Holidays Photograph: (OTV)
ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ୭ ଜିଲ୍ଲାରେ ସରକାରୀ ଛୁଟି ବାତିଲ୍ କରାଯାଇଛି। କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, କଳାହାଣ୍ଡି, ବାଲେଶ୍ବର ଓ କେନ୍ଦ୍ରାପଡ଼ାରେ ଛୁଟି ବାତିଲ କରାଯାଇଛି । ସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ବାଲେଶ୍ବରରେ ଛୁଟି ବାତିଲ୍ କରିଛନ୍ତି ଜିଲ୍ଲାପାଳ । ସେହିଭଳି ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ ହୋଇଥିବା ବେଲେ ମୁଖ୍ୟାଳୟ ନଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି । କେନ୍ଦ୍ରାପଡ଼ାରେ ୨୬ରୁ ୩୦, ମାଲକାନଗିରି ଓ କୋରାପୁଟରେ ୨୭ରୁ ୩୦, ଏବଂ କଳାହାଣ୍ଡି ଓ ଗଜପତି ଜିଲ୍ଲାରେ ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ କରାଯାଇଛି । ଛୁଟିରେ ଥିବା ସମସ୍ତ ସରକାରୀ କର୍ମଚାରୀ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।
• ସମ୍ଭାବ୍ୟ ବାତ୍ୟାକୁ ନେଇ ୭ ଜିଲ୍ଲାରେ ଛୁଟି ବାତିଲ୍
• ସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ବାଲେଶ୍ବରରେ ଛୁଟି ବାତିଲ୍
• ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ, ମୁଖ୍ୟାଳୟ ଛାଡ଼ିବା ମନା
• କେନ୍ଦ୍ରାପଡ଼ାରେ ୨୬ରୁ ୩୦ ତାରିଖ ପର୍ଯ୍ୟନ୍ତ ମୁଖ୍ୟାଳୟ ଛାଡ଼ିବା ମନା
• ମାଲକାନଗିରିରେ ୨୭ରୁ ୩୦ ପର୍ଯ୍ୟନ୍ତ ଛୁଟି ବାତିଲ କଲେ ଜିଲ୍ଲାପାଳ
• କୋରାପୁଟ୍ ରେ ୨୭ରୁ ୩୦ ପର୍ଯ୍ୟନ୍ତ ଛୁଟି ବାତିଲ କଲେ ଜିଲ୍ଲାପାଳ
• କଳାହାଣ୍ଡି ଓ ଗଜପତି ଜିଲ୍ଲାରେ ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ
ଅଧିକ ଦେଖନ୍ତୁ:
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2025/10/26/holidays-2025-10-26-11-51-22.jpg)