/odishatv-khabar/media/post_attachments/uploadimage/library/16_9/16_9_0/matric-exam_1626178930.jpg)
matric exam
- ଘୁଞ୍ଚିବନି ମାଟ୍ରିକ୍ ଓ +୨ ପରୀକ୍ଷା
- ପୂର୍ବରୁ ଧାର୍ଯ୍ୟ ହୋଇଥିବା ତାରିଖରେ ପରୀକ୍ଷା ହେବ
- ପରୀକ୍ଷା ପାଇଁ ଅଧିକ ପରୀକ୍ଷା କେନ୍ଦ୍ର କରାଯିବ
- ନବମ ଶ୍ରେଣୀ ପରୀକ୍ଷା ହେବ କି ନାହିଁ, ସେନେଇ କିଛି ସ୍ଥିର ହୋଇନାହିଁ
ଭୁବନେଶ୍ୱର: ମାଟ୍ରିକ୍ ଓ ଯୁକ୍ତ ୨ ପରୀକ୍ଷା ତାରିଖ ଘୁଞ୍ଚିବ ନାହିଁ। ପୂର୍ବରୁ ଧାର୍ଯ୍ୟ ହୋଇଥିବା ତାରିଖରେ ପରୀକ୍ଷା କରାଯିବ। ମାଟ୍ରିକ୍ ଓ +୨ ପରୀକ୍ଷା ହେବା ନେଇ କୌଣସି ଦ୍ୱନ୍ଦ୍ୱ ନାହିଁ ବୋଲି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।
ପରୀକ୍ଷା ପାଇଁ ଅଧିକ ପରୀକ୍ଷା କେନ୍ଦ୍ର କରାଯିବ। ତେବେ ନବମ ଶ୍ରେଣୀ ପରୀକ୍ଷା ହେବ କି ନାହିଁ, ସେନେଇ କିଛି ସ୍ଥିର ହୋଇନାହିଁ। ଯେହେତୁ ନବମ ଶ୍ରେଣୀ କ୍ଲାସ୍ ବନ୍ଦ ରହିଛି, ତେଣୁ ପରୀକ୍ଷା କଥା ସ୍ଥିର ହୋଇନାହିଁ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।
ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ନବମ ଓ ଏକାଦଶ କ୍ଲାସ୍ରେ ପାଠ ପଢ଼ା ବନ୍ଦ ରଖିବାକୁ କିଛିଦିନ ତଳେ ରାଜ୍ୟ ସରକାର ଘୋଷଣା କରିଥିଲେ। ସରକାରଙ୍କ ନିର୍ଦ୍ଦେଶ ଅନୁସାରେ, ଆସନ୍ତା ଏପ୍ରିଲ୍ ୩୦ ପର୍ଯ୍ୟନ୍ତ ନବମ ଓ ଏକାଦଶ କ୍ଲାସ୍ ବନ୍ଦ ରହିବ। ଏଥିସହ ହଷ୍ଟେଲ ଓ ଆବାସିକ ସ୍କୁଲରେ ପଢୁଥିବା ନବମ ଓ ଏକାଦଶ ଶ୍ରେଣୀର ପିଲାଙ୍କୁ ଘରକୁ ଯିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।
ସୂଚନାଥାଉ କି, ଏଥର ନିଜ ସ୍କୁଲ୍ରେ ମାଟ୍ରିକ୍ ପରୀକ୍ଷା ଦେବେ ଛାତ୍ରଛାତ୍ରୀ ଓ ଅନ୍ୟ ସ୍କୁଲ୍ର ଶିକ୍ଷକ ହେବେ ପରୀକ୍ଷା ନିରୀକ୍ଷକ। ଏହାସହ ଅଢ଼େଇ ଘଣ୍ଟା ବଦଳରେ ୨ ଘଣ୍ଟା ରହିବ ପରୀକ୍ଷା ଅବଧି। କରୋନା ଯୋଗୁ ଯେଭଳି ଛାତ୍ରଛାତ୍ରୀଙ୍କ କୌଣସି ଅସୁବିଧା ନହୁଏ ସେଥିପାଇଁ ଏଥର ନିଜ ସ୍କୁଲ୍ରେ ସମସ୍ତ ପରୀକ୍ଷାର୍ଥୀ ପରୀକ୍ଷା ଦେବାର ବ୍ୟବସ୍ଥା କରାଯାଇଥିବା ଜଣାପଡ଼ିଛି। ସୂଚନାଥାଉ କି, ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ମେ’ ୩ ତାରିଖରୁ ମେ’ ୧୫ ତାରିଖ ପର୍ଯ୍ୟନ୍ତ ହେବ। ମେ ୧୮ରୁ ଜୁନ୍ ୧୨ ତାରିଖ ଯାଏ ଯୁକ୍ତ ୨ ପରୀକ୍ଷା ହେବ। ମାଟ୍ରିକ ପରୀକ୍ଷା ସକାଳ ୮ଟାରୁ ୧୦ଟା ଯାଏ ଚାଲିବ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)