/odishatv-khabar/media/post_attachments/uploadimage/library/16_9/16_9_0/coor_1625485367.jpg)
coor
ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୭୫୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଗଞ୍ଜାମରୁ ୧୩୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।
ସେହିଭଳି କଟକରୁ ୭୮ ଜଣ କୋଭିଡ୍ ରୋଗୀ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୫୮, ଗଜପତିରୁ ୪୯, ଭଦ୍ରକରୁ ୩୩ ଜଣ ସୁସ୍ଥ ହୋଇଛନ୍ତି। କେନ୍ଦୁଝରରୁ ୩୧, ପୁରୀରୁ ୨୮, ନୟାଗଡ଼ରୁ ୨୨, ରାୟଗଡ଼ାରୁ ୨୦ ଓ ବାଲେଶ୍ୱରରୁ ୨୦ ଜଣ ସୁସ୍ଥ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍ କରିଛି।
18 from Koraput
16 from Malkangiri
13 from Nabarangpur
10 from Kandhamal
10 from Sambalpur
9 from Jajpur
9 Kendralara
8 from Jagatsinghpur
7 from Baragarh
6 each from Dhenkanal & Jharsuguda
2 each from Bolangir & Kalahandi
1 from Angul— H & FW Dept Odisha (@HFWOdisha) August 1, 2020
ଆଜି କୋରାପୁଟରୁ ମଧ୍ୟ ୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିଭଳି ମାଲକାନଗିରିରୁ ୧୬, ନବରଙ୍ଗପୁର ୧୩, କନ୍ଧମାଳ ୧୦, ସମ୍ବଲପୁର ୧୦, ଜୟପୁରରୁ ୯ ଓ କେନ୍ଦ୍ରାପଡ଼ାରୁ ବି ୯ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ଆଜି ଜଗତସିଂହପୁରରୁ ୮, ବରଗଡ଼ରୁ ୭, ଢେଙ୍କାନାଳ ଓ ଝାରସୁଗୁଡ଼ାରୁ ୬ ଜଣ ଲେଖାଏ ସୁସ୍ଥ ହୋଇଥିବା ବେଳେ ବଲାଙ୍ଗୀର ଓ କଳାହାଣ୍ଡିରୁ ଦୁଇ ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। ଓ ଅନୁଗୋଳରୁ ଜଣିଏ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍ କରିଛି। ଆଜିର ସୁସ୍ଥମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୧,୨୩୭ରେ ପହଞ୍ଚିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)