/odishatv-khabar/media/post_attachments/uploadimage/library/16_9/16_9_0/low-pressure_1625321103.jpg)
low-pressure
ଭୁବନେଶ୍ୱର: ଦାନା ବାନ୍ଧୁଛି ଆଉଏକ ଲଘୁଚାପ। ଯାହାର ପ୍ରଭାବରେ ଆସନ୍ତା ୨୦ ତାରିଖରୁ ତିନିଦିନ ଧରି ଅର୍ଥାତ୍ ୨୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି। ଏପରିକି ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
Advertisment
ସେହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ। ୨୦ ତାରିଖରୁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଯଦି କେହି ମତ୍ସ୍ୟଜୀବୀ ସମୁଦ୍ରରେ ଥିଲେ ୨୦ ସୁଦ୍ଧା ଫେରି ଆସିବାକୁ ମଧ୍ୟ ସେମାନଙ୍କୁ କୁହାଯାଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)