/odishatv-khabar/media/post_attachments/uploadimage/library/16_9/16_9_0/vlcsnap-error866_1622725205.jpg)
Amrit Pradhan
ଭୁବନେଶ୍ୱର: ଭୁବନେଶ୍ୱରରୁ ଚେନ୍ନାଇକୁ ଏୟାରଲିଫ୍ଟ ହେଲେ ଅମ୍ରିତ ପ୍ରଧାନ । ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିବା ବ୍ରହ୍ମପୁରର ଅମ୍ରିତଙ୍କୁ ଚେନ୍ନାଇ ସ୍ଥିତ ଆପୋଲୋକୁ ସ୍ଥାନାନ୍ତର କରାଯାଇଛି । ସ୍ୱତନ୍ତ୍ର ବିମାନରେ ଅମ୍ରିତଙ୍କୁ ଚେନ୍ନାଇ ନିଆଯାଇଛି । ଅମ୍ରିତଙ୍କୁ ଏୟାରଲିଫ୍ଟ କରିବା ପାଇଁ ଚେନ୍ନାଇ ଆପୋଲୋରୁ ଆସିଛନ୍ତି ୬ ଜଣିଆ ଡାକ୍ତରୀ ଦଳ । ଆଜି ଗ୍ରୀନ୍ କରିଡ଼ର କରାଯାଇ ଏମ୍ସରୁ ବିମାନ ବନ୍ଦର ପର୍ଯ୍ୟନ୍ତ ଅଣାଯାଇଥିଲା ।
କରୋନା ଯୋଗୁଁ ଅମ୍ରିତଙ୍କର ଫୁସଫୁସ କିଛି ମାତ୍ରାରେ ନଷ୍ଟ ହୋଇଛି । ତା ସାଙ୍ଗକୁ ନିମୋନିଆ ଓ ସେପଟିସେମିଆରେ ପୀଡ଼ିତ ଅଛନ୍ତି ଅମ୍ରିତ । ଗତ ମାସ ୨ ତାରିଖରେ କୋଭିଡ ପଜିଟିଭ ଚିହ୍ନଟ ହେବା ପରେ ସ୍ୱାସ୍ଥ୍ୟ ବିଗିଡିବାରେ ଲାଗିଥିଲା । ଏଥିପାଇଁ ଗତ ୧୨ ତାରିଖରୁ ସେ ଭେଣ୍ଟିଲେଟରରେ ଅଛନ୍ତି । ସ୍ଥିତି ଜଟିଳ ହେବାରୁ ଅମ୍ରିତଙ୍କୁ ସ୍ଥାନାନ୍ତର କରିବା ପାଇଁ ଡାକ୍ତରୀ ଦଳ ପରାମର୍ଶ ଦେଇଥିଲେ । ଆବଶ୍ୟକ ପଡିଲେ ଫୁସଫୁସ ପ୍ରତିରୋପଣ ବି କରାଯାଇପାରେ । ସୋସିଆଲ ମିଡିଆ ମାଧ୍ୟମରେ ଅମ୍ରିତଙ୍କ ପାଇଁ ପାଣ୍ଠି ସଂଗ୍ରହ କରାଯାଉଛି । ବିଭିନ୍ନ ବ୍ୟକ୍ତିବିଶେଷ ତାଙ୍କ ଚିକିତ୍ସା ପାଇଁ ମୁକ୍ତ ହସ୍ତରେ ଦାନ କରୁଛନ୍ତି । ତାଙ୍କର ଚିକିତ୍ସା ପାଇଁ କୋଟିଏରୁ ଅଧିକ ଟଙ୍କା ଦରକାର ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)