Advertisment

୧୨ ଜିଲ୍ଲାରୁ ସୁସ୍ଥ ହେଲେ ୧୧୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ଭିତରୁ ଯାଜପୁରରୁ ସର୍ବାଧିକ ୬୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କଟକରୁ ୧୩, କେନ୍ଦ୍ରାପଡ଼ାରୁ ୧୨, ଗଜପତିରୁ ୯, ନୟାଗଡ଼ରୁ ୬, ସୁନ୍ଦରଗଡ଼ରୁ ୫, ବାଲେଶ୍ୱର, ପୁରୀ ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ଆରୋଗ୍ୟଙ୍କ ମଧ୍ୟରେ ଗଞ୍ଜାମ ଓ ବଲାଙ୍ଗିରରୁ ୨ ଜଣ ଲେଖାଏ ଏବଂ ସମ୍ୱଲପୁରରୁ ଜଣେ ଅଛନ୍ତି। ଆଜି ସକାଳେ ୧୯ ଜିଲ୍ଲାରୁ ରାଜ୍ୟରେ ୧୫୬ […]

author-image
Chandan Shishu
୧୨ ଜିଲ୍ଲାରୁ ସୁସ୍ଥ ହେଲେ ୧୧୯ କରୋନା ଆକ୍ରାନ୍ତ

nagative

ଭୁବନେଶ୍ୱର: ରାଜ୍ୟରେ ଆଉ ୧୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ଭିତରୁ ଯାଜପୁରରୁ ସର୍ବାଧିକ ୬୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କଟକରୁ ୧୩, କେନ୍ଦ୍ରାପଡ଼ାରୁ ୧୨, ଗଜପତିରୁ ୯, ନୟାଗଡ଼ରୁ ୬, ସୁନ୍ଦରଗଡ଼ରୁ ୫, ବାଲେଶ୍ୱର, ପୁରୀ ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ଆରୋଗ୍ୟଙ୍କ ମଧ୍ୟରେ ଗଞ୍ଜାମ ଓ ବଲାଙ୍ଗିରରୁ ୨ ଜଣ ଲେଖାଏ ଏବଂ ସମ୍ୱଲପୁରରୁ ଜଣେ ଅଛନ୍ତି।

Advertisment

ଆଜି ସକାଳେ ୧୯ ଜିଲ୍ଲାରୁ ରାଜ୍ୟରେ ୧୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲାରୁ ସର୍ବାଧିକ ୫୦ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

Advertisment

ଏଥିସହିତ ରାଜ୍ୟରେ ମୋଟ୍ ଆକ୍ରାନ୍ତ ସଂଖ୍ୟା ୨୧୦୪କୁ ବୃଦ୍ଧି ପାଇଛି। ଏବେବି ୮୫୦ ଆକ୍ଟିଭ କେଶ ରହିଛି। ଏମାନେ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଅଧିକ କରୋନା ଖବର ପାଇଁ ଆମ ସହିତ ଯୋଡି ହୁଅନ୍ତୁ ।

Corona Cases In Odisha Corona News Odisha Odia News News In Odia Coronavirus Latest News Odisha Corona Update Odisha
Advertisment
Advertisment