Advertisment

ଏସ୍‌ପିଙ୍କ ସଂସ୍ପର୍ଶରେ ଆସିବା ପରେ ଜିଲ୍ଲାପାଳଙ୍କର ହେଲା କରୋନା ଟେଷ୍ଟ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳ ସନତ୍‌ ମହାନ୍ତିଙ୍କର କରୋନା ଟେଷ୍ଟ କରାଯାଇଛି। ଖୋର୍ଦ୍ଧା ଏସ୍‌ପି ଅଜୟ ପ୍ରତାପ ସ୍ୱାଇଁ କରୋନା ପଜିଟିଭ ଚିହ୍ନଟ ହେବାପରେ ନୂଆ କରି ନିଯୁକ୍ତ ହୋଇଥିବା ଜିଲ୍ଲାପାଳଙ୍କ କୋଭିଡ ଟେଷ୍ଟ କରାଯାଇଛି। ଜିଲ୍ଲାପାଳ ଦାୟିତ୍ୱ ଗ୍ରହଣ କରିବା ବେଳେ ଏସପି ସ୍ୱାଇଁ ତାଙ୍କୁ ଫୁଲତୋଡ଼ା ଦେଇ ସ୍ୱାଗତ କରିଥିଲେ। ସିଧାସଳଖ ତାଙ୍କ ସଂସ୍ପର୍ଶରେ ଆସିଥିବାରୁ ଜିଲ୍ଲାପାଳଙ୍କ କରୋନା ଟେଷ୍ଟ କରାଯାଇଛି। ଜିଲ୍ଲାପାଳଙ୍କ ସମେତ ତାଙ୍କ ଅଫିସ୍‌ର ଅନ୍ୟାନ୍ୟ କର୍ମଚାରୀଙ୍କର ମଧ୍ୟ କୋଭିଡ ଚେଷ୍ଟ କରାଯାଇଛି। […]

ଅଦ୍ୟତନ ହୋଇଛି
ଏସ୍‌ପିଙ୍କ ସଂସ୍ପର୍ଶରେ ଆସିବା ପରେ ଜିଲ୍ଲାପାଳଙ୍କର ହେଲା କରୋନା ଟେଷ୍ଟ

coro

Advertisment

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳ ସନତ୍‌ ମହାନ୍ତିଙ୍କର କରୋନା ଟେଷ୍ଟ କରାଯାଇଛି। ଖୋର୍ଦ୍ଧା ଏସ୍‌ପି ଅଜୟ ପ୍ରତାପ ସ୍ୱାଇଁ କରୋନା ପଜିଟିଭ ଚିହ୍ନଟ ହେବାପରେ ନୂଆ କରି ନିଯୁକ୍ତ ହୋଇଥିବା ଜିଲ୍ଲାପାଳଙ୍କ କୋଭିଡ ଟେଷ୍ଟ କରାଯାଇଛି।

Advertisment

ଜିଲ୍ଲାପାଳ ଦାୟିତ୍ୱ ଗ୍ରହଣ କରିବା ବେଳେ ଏସପି ସ୍ୱାଇଁ ତାଙ୍କୁ ଫୁଲତୋଡ଼ା ଦେଇ ସ୍ୱାଗତ କରିଥିଲେ। ସିଧାସଳଖ ତାଙ୍କ ସଂସ୍ପର୍ଶରେ ଆସିଥିବାରୁ ଜିଲ୍ଲାପାଳଙ୍କ କରୋନା ଟେଷ୍ଟ କରାଯାଇଛି। ଜିଲ୍ଲାପାଳଙ୍କ ସମେତ ତାଙ୍କ ଅଫିସ୍‌ର ଅନ୍ୟାନ୍ୟ କର୍ମଚାରୀଙ୍କର ମଧ୍ୟ କୋଭିଡ ଚେଷ୍ଟ କରାଯାଇଛି। ଜିଲ୍ଲାପାଳଙ୍କ ଡ୍ରାଇଭର, ପିଏସଓ, ଉପଜିଲ୍ଲାପାଳ, ପ୍ରକଳ୍ପ ନିର୍ଦ୍ଦେଶକ ଓ ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ବି କୋଭିଡ ଟେଷ୍ଟ କରାଇଛନ୍ତି।

publive-image

ସୂଚନାଥାଉକି, ଗତକାଲି ଖୋର୍ଦ୍ଧା ଏସ୍‌ପି ଅଜୟ ପ୍ରତାପ ସ୍ୱାଇଁ କରୋନାରେ ପଜିଟିଭ ଥିଲେ। ସ୍ୱାବ୍ ରିପୋର୍ଟ ପଜିଟିଭ ଆସିଥିବା ନେଇ ନିଜେ ଏସ୍‌ପି ସୂଚନା ଦେଇଥିଲେ। ଜିଲ୍ଲା ପୋଲିସ୍‌ ମୁଖ୍ୟାଳୟର ଜଣେ ଷ୍ଟାଫ୍ କରୋନା ସଂକ୍ରମିତ ହୋଇଥିଲେ। ଏହାପରେ ଅନ୍ୟମାନଙ୍କ ସ୍ୱାବ୍ ନିଆଯାଇଥିଲା। ସ୍ୱାବ୍ ଟେଷ୍ଟରେ ଖୋର୍ଦ୍ଧା ଏସ୍‌ପିଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଥିଲା। ତାଙ୍କର କୌଣସି କରୋନା ଲକ୍ଷଣ ନ ଥିଲା ବୋଲି ଏସ୍‌ପି ଅଜୟ ପ୍ରତାପ କହିଛନ୍ତି।

Advertisment

ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୮୩୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୮୩୩ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୧୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୭୧୫ ରହିଛି।

ଖୋର୍ଦ୍ଧାରୁ ସର୍ବାଧିକ ୨୯୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂର୍ପକ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୨,୫୫୦ରେ ପହଞ୍ଚିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ