯାଇଥିଲା ବୋଲି ଆୟକର ବିଭାଗ ପକ୍ଷରୁ କୁହାଯାଇଛି।
ଜ୍ୟୋତିର୍ବିଜ୍ଞାନୀଙ୍କ ମତରେ ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ ତାରିଖରେ ଉତ୍ତର ଗୋଲାର୍ଦ୍ଧାରେ ଶୀତ ଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ । ଚଳିତ ବର୍ଷ ଏହା ଡିସେମ୍ବର ୨୨ରେ ପଡୁଛି ।
ଡିସେମ୍ବର ୨୨ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ କରାଯିବା ନେଇ ସୂଚନା ରହିଛି । ଆଗ୍ରହୀ ପ୍ରାର୍ଥୀମାନେ ବିଭାଗର ଅଫିସିଆଲ୍ ୱେବସାଇଟ୍ osssc.gov.in ମାଧ୍ୟମରେ ଅନଲାଇନରେ ଆବେଦନ କରିପାରିବେ ।
ଶୀତରେ ଥରୁଛି ସାରା ଓଡ଼ିଶା । ସବୁଠି ପାରଦ ତଳ ମୁହାଁ ହେଉଥିବାରୁ ଥଣ୍ତାରେ ଥରୁଛି ପୁରା ରାଜ୍ୟ । ରାତି ତାପମାତ୍ରା ସ୍ୱାଭାବିକଠାରୁ ୨ ରୁ ୩ ଡିଗ୍ରୀ ତଳକୁ ଖସିଆସିଛି । ୧୦ ଡିଗ୍ରୀ ତଳେ ରାଜ୍ୟର ପ୍ରାୟ ୧୪ ଟି ସହରର ତାପମାତ୍ରା ।
ଅତ୍ୟାଧୁନିକ କର୍ଣ୍ଣର ସଟ୍ ୱିପେନ୍ ଦ୍ୱାରା ଶତ୍ରୁଙ୍କୁ ସହଜରେ ଦେଖି ଟାର୍ଗେଟ କରାଯାଇପାରିବ ।
ପ୍ରଶାନ୍ତଙ୍କ ୨ଟି ବହୁତଳ ପ୍ରାସାଦ, ୨ଟି ଫ୍ଲାଟ୍, ୫ଟି ପ୍ଲଟ, ୧ କୋଟି ୩୭ ଲକ୍ଷର ବ୍ୟାଙ୍କ ଜମା, ୫ଶହ ଗ୍ରାମରୁ ଅଧିକ ସୁନା ଓ ୧ ଲକ୍ଷ ୨୧ ହଜାର ନଗଦ ଟଙ୍କା ଠାବ କରିଛି ଭିଜିଲାନ୍ସ ।
ପୂର୍ବରୁ ଦୁଇ ଓଲିଉଡ୍ ଷ୍ଟାରଙ୍କ ଘରକଳି ବାରମ୍ବାର ପଦାରେ ପଡ଼ିଛି । ଅନେକ ଥର ଦୁହେଁ ଦୁହିଁଙ୍କ ବିରୋଧରେ ଅଭିଯୋଗ ନେଇ ଥାନାର ଦ୍ୱାରସ୍ଥ ହୋଇଛନ୍ତି ।
ଯେଉଁମାନେ ନ୍ୟୁଡ କଲରେ ସାମିଲ ହେଉଥିଲେ ତାଙ୍କ ଠାରୁ ମୋଟା ଅଙ୍କର କମିଶନ ନେଉଥିଲା । ଓଡ଼ିଶାର ଦୁଇ ଜଣଙ୍କ ସହ ତାର ଥିଲା ସମ୍ପର୍କ । ୯ଟି ବ୍ୟାଙ୍କରେ ତାର ଆକାଉଣ୍ଟ ରହିଛି । ଇଣ୍ଡସ ଇଣ୍ଡ ବ୍ୟାଙ୍କ୍, IDBI Bank, ଏସବିଆଇ, Axis Bank, Central Bank, IDFC, ବ୍ୟାଙ୍କ୍ ଅଫ୍ ବରୋଦାରେ ରହିଛି ଆକାଉଣ୍ଟ ।
କେବଳ ଚା’ ନୁହେଁ ବରଂ ନିଦ ଛଡାଇବା ଏବଂ ବିଶ୍ରାମ ପାଇଁ ସେହି ହୋଟେଲ ଓ ଢାବାରେ ଆଶ୍ରୟ ନେଇପାରିବେ ଡ୍ରାଇଭର । କାରଣ ରାତି ଅନିଦ୍ରା ହେଉଥିବାରୁ ଟ୍ରକ୍ ଚାଳକଙ୍କର ଭୋର୍ ସମୟରେ ଆଖି ଲାଗି ଯାଇଥାଏ ।
ଡିସକାଉଣ୍ଟରେ କାର ଦେବାକୁ କହି ପାଖାପାଖି ୪୦ କୋଟି ଟଙ୍କାର ଠକେଇ ଅଭିଯୋଗ । ଠକେଇ ଅଭିଯୋଗ ପରେ ସ୍ବାମୀ ସ୍ତ୍ରୀଙ୍କୁ ଅଟକ ରଖିଛି ପୋଲିସ ।