Advertisment

ରାଜ୍ୟରେ ସୁସ୍ଥ ହେଲେ ଆଉ ୭୭୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଶୁକ୍ରବାର ରାଜ୍ୟରେ ଆଉ ୭୭୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ସୁସ୍ଥ ସଂଖ୍ୟା ଏବେ ୨୦,୫୧୭ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ଆଜି ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୨୧୨ ଜଣ ଅଛନ୍ତି। ସେହିପରି କଟକରୁ ସେହିପରି କଟକରୁ ୧୧୬, ଖୋର୍ଦ୍ଧାରୁ ୮୧, କେନ୍ଦୁଝରରୁ ୬୮, କୋରାପୁଟରୁ ୪୧, ରାୟଗଡ଼ାରୁ ୩୧, […]

author-image
Ranjeet Kumar Jena
ଅଦ୍ୟତନ ହୋଇଛି
ରାଜ୍ୟରେ ସୁସ୍ଥ ହେଲେ ଆଉ ୭୭୨ କରୋନା ଆକ୍ରାନ୍ତ

odisha-corona

ଭୁବନେଶ୍ୱର: ଶୁକ୍ରବାର ରାଜ୍ୟରେ ଆଉ ୭୭୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ସୁସ୍ଥ ସଂଖ୍ୟା ଏବେ ୨୦,୫୧୭ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

Advertisment

ଆଜି ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୨୧୨ ଜଣ ଅଛନ୍ତି। ସେହିପରି କଟକରୁ ସେହିପରି କଟକରୁ ୧୧୬, ଖୋର୍ଦ୍ଧାରୁ ୮୧, କେନ୍ଦୁଝରରୁ ୬୮, କୋରାପୁଟରୁ ୪୧, ରାୟଗଡ଼ାରୁ ୩୧, ଗଜପତିରୁ ୨୭, ସୁନ୍ଦରଗଡ଼ରୁ ୨୪, ଯାଜପୁରରୁ ୨୧ ଜଣ ସୁସ୍ଥ ହୋଇଛନ୍ତି।

https://twitter.com/HFWOdisha/status/1289202328499712007?s=20

କନ୍ଧମାଳରୁ ୨୦, ନବରଙ୍ଗପୁରରୁ ୧୯, ମୟୂରଭଞ୍ଜରୁ ୧୮, କନ୍ଧମାଳରୁ ୧୪, ମାଲକାନଗିରିରୁ ୧୨, ସମ୍ୱଲପୁରରୁ ୧୧ ଜଣ ଆରୋଗ୍ୟ ଲାଭ କରିଛନ୍ତି। ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା ଓ ପୁରୀରୁ ୧୦ ଜଣ ଲେଖାଏ, ବରଗଡ଼ରୁ ୬, ବଲାଙ୍ଗିରରୁ ୫, ବାଲେଶ୍ୱରରୁ ୪, ବୌଦ୍ଧ, ଜଗତସିଂହପୁର ଓ ଝାରସୁଗୁଡ଼ାରୁ ୩ଜଣ ଲେଖାଏ ଏବଂ ଅନୁଗୋଳ, ନୟାଗଡ଼ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

Advertisment

ଆଜି ସୁଦ୍ଧା ରାଜ୍ୟରେ କରୋନାରେ ୩୧୮୭୭ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୧୭୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦୫୧୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ୩୭ ଜଣ କରୋନାରୁ ସୁସ୍ଥ ହୋଇ ଅନ୍ୟ ରୋଗରେ ପ୍ରାଣ ହରାଇଛନ୍ତି।

Advertisment
Advertisment