/odishatv-khabar/media/post_attachments/uploadimage/library/16_9/16_9_0/BJP-89000_1626758200.jpg)
BJP
ନୂଆଦିଲ୍ଲୀ: ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ ଆଜି ବିଜେପିରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ସେ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି।
Advertisment
ଏହି ମିଶ୍ରଣ ପର୍ବରେ ଓଡ଼ିଶାର ଦୁଇ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଓ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ। ଏଥିସହ ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ପ୍ରଭାରୀ ଅରୁଣ ସିଂ ମଧ୍ୟ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ୨୦୧୪ରେ ଇଞ୍ଜିନିୟର ଚାକିରି ଛାଡ଼ି ସେ ବିଜେଡିରେ ସାମିଲ ହୋଇଥିଲେ। ଆଉ ବିଜେଡି ଟିକେଟରେ ନବରଙ୍ଗପୁରରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଗତ ୧୪ ତାରିଖରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ସଭାପତି ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ପତ୍ର ପଠାଇ ପାର୍ଟିରେ ତାଙ୍କୁ ଅଣଦେଖା କରାଯାଉଥିବା ଅଭିଯୋଗ କରିଥିଲେ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)