Advertisment

ବିଜେପି ନେତାଙ୍କ ହତ୍ୟା ଘଟଣାରେ ଆଇନମନ୍ତ୍ରୀଙ୍କ ସମ୍ପୃକ୍ତି ଥିବା ଅଭିଯୋଗ

ମାହାଙ୍ଗାରେ ବିଜେପି ନେତା କୁଳମଣି ବରାଳଙ୍କୁ ହତ୍ୟା ମାମଲା। ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେପି। ହସ୍ତକ୍ଷେପ ଲୋଡ଼ିଲେ କଟକ ଜିଲ୍ଲା ବିଜେପି ସଭାପତି ପ୍ରକାଶ ବେହେରା। କୁଳମଣିଙ୍କ ପରିବାର ଆଇନ ମନ୍ତ୍ରୀଙ୍କ ସଂପୃକ୍ତି ଅଭିଯୋଗ ଆଣିଛନ୍ତି। ଆଇନ ମନ୍ତ୍ରୀଙ୍କ ନାଁ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରନ୍ତୁ ବୋଲି କହିଲେ ପ୍ରକାଶ।

ବିଜେପି ନେତାଙ୍କ ହତ୍ୟା ଘଟଣାରେ ଆଇନମନ୍ତ୍ରୀଙ୍କ ସମ୍ପୃକ୍ତି ଥିବା ଅଭିଯୋଗ

Naveen-bjp

Advertisment

କଟକ: ମାହାଙ୍ଗାରେ ବିଜେପି ନେତା କୁଳମଣି ବରାଳ ହତ୍ୟା ମାମଲାରେ କଟକ ଜିଲ୍ଲା ବିଜେପି ସଭାପତି ପ୍ରକାଶ ବେହେରା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। କାରଣ ଏହି ହତ୍ୟା ଘଟଣାରେ ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ଥିବା ନେଇ କୁଳମଣିଙ୍କ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଆଇନମନ୍ତ୍ରୀଙ୍କ ନାଁ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ଏହି ଘଟଣାରେ ହସ୍ତକ୍ଷେପ କରନ୍ତୁ ବୋଲି ପ୍ରକାଶ କହିଛନ୍ତି।

Advertisment

ସେପଟେ ଏହି ଘଟଣାରେ ମୁଁ ନିଜେ ହିଁ ଦୃଷ୍ଟି ଦେବି ବୋଲି ଆଇନମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। ମାହାଙ୍ଗାରେ ବିଜେପି ନେତା କୁଳମଣି ବରାଳଙ୍କୁ ହତ୍ୟା ଘଟଣାରେ ପ୍ରତିକ୍ରିୟା ରଖି ଆଇନମନ୍ତ୍ରୀ କହିଛନ୍ତି, ''ହତ୍ୟାକାଣ୍ଡକୁ ଯେତେ ନିନ୍ଦା କଲେ କମ୍ ହେବ। ଦୋଷୀ କିଭଳି ଗିରଫ ହେବେ, ସେନେଇ ମୁଁ ନିଜେ ଦୃଷ୍ଟି ଦେବି"।

Advertisment

ଅନ୍ୟପକ୍ଷରେ କୁଳମଣି ବରାଳଙ୍କୁ ହତ୍ୟା ଘଟଣାରେ ମାହାଙ୍ଗା ଥାନାରେ ୧୨ ଜଣଙ୍କ ନାଁରେ ଏତଲା ହୋଇଛି। ଏନେଇ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ ଥାନାରେ ଏତଲା ଦେଇଛନ୍ତି। ଯଁକୁଟି ଗାଁର ୪ଜଣ ଓ ନୃତାଙ୍ଗ ଗାଁର ୮ଜଣଙ୍କ ନାଁରେ ଏତଲା ହୋଇଛି।  ଏହି ଘଟଣାରେ ପୋଲିସ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।

Advertisment

ସୂଚନାଥାଉ କି, ଗତକାଲି ସାଲେପୁର ବିଜେପି ନଗର ମଣ୍ଡଳ ପ୍ରଭାରୀ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବାଇକରେ ନୃତ୍ତାଙ୍ଗସ୍ଥିତ ନିଜ ଘରକୁ ଫେରୁଥିବାବେଳେ ଜଙ୍କୋଟି ନିକଟରେ ସେମାନଙ୍କୁ କିଛି ଦୁର୍ବୃତ୍ତ ସଂଘବଦ୍ଧ ଆକ୍ରମଣ କରିଥିଲେ।

ଦୁହେଁ ବାଇକରୁ ପଡ଼ିଯିବା ପରେ ମାରଣାସ୍ତ୍ରରେ ସେମାନଙ୍କ ମୁଣ୍ଡ ଓ ମୁହଁଙ୍କୁ ହାଣି ଘଟଣାସ୍ଥଳରୁ ଖସି ପଳାଇଥିଲେ ଦୁର୍ବୃତ୍ତ। ଉଭୟଙ୍କୁ ମାହାଙ୍ଗା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ କୁଳମଣିଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଦିବ୍ୟସିଂହଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠାରେ ଦିବ୍ୟସିଂହଙ୍କର ମୃତ୍ୟୁ ହୋଇଛି। ଆଜି ଉଭୟଙ୍କର ଶବ ବ୍ୟବଚ୍ଛେଦ ପରେ ଅନ୍ତିମ ସଂସ୍କାର କରାଯିବା ନେଇ ସୂଚନା ରହିଛି।

ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଛି। ଘଟଣାସ୍ଥଳରେ ୨ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଥିବାବେଳେ ସାଇଣ୍ଟିଫିକ୍ ଟିମ୍ ତନାଘନା ଆରମ୍ଭ କରିଛି।

ସେପଟେ, ହତ୍ୟା ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଟ୍ୱିଟ୍ କରି ଧର୍ମେନ୍ଦ୍ର କହିଛନ୍ତି ଯେ, କୁଳମଣିଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଶୁଣି ଦୁଃଖିତ ଓ ମର୍ମାହତ। ଘଟଣାରେ ପ୍ରଶାସନ ଦୃଢ କାର୍ଯ୍ୟାନୁଷ୍ଠାନ  ଗ୍ରହଣ କରିବ ବୋଲି ମୋର ବିଶ୍ୱାସ ରହିଛି। ଏହାସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ।

ସେହିପରି କୁଳମଣିଙ୍କ ହତ୍ୟାକୁ ନେଇ ମର୍ମାହତ ହୋଇଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ କହିଛନ୍ତ। ଏହାସହ କୁଳମଣିଙ୍କ ପରିବାରକୁ ଭଗବାନ ସାହସ ଓ ଧୈର୍ଯ୍ୟ ଦିଅନ୍ତୁ ବୋଲି ବୈଜୟନ୍ତ ପଣ୍ଡା କହିଛନ୍ତି।

ବରିଷ୍ଠ ବିଜେପି ନେତା ଭୃଗୁ ବକ୍ସିପାତ୍ର ମଧ୍ୟ ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ପଶ୍ଚିମବଙ୍ଗ ଭଳି ଓଡ଼ିଶାରେ ଅସହିଷ୍ଣୁ ରାଜନୀତି ବଢ଼ିବାରେ ଲାଗିଛି ଓ ସତ ଲୁଚାଇବାକୁ ଚେଷ୍ଟା ଚାଲିଛି ବୋଲି ସେ କହିଛନ୍ତି।

Bjp Leader Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ