Advertisment

ଗାଡ଼ି ଧକ୍କାରେ ଜଣଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ବାଲିଗୁଡ଼ା (ଅଜିତ୍‌ ନାୟକ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି କନବାଗିରି ଗାଁରେ ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାଟି ଗତକାଲି ବିଳମ୍ବିତ ରାତିରେ ଘଟିଥିଲା। ମୃତକ ଜଣଙ୍କ ହେଲେ କଟରଗଣ୍ଡା ଗାଁର ବିଘ୍ନରାଜ ପ୍ରଧାନ। ଆଜି ସକାଳେ ଦୁର୍ଘଟଣା ସମ୍ପର୍କରେ ଜଣାପଡ଼ିବା ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା। ମୃତ ବିଘ୍ନରାଜଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ଦେବା ଦାବିରେ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ। ଫଳରେ ଦୀର୍ଘ ସମୟ ଧରି ଜି.ଉଦୟଗିରି ଏବଂ ବାଲିଗୁଡ଼ା […]

ଗାଡ଼ି ଧକ୍କାରେ ଜଣଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

death

Advertisment

ବାଲିଗୁଡ଼ା (ଅଜିତ୍‌ ନାୟକ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି କନବାଗିରି ଗାଁରେ ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାଟି ଗତକାଲି ବିଳମ୍ବିତ ରାତିରେ ଘଟିଥିଲା। ମୃତକ ଜଣଙ୍କ ହେଲେ କଟରଗଣ୍ଡା ଗାଁର ବିଘ୍ନରାଜ ପ୍ରଧାନ। ଆଜି ସକାଳେ ଦୁର୍ଘଟଣା ସମ୍ପର୍କରେ ଜଣାପଡ଼ିବା ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା।

Advertisment

ମୃତ ବିଘ୍ନରାଜଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ଦେବା ଦାବିରେ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ। ଫଳରେ ଦୀର୍ଘ ସମୟ ଧରି ଜି.ଉଦୟଗିରି ଏବଂ ବାଲିଗୁଡ଼ା ମଧ୍ୟରେ ଯାନବାହନ ଚଳାଚଳ ବନ୍ଦ ରହିଥିଲା।

ଖବରପାଇ ଜି.ଉଦୟଗିରି ପୁଲିସ୍‌ ଧାରଣା ସ୍ଥଳରେ ପହଞ୍ଚି ବୁଝାଶୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା।

Advertisment

ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ ହୋଇଥିବା ଏସ୍‌ଡିପିଓ ଜୟକୃଷ୍ଣ ବେହେରା ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ