Advertisment

Cyclone Montha: ସମ୍ଭାବ୍ୟ ବାତ୍ୟା: ୯ ଜିଲ୍ଲାରେ ସରକାରୀ ଛୁଟି ବାତିଲ୍

ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ୯ ଜିଲ୍ଲାରେ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ୍ କରାଯାଇଛି। ସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ବାଲେଶ୍ବରରେ ଛୁଟି ବାତିଲ୍ କରାଯାଇଛି।

CYCLONE-UPDATE

CYCLONE-UPDATE Photograph: (OTV)

Advertisment

ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ୯ ଜିଲ୍ଲାରେ ସରକାରୀ ଛୁଟି ବାତିଲ୍ । କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, କଳାହାଣ୍ଡି, ବାଲେଶ୍ବର ଓ କେନ୍ଦ୍ରାପଡ଼ାରେ ଛୁଟି ବାତିଲ କରାଯାଇଛି ।  ସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ବାଲେଶ୍ବରରେ ଛୁଟି ବାତିଲ୍ କରିଛନ୍ତି ଜିଲ୍ଲାପାଳ । 
ସେହିଭଳି ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ ହୋଇଥିବା ବେଲେ ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି । କେନ୍ଦ୍ରାପଡ଼ାରେ ୨୬ରୁ ୩୦, ମାଲକାନଗିରି ଓ କୋରାପୁଟରେ ୨୭ରୁ ୩୦, ଏବଂ କଳାହାଣ୍ଡି ଓ ଗଜପତି ଜିଲ୍ଲାରେ ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ କରାଯାଇଛି । ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ବି ସରକାରୀ ଛୁଟି ବାତିଲ୍ କରାଯାଇଛି । ଛୁଟିରେ ଥିବା ସମସ୍ତ ସରକାରୀ କର୍ମଚାରୀ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

Advertisment
Cyclone
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ