/odishatv-khabar/media/post_attachments/uploadimage/library/16_9/16_9_0/depression_1625264343.jpg)
depression
ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାକୁ ମୁହାଁଇବ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପରବର୍ତ୍ତୀ ୨ରୁ ୩ ଦିନ ମଧ୍ୟରେ ଡିପ୍ରେସନରେ ପରିଣତ ହୋଇପାରେ।
Advertisment
ଏହାର ପ୍ରଭାବରେ ୧୧ରୁ ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ନଜର ରଖିବାକୁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ସକାଳ ୮ଟା ଯାଏଁ ୧୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିଲା।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)