suresh
ବରଗଡ଼: ବରଗଡ଼ ବିଜେପି ସାଂସଦ ସୁରେଶ ପୂଜାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ସେ ନିଜେ ଟ୍ୱିଟ୍ କରି ଜଣାଇଛନ୍ତି। ସେ ଟ୍ୱିଟ୍ କରି ଲେଖିଛନ୍ତି
“ଲକ୍ଷଣ ନ ଥାଇ ମଧ୍ୟ ମୁଁ ଗତକାଲି ପରୀକ୍ଷା କରିଥିଲିI ଆଜି ରିପୋର୍ଟ ପଜିଟିଭ୍ ଆସିଛି ବୋଲି ବରଗଡ଼ ଜିଲ୍ଲାପାଳ ମୋତେ ସୁଚନା କରିଛନ୍ତି I ସମ୍ବଲପୁର ଓ ବରଗଡ଼ ଜିଲ୍ଲାପାଳ ତଥା ଡ଼ାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ହୋମ୍ ଆଇସୋଲେସନ୍ ରେ ଅଛି ଏବଂ ସୁସ୍ଥ ଅଛି।”
ଆଗରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କ ସାମ୍ପଲ ରିପୋର୍ଟ ପଜିଟିଭ ଆସିବା ପରେ ହରିୟାନାର ମେଦାନ୍ତ ହସପିଟାଲରେ ଭର୍ତ୍ତି ହୋଇଥିଲେ। ଏହା ପୂର୍ବରୁ ଓଡ଼ିଶାର ୩ ଜଣ ବିଧାୟକ କରୋନା ପଜିଟିଭ ଚିହ୍ନଟ ହୋଇ ସାରିଛନ୍ତି। ନୀଳଗିରି ବିଧାୟକ ସୁକାନ୍ତ ନାୟକ, ସାଲେପୁର ବିଧାୟକ ସୁଧାଂଶୁ ଶେଖର ପରିଡ଼ା ଓ ଗଞ୍ଜାମ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ କରୋନାରେ ପଜିଟିଭ୍ ଚିହ୍ନଟ ହୋଇ ସାରିଛନ୍ତି। ଏମାନେ ସମସ୍ତେ ସୁସ୍ଥ ହୋଇ ଘରକୁ ଫେରିସାରିଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/suresh_1625455984.jpg)