Advertisment

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଫୁଲବାଣୀ: ପୁଣି କୋଭିଡ୍ ଯୋଦ୍ଧା ଜୀବନ ନେଲା କରୋନା। କନ୍ଧମାଳ ଜିଲ୍ଲା ପୁଲିସରେ କାର୍ଯ୍ୟରତ ଜଣେ କନଷ୍ଟେବଳ କରୋନାରେ ପ୍ରାଣ ହରାଇଛନ୍ତି। ତାଙ୍କର ନାଁ ହେଉଛି ଉନେଶ ନାୟକ। ତାଙ୍କ ଘର ଜି. ଉଦୟଗିରି ବଡେନାଜୁ ଗାଁରେ। ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଆଜି ଅନ୍ତିମ ସଂସ୍କାର କରାଯାଇଛି। ଶେଷ କୃତ୍ୟ ସମ୍ପନ୍ନ ପୂର୍ବରୁ ଫୁଲବାଣୀ ସ୍ଥିତ ରିଜର୍ଭ ପୁଲିସ ପଡ଼ିଆରେ ତାଙ୍କୁ ଜିଲ୍ଲା ପୁଲିସ ପକ୍ଷରୁ ଗାର୍ଡ଼ ଅଫ୍‌ ଅନର ଦିଆଯାଇଥିଲା। କନ୍ଧମାଳ ଜିଲ୍ଲାପାଳ ଡଃ. […]

author-image
Chandan Shishu
ଅଦ୍ୟତନ ହୋଇଛି
କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

coronary

ଫୁଲବାଣୀ: ପୁଣି କୋଭିଡ୍ ଯୋଦ୍ଧା ଜୀବନ ନେଲା କରୋନା। କନ୍ଧମାଳ ଜିଲ୍ଲା ପୁଲିସରେ କାର୍ଯ୍ୟରତ ଜଣେ କନଷ୍ଟେବଳ କରୋନାରେ ପ୍ରାଣ ହରାଇଛନ୍ତି। ତାଙ୍କର ନାଁ ହେଉଛି ଉନେଶ ନାୟକ। ତାଙ୍କ ଘର ଜି. ଉଦୟଗିରି ବଡେନାଜୁ ଗାଁରେ। ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଆଜି ଅନ୍ତିମ ସଂସ୍କାର କରାଯାଇଛି।

Advertisment

publive-imageଶେଷ କୃତ୍ୟ ସମ୍ପନ୍ନ ପୂର୍ବରୁ ଫୁଲବାଣୀ ସ୍ଥିତ ରିଜର୍ଭ ପୁଲିସ ପଡ଼ିଆରେ ତାଙ୍କୁ ଜିଲ୍ଲା ପୁଲିସ ପକ୍ଷରୁ ଗାର୍ଡ଼ ଅଫ୍‌ ଅନର ଦିଆଯାଇଥିଲା। କନ୍ଧମାଳ ଜିଲ୍ଲାପାଳ ଡଃ. ବୃନ୍ଦା ଓ ଏସ୍‌ପି ଭିନିତ ଅଗ୍ରୱାଲଙ୍କ ସମେତ ବହୁ ପୁଲିସ ଅଧିକାରୀ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ତା’ପରେ ତାଙ୍କ ପରିବାରବର୍ଗଙ୍କ ଉପସ୍ଥିତିରେ ସ୍ଥାନୀୟ ଶ୍ମଶାନରେ ଶବ ସତ୍କାର କରାଯାଇଥିଲା।

publive-imageସ୍ୱର୍ଗତ ଉନେଶ ନାୟକ ଦାରିଙ୍ଗବାଡିରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିଲେ। ଏହି ସମୟରେ କରୋନାରେ ଆକ୍ରାନ୍ତ ହୋଇଥିଲେ।

Advertisment

ତାଙ୍କୁ ପ୍ରଥମେ ଫୁଲବାଣୀ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର କିମ୍ସ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି।

Advertisment
Advertisment