Advertisment

ଦକ୍ଷିଣ ମୋଡ଼ ନେଲେ ତିନି ରଥ

ପୁରୀ: ଶ୍ରୀକ୍ଷେତ୍ରରେ ବାହୁଡା ଯାତ୍ରା ପ୍ରସ୍ତୁତିର ଆଦ୍ୟ ପର୍ବ ଆରମ୍ଭ ହୋଇଛି । ବିଧିପୂର୍ବକ ୩ ରଥରେ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ହୋଇଛି । ୩ ପୂଜାପଣ୍ଡା ସାମନ୍ତ ୩ ବାଡ଼ରୁ ଆଜ୍ଞାମାଳ ଆଣିବା ପରେ ପାଟପଟୁଆରରେ ଆସି ବିଜେ ହୋଇଥିଲା ଆଜ୍ଞାମାଳ। ଏହାପରେ ୩ ରଥର ଦକ୍ଷିଣ ମୋଡ଼ କରାଯାଇଛି। ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ, ତାପରେ ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ସର୍ବଶେଷରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଦକ୍ଷିଣ ମୋଡ଼ କରାଯାଉଛି। ଗତକାଲି ହେରା […]

ଦକ୍ଷିଣ ମୋଡ଼ ନେଲେ ତିନି ରଥ

ratha

Advertisment

ପୁରୀ: ଶ୍ରୀକ୍ଷେତ୍ରରେ ବାହୁଡା ଯାତ୍ରା ପ୍ରସ୍ତୁତିର ଆଦ୍ୟ ପର୍ବ ଆରମ୍ଭ ହୋଇଛି । ବିଧିପୂର୍ବକ ୩ ରଥରେ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ହୋଇଛି । ୩ ପୂଜାପଣ୍ଡା ସାମନ୍ତ ୩ ବାଡ଼ରୁ ଆଜ୍ଞାମାଳ ଆଣିବା ପରେ ପାଟପଟୁଆରରେ ଆସି ବିଜେ ହୋଇଥିଲା ଆଜ୍ଞାମାଳ। ଏହାପରେ ୩ ରଥର ଦକ୍ଷିଣ ମୋଡ଼ କରାଯାଇଛି। ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ, ତାପରେ ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ସର୍ବଶେଷରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଦକ୍ଷିଣ ମୋଡ଼ କରାଯାଉଛି।

Advertisment

ଗତକାଲି ହେରା ପଞ୍ଚମୀ ନୀତି ଅନୁଷ୍ଠିତ ହୋଇଥିଲା। ଏହି ନୀତି ଅନୁସାରେ ଶ୍ରୀମନ୍ଦିରରୁ ମା’ ବିମଳାଙ୍କ ଆଜ୍ଞାନୁଯାୟୀ ମୋହିନୀ ଚୂଣ୍ଣ ଧରି ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିଥିଲେ ମା’ ମହାଲକ୍ଷ୍ମୀ। ଶ୍ରୀଗୁଣ୍ଡିଚା ମନ୍ଦିର ସାମ୍ନାରେ ଥିବା ନନ୍ଦିଘୋଷ ରଥ ପାଖରେ  ପହଞ୍ଚିବା ପରେ  ରୀତିନୀତି ଅନୁଯାୟୀ ମା’ ମହାଲକ୍ଷ୍ମୀଙ୍କ ବନ୍ଦାପନା କରିଥିଲେ ସେବାୟତ। ଏହାପରେ ରଥ ଭାଙ୍ଗିବା ନୀତି ସମ୍ପୂର୍ଣ୍ଣ ହୋଇଥିଲା।

ଏହି ନୀତି ସମ୍ପୂର୍ଣ୍ଣ ହେଲାପରେ ମା’ ମହାଲକ୍ଷ୍ମୀ ବଡ଼ଦାଣ୍ଡରେ ନଫେରି ହେରାଗୋହିରୀ ସାହି ଦେଇ ଶ୍ରୀମନ୍ଦିରକୁ ଫେରିଥିଲେ। କଥାରେ ଅଛି, ରଥଯାତ୍ରା ସମୟରେ ଶ୍ରୀଜଗନ୍ନାଥ ମହାପ୍ରଭୁ ନିଜ ଭାଇ ଭଉଣୀଙ୍କୁ ସାଙ୍ଗରେ ଆଣିଥିଲେ କିନ୍ତୁ ମା’ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ଆଣିନଥିଲେ। ଏନେଇ ଅଭିମାନରେ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ଆସି ନନ୍ଦିଘୋଷ ରଥକୁ ଭାଙ୍ଗିଥାନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ