corona
ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଦିନକରେ ୩୧୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ବିଏମ୍ସି। ଚିହ୍ନଟ ହୋଇଥିବା ୩୧୪ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୮୪ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କଣ୍ଟାକ୍ଟ କେସ୍ ୨୩୦ ରହିଛି।
ସେହପିର ଓଲ୍ଡ ଟାଉନରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୟୁନିଟ ୬-୧୨ ଓ ଶୈଳଶ୍ରୀବିହାରରୁ ୧୧ ଚିହ୍ନଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ବିଏମ୍ସି ସୂଚନା ଦେଇଛି। ସେହିପରି ଗତ ୨୪ ଘଣ୍ଟାରେ ରାଜଧାନୀ ଭୁବନେଶ୍ୱରରୁ ୩୫୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୮ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୫୮ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିରି ରାଜ୍ୟରେ ୨୪ ଘଣ୍ଟାରେ ୨, ୯୯୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୦,୯୯୮ରେ ପହଞ୍ଚିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/corona-29_1625257097.jpg)