coronavirus
ଭୁବନେଶ୍ୱର: ରାଜ୍ୟରେ ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ଏ ନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୪୯, ଖୋର୍ଦ୍ଧାରୁ ୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କଳାହାଣ୍ଡିରୁ ୧୬, ଜଗତସିଂହପୁରରୁ ୧୪, ବାଲେଶ୍ୱରରୁ ୭, କଟକରୁ ୬ ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ।
/odishatv-khabar/media/post_attachments/in-covid graffiti.jpg)
ଅନୁଗୁଳ, ଯାଜପୁର ଓ ପୁରୀରୁ ୪ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କେନ୍ଦୁଝର ଓ କେନ୍ଦ୍ରାପଡ଼ାରୁ ୨ ଲେଖାଏଁ, ବରଗଡ଼, ଭଦ୍ରକ, ଝାରସୁଗୁଡ଼ା, ମୟୂରଭଞ୍ଜ ଓ ସମ୍ବଲପୁରରୁ ୧ ଲେଖାଏଁ ଆଜି ସୁସ୍ଥ ହୋଇଛନ୍ତି। ରାଜ୍ୟରେ ଏଯାବତ୍ ୪ ହଜାର ୧୨୩ ଜଣ ସୁସ୍ଥ ହେଲେଣି ବୋଲି ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।
/odishatv-khabar/media/post_attachments/wp-content/uploads/2020/06/ମଦୀଦଲୋନ.jpg)
ରାଜ୍ୟରେ ସୁସ୍ଥ୍ୟ ସଂଖ୍ୟା ବଢୁଥିଲେ ବି ଆକ୍ରାନ୍ତଙ୍କ ସଂଖ୍ୟା ବି ବଢ଼ି ଚାଲିଛି। ଆଜି ରାଜ୍ୟରେ ଆଉ ୨୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଜପତି ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ୨୮୨ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୬ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସେହିପରି ଆଜି ଭୁବନେଶ୍ୱରରୁ ଆଉ ୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୨ରୁ ୩ଟି ହୋମ୍ କ୍ୱାରେଣ୍ଟିନ୍ ଓ ୧୯ଟି ଲୋକାଲ୍ କଣ୍ଟାକ୍ଟ୍ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/coronavirus-odisha_1627294745.jpg)