ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ଭୋଟିଂ ବେଳେ କିଛି କିଛି ସ୍ଥାନରେ ହିଂସା କାଣ୍ଡ ଦେଖିବାକୁ ମିଳିଥିଲା। ବ୍ରହ୍ମପୁର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଅଭିଯୋଗ ହୋଇଛି। ଆହତ ପ୍ରଦୀପଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ୱର ଏମସ୍ ସ୍ଥାନାନ୍ତର କରାଯାଇଛି।
ବିଜେଡି ନେତ୍ରୀଙ୍କ ନାଁ ଅପୂର୍ବ ଅପରୂପା ଏବଂ ସେ ଜଣେ ବିଜେଡି ପ୍ୟାନେଲିଷ୍ଟ ବୋଲି ଜଣାପଡ଼ିଛି ।
ଶିବଶଙ୍କର ଦାସଙ୍କ ସମର୍ଥକ ମାନେ ବୁଥ ରିଗିଂ ଅଭିଯୋଗ କରୁଥିବା ବେଳେ ପ୍ରଦୀପଙ୍କ ସମର୍ଥକ ମାନେ ଇ ଭି ଏମ ସିଲ କୁ ନେଇ ପାଟିତୁଣ୍ଡ କରିବାରୁ ଏଭଳି ଘଟଣା ଘଟିଥିବା ଅଭିଯୋଗ ହୋଇଛି।
ବିଭିନ୍ନ ବୁଥରେ ମୁହାଁମୁହିଁ ବିଜେଡି-ବିଜେପି କର୍ମୀ । ପରିସ୍ଥିତି ସମ୍ଭାଳିବାକୁ ପୋଲିସର ଲାଠି ଚାଳନା ।
ପୂରା ଓଡ଼ିଶାରେ କିଏ କେଉଁ ଦଳରୁ ପ୍ରାର୍ଥୀ ହୋଇଛନ୍ତି ତାହା ଜାଣିବାକୁ ଅନେକଙ୍କ ଆଗ୍ରହ ଥାଏ। ଆପଣ ଯଦି ଓଡ଼ିଶାର ବିଧାନସଭା ଓ ଲୋକସଭା ପ୍ରାର୍ଥୀଙ୍କୁ ଜାଣିବାକୁ ଚାହୁଁଛନ୍ତି ତେବେ ଦେଖନ୍ତୁ।
ବ୍ରହ୍ମପୁର ନିର୍ବାଚନୀ ରଣାଙ୍ଗନରେ ସବୁଠୁ ଅଧିକ ରଥି-ମହାରଥି। ଗଞ୍ଜାମର ପୁରୁଖା ନେତା ପ୍ରଦୀପ ପାଣିଗ୍ରାହୀ ବିଜେପିରୁ ସାଂସଦ ପ୍ରାର୍ଥୀ ହୋଇଥିବା ବେଳେ ତାଙ୍କ ବିପକ୍ଷରେ ଅଛନ୍ତି ବିଜେପିରୁ ବିଜେଡିକୁ ଆସିଥିବା ଭୃଗୁ ବକ୍ସିପାତ୍ର ।
ପ୍ରଥମ ପର୍ଯ୍ୟାୟରେ ଭୋଟ ପାଇଁ ୭ ହଜାର ୩୦୩ ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର କରାଯାଇଛି । ୭୧୫ଟି ବୁଥ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ବାରା ପରିଚାଳିତ ହେଉଛି।
କୋରାପୁଟରେ ସପ୍ତଗିରି-କୌଶଲ୍ୟା-କାଳୀରାମ ମୁହାଁମୁହିଁ । ନୂଆପଡ଼ାରୁ ଲଢୁଛନ୍ତି ପିସିସି ମୁଖିଆ ଶରତ ପଟ୍ଟନାୟକ ।
ବ୍ରହ୍ମପୁରରେ ଯୁକ୍ତ ୨ ଛାତ୍ରୀଙ୍କୁ ନିଶା ଦେଇ ଗଣଦୁଷ୍କର୍ମ ଅଭିଯୋଗ ମାମଲା । ପୋଲିସ ଜାଣିଶୁଣି ବିଜେଡି ଛାତ୍ରନେତାଙ୍କୁ ଛାଡ଼ି ଦେଇଥିବା ଅଭିଯୋଗ ଆଣିଛି ବିଜେପି ।
ଗାଁ ଗହଳି, ସହର ବଜାର ସବୁଠି ଏବେ ଗୋଟିଏ ଚର୍ଚ୍ଚା...। ଆସିଯାଇଛି ନିର୍ବାଚନ...ଭାରତୀୟ ଗଣତନ୍ତ୍ରର ସବୁଠୁ ବଡ଼ ପର୍ବ । କାହା ହାତକୁ ଯିବ ଶାସନ ଭାର...କିଏ ହେବେ ଆପଣଙ୍କ ସୁଖ ଦୁଃଖର ସାଥୀ। ଓଡ଼ିଶାରେ କେବେ ଆଉ କେଉଁଠି ହେଉଛି ନିର୍ବାଚନ। ଆପଣଙ୍କ ଅଞ୍ଚଳରେ କେବେ ହେଉଛି ଭୋଟ୍। ଏସବୁର ଟିକିନିଖି ଖବର ଜାଣିବାକୁ ପଢ଼ନ୍ତୁ...
ବ୍ରହ୍ମପୁରରେ ପ୍ଲସ-ଟୁ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ତେଜିଲା ପ୍ରତିବାଦ । ଏସପିଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଛି ବିଜେପି ମହିଳା ମୋର୍ଚ୍ଚା । ପୀଡିତାଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ କରୁଛି ବିଜେପି ।
ନିଶା ଦେଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲା । ଗିରଫ ହେଲେ ପାଞ୍ଚ ଅଭିଯୁକ୍ତ । ୫ ଯୁବକଙ୍କୁ ଗିରଫ କଲା ବୈଦ୍ୟନାଥପୁର ଥାନା ପୋଲିସ । ଏନେଇ ସୂଚନା ଦେଇଛନ୍ତି ଏସ୍ପି ସାର୍ଥକ ଷଡ଼ଙ୍ଗୀ । ଏସପିଙ୍କ କହିବା ଅନୁସାରେ ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଜଣେ ଯୁବକ ଡାକିଥିଲେ ।
ବ୍ରହ୍ମପୁରରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ନିଶା ଦେଇ ଜଣେ ଯୁକ୍ତ ଦୁଇ ପଢ଼ୁଥିବା ନାବାଳିକା ଛାତ୍ରୀଙ୍କୁ ୮ ଜଣ ପୁରୁଷବନ୍ଧୁ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।
ଆଜି ସଭା ସ୍ଥଳରେ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା । ବ୍ରହ୍ମପୁର ସଭାରେ ପ୍ରଧାନମନ୍ତ୍ରୀଙ୍କୁ ସମାଜସେବୀ କୁମାରୀ ସ୍ୱାଗତ ଜଣାଇଥିଲେ । ମାଳ ପକାଇ ସ୍ୱାଗତ ଜଣାଇବା ବେଳେ ଗୋଡ଼ ଧରି ମୁଣ୍ଡିଆ ମାରିବାକୁ ନଇଁଥିଲେ ।
ରାଜ୍ୟ ସରକାରଙ୍କୁ ପ୍ରଧାନମନ୍ତ୍ରୀଙ୍କ ତେରଚ୍ଛା ବାଣ । ବ୍ରହ୍ମପୁରରେ ନିର୍ବାଚନୀ ପ୍ରଚାର ଅବସରରେ ଓଡ଼ିଶା ଓ ଏହାର ଲୋକଙ୍କର ବିକାଶ କଥା ଉଠାଇଛନ୍ତି ପ୍ରଧାନମନ୍ତ୍ରୀ । ଏହା ସହ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା ପ୍ରୀତି କଥା ମଧ୍ୟ କହିଛନ୍ତି ।
‘ଜଳ ଜୀବନ ମିଶନରେ କେନ୍ଦ୍ର ୧୦ ହଜାର କୋଟି ଦେଇଛି । ଉକ୍ତ ଟଙ୍କାକୁ ଏଠା ସରକାର ଠିକ ଭାବେ ଖର୍ଚ୍ଚ କରିପାରିଲେନି । ମୋଦି ମାଗଣା ଚାଉଳ ଦେଉଛି, ଏଠିକାର ସରକାର ସେଥିରେ ନିଜ ଫଟୋ ଛାପୁଛି । ନିଜେ କିଛି କରିନାହାନ୍ତି, ତେଣୁ ବେଇମାନୀ କରିବାକୁ ପଡୁଛି ।’
ଗୋଟିଏ ଯଜ୍ଞ କେନ୍ଦ୍ରରେ ତୃତୀୟବାର ସରକାର ପାଇଁ ହେଉଛି । ଆଉ ଗୋଟିଏ ଓଡ଼ିଶାରେ ବିଜେପି ନେତୃତ୍ୱର ମଜବୁତ ରାଜ୍ୟ ସରକାର ପାଇଁ ହେଉଛି ।
ମୋଦିଙ୍କଠାରୁ ମଧ୍ୟ ଓଡ଼ିଶା ବିଜେପି, ରାଜ୍ୟ ସରକାରଙ୍କ ଉପରେ ଡବଲ ଆଟାକ୍ ଆଶା କରୁଛି । ତେବେ ବ୍ରହ୍ମପୁରରେ ପ୍ରାୟ ଘଣ୍ଟାଏ ପର୍ଯ୍ୟନ୍ତ ରହିବେ ପ୍ରଧାନମନ୍ତ୍ରୀ।
ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ଆସିବ ବିଜେପିର ନିର୍ବାଚନୀ ଇସ୍ତାହାର। ଏଥିପାଇଁ ଭୁବନେଶ୍ବର ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ଆଜି ଅପରାହ୍ନ ୩ଟା ବେଳେ ଭୁବନେଶ୍ବରରେ ପହଞ୍ଚିବେ ନଡ୍ଡା।
ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର। ୪ ଓ ୫ ତାରିଖ ଦୁଇଦିନ ଓଡ଼ିଶାରେ ରହିବେ। ଭୁବନେଶ୍ୱର-କଟକ-ସମ୍ବଲପୁର କାର୍ଯ୍ୟକ୍ରମରେ ଯୋଗଦେବେ ଏସ୍.ଜୟଶଙ୍କର ।
ହିଞ୍ଜିଳିରୁ ନାମାଙ୍କନ ଦାଖଲ କରିଛନ୍ତି ନବୀନ । ମନ୍ତ୍ରପାଠରେ କମ୍ପିଲା ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ । ଏହି ଶକ୍ତିପୀଠରେ ମା’ଙ୍କୁ ଦର୍ଶନ ସହ ପୂଜାର୍ଚ୍ଚନା କରିବା ପରେ ଛତ୍ରପୁର ଅଭିମୁଖେ ବାହାରି ଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ସୋନପୁର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ନବୀନ ସରକାରକୁ ସିଧାସଳଖ ନିଶାନା କରିଥିବାରୁ ଆଜି ନଡ୍ଡା କଣ କହୁଛନ୍ତି ତା ପରେ ସମସ୍ତଙ୍କ ନଜର ରହିଛି।
ଫାଷ୍ଟ ଫେଜ୍ ଇଲେକ୍ସନ ପାଇଁ କାଲି ଓଡ଼ିଶାରେ ହାଇଭୋଲଟେଜ୍ ପ୍ରଚାର। ବ୍ରହ୍ମପୁର ଆମ୍ବପୁଆରେ ସଭା କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା। ସାଲେପୁରରେ କଂଗ୍ରେସର ନ୍ୟାୟ ସମାବେଶକୁ ଆସିବେ ରାହୁଲ ଗାନ୍ଧୀ।
ବ୍ରହ୍ମପୁରରେ ସାଧାରଣ ସଭାକୁ ସମ୍ବୋଧିତ କରିବେ । ବ୍ରହ୍ମପୁରରୁ କାର୍ଯ୍ୟକ୍ରମ ସରିବା ପରେ ନବରଙ୍ଗପୁର ଯାଇ କାର୍ଯ୍ୟକର୍ତ୍ତାଙ୍କୁ ଭେଟିବେ।
ବ୍ରହ୍ମପୁର MKCG ମେଡିକାଲ, ବୁର୍ଲା ଭିମସାର କର୍ତ୍ତୃପକ୍ଷଙ୍କ ସହ ୨୪ ଜିଲ୍ଲାର ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଏହି ଚିଠି ଲେଖାଯାଇଛି। ଚିଠିରେ ଉଲ୍ଲେଖ ରହିଛି ଯେ, ୨୦୧୫ରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମେଡିକାଲ କ୍ୟାମ୍ପସରେ ଥିବା ମେଡିସିନ ଷ୍ଟୋରଗୁଡ଼ିକର ଲାଇସେନ୍ସ ଅବଧି ବଢ଼ାଯିବ ନାହିଁ।