Advertisment

କୋଟିଆକୁ ନେଇ ସୁପ୍ରିମ୍‌କୋର୍ଟରେ ରାଜ୍ୟ ସରକାର

ଭୁବନେଶ୍ୱର: କୋଟିଆ ପ୍ରସଙ୍ଗରେ ରାଜ୍ୟ ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। କୋର୍ଟ ଅବମାନନା ନେଇ ରାଜ୍ୟ ସରକାର ମାମଲା ରୁଜୁ କରିଛନ୍ତି। ୧୯୬୮ରେ ସ୍ଥିତାବସ୍ଥା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ୨୦୦୬ରେ ପୁଣି ଥରେ ସ୍ଥିତାବସ୍ଥା ପାଇଁ ବି ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଆନ୍ଧ୍ର ସରକାର ଏହାକୁ ପାଳନ କରି ନଥିବାରୁ ପୁଣି ପିଟିସନ ଦାୟର କରାଯାଇଛି। ତେବେ ତ୍ୱରିତ ଶୁଣାଣି ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପିଟିସନ ଦାୟର ହୋଇଛି। କୋଟିଆରେ ଆନ୍ଧ୍ର ସରକାରଙ୍କ ପକ୍ଷରୁ […]

କୋଟିଆକୁ ନେଇ ସୁପ୍ରିମ୍‌କୋର୍ଟରେ ରାଜ୍ୟ ସରକାର

supreme-court

Advertisment

ଭୁବନେଶ୍ୱର: କୋଟିଆ ପ୍ରସଙ୍ଗରେ ରାଜ୍ୟ ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। କୋର୍ଟ ଅବମାନନା ନେଇ ରାଜ୍ୟ ସରକାର ମାମଲା ରୁଜୁ କରିଛନ୍ତି। ୧୯୬୮ରେ ସ୍ଥିତାବସ୍ଥା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ୨୦୦୬ରେ ପୁଣି ଥରେ ସ୍ଥିତାବସ୍ଥା ପାଇଁ ବି ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଆନ୍ଧ୍ର ସରକାର ଏହାକୁ ପାଳନ କରି ନଥିବାରୁ ପୁଣି ପିଟିସନ ଦାୟର କରାଯାଇଛି। ତେବେ ତ୍ୱରିତ ଶୁଣାଣି ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପିଟିସନ ଦାୟର ହୋଇଛି।

Advertisment

କୋଟିଆରେ ଆନ୍ଧ୍ର ସରକାରଙ୍କ ପକ୍ଷରୁ ହେଉଥିବା ପଞ୍ଚାୟତ ନିର୍ବାଚନକୁ ନେଇ ହାଇକୋର୍ଟରେ ମାମଲା ହୋଇଛି। ଭାରତୀୟ ବିକାଶ ପରିଷଦ ଏନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର କରିଛି। ସୀମା ସୁରକ୍ଷା ନେଇ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ଲାଗି ଏଥିରେ ନିବେଦନ କରାଯାଇଛି। ଆନ୍ଧ୍ର କରୁଥିବା ନିର୍ବାଚନ ବନ୍ଦ କରିବା ଲାଗି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେବା ପାଇଁ ବିକାଶ ପରିଷଦ ଆବେଦନ କରିଛି। ଏଥିରେ ଗୃହ ଓ ରାଜସ୍ୱ ସଚିବ ତଥା ତିନି ଜିଲ୍ଲାପାଳଙ୍କୁ ପକ୍ଷଭୁକ୍ତ କରାଯାଇଛି।

publive-image୧୯୩୬ରେ ଓଡ଼ିଶା ସରକାର ଗଠନ କରାଗଲା, ସେତେବେଳେ ଜାଗା ବି ଚିହ୍ନଟ (ଡିମାର୍କେସନ୍‌) ହୋଇଥିଲା। ୧୯୫୫ରେ ଯେତେବେଳେ ଆନ୍ଧ୍ର ପ୍ରଦେଶ ଗଠନ କରାଗଲା, ସେତେବେଳେ ବି ଏହାର ପରିସୀମା ଚିହ୍ନଟ ହୋଇଥିଲା। ୧୯୬୮ ମସିହାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ବି ଡିମାର୍କେସନ୍‌ (ସୀମା ଚିହ୍ନଟ) ହୋଇଥିଲା।  ତଥାପି ଆନ୍ଧ୍ର ମାଡ଼ିଆସୁଛି। ଓଡ଼ିଶା ସରକାର କରୁଛି କଣ? ଯେଉଁ ସମ୍ପତ୍ତି ଉପରେ ଆନ୍ଧ୍ର ମାଡ଼ି ଆସିଛି, ତାକୁ ତୁରନ୍ତ ସୁରକ୍ଷା ଦିଆଯାଉ ଓ ନିର୍ବାଚନକୁ ବନ୍ଦ କରାଇବା ପାଇଁ ଓଡ଼ିଶା ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଉ ବୋଲି କୋର୍ଟରେ ଜଣାଇଛୁ।
-ଗୋପାଳ ପ୍ରସାଦ ଜେନା, ବରିଷ୍ଠ ଆଇନ୍‌ଜୀବୀ
Advertisment

ସେପଟେ ଆନ୍ଧ୍ର ସୀମାନ୍ତ ଓଡ଼ିଶାର କୋଟିଆରେ ରାଜ୍ୟ ବିଜେପିର ଟିମ୍ ପହଞ୍ଚିଛି। ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଓ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ବରିଷ୍ଠ ବିଜେପି ନେତା ଭୃଗୁ ବକ୍ସିପାତ୍ର କୋଟିଆରେ ଯାଇ ପହଞ୍ଚିଛନ୍ତି। କୋଟିଆରେ ଆନ୍ଧ୍ରର ନିର୍ବାଚନ ପ୍ରସଙ୍ଗ ନେଇ ଦଳ ଅନୁଧ୍ୟାନ କରିବ। ପ୍ରତିନିଧି ଦଳ ଆଜି କୋଟିଆରେ ସ୍ଥାନୀୟ ଲୋକଙ୍କ ସହ ମିଶିବେ। ସୀମା ସମସ୍ୟା ସମାଧାନ ଦିଗରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଫେଲ ମାରିଛନ୍ତି। ଏନେଇ କେନ୍ଦ୍ର ସରକାରଙ୍କୁ ସମ୍ପୂର୍ଣ୍ଣ ତଥ୍ୟ ଦିଆଯିବ ବୋଲି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି କହିଛନ୍ତି।

publive-imageସଂପୃକ୍ତ ଅଞ୍ଚଳରେ ବିବାଦ ରହିଛି। ଏଇ ମାମଲା ସୁପ୍ରିମକୋର୍ଟ ବି ଯାଇଛି। ସୁପ୍ରିମକୋର୍ଟ ସେ ସଂପର୍କରେ ସ୍ଥିତାବସ୍ଥା ଜାରି କରିଛନ୍ତି। ସେଠାରେ ଆନ୍ଧ୍ର ପକ୍ଷରୁ ଏବେ ନୁହେଁ, ପୂର୍ବରୁ ବି ନିର୍ବାଚନ ହେଉଛି। ସୁପ୍ରିମକୋର୍ଟକୁ ମାମଲା ଯିବା ବେଳକୁ ସେଠାରେ ନିର୍ବାଚନ କରୁଥିଲୁ। ସୁପ୍ରିମକୋର୍ଟ ସ୍ଥିତାବସ୍ଥା ଜାରି କରିଥିବାରୁ ନିର୍ବାଚନ ହୋଇପାରିବ। ଓଡ଼ିଶା ସରକାର ଆନ୍ଧ୍ରର ଅଧିକାର ଛଡ଼ାଇବାକୁ ଚେଷ୍ଟା କରୁଛି। ଏହି ପ୍ରସଙ୍ଗରେ ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ବସାଇ ଆନ୍ଧ୍ର ରାଜ୍ୟପାଳ ଆଲୋଚନା କରନ୍ତୁ। ଉଭୟ ମୁଖ୍ୟମନ୍ତ୍ରୀ ଏକାଠି ବସି ମାମଲାର ସମାଧାନ କରିବା ଉଚିତ। ସେଠାକାର ଅଧିବାସୀ ବହୁତ ଭାଗ୍ୟବାନ। ସେମାନେ ଉଭୟ ଓଡ଼ିଶା ଓ ଆନ୍ଧ୍ର ସରକାରଙ୍କ ପକ୍ଷରୁ ସୁବିଧା ପାଉଛନ୍ତି।
-ରାଜାନ୍ନା ଦୋରା, ଆନ୍ଧ୍ରପ୍ରଦେଶ ସାଲୁର ବିଧାୟକ (OTVକୁ ଦେଇଥିବା ପ୍ରତିକ୍ରିୟା)
Advertisment
Andhra Odisha Border Dispute
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ