ଓଜେଇଇ ବିଟେକ୍ ସ୍ପେସାଲରେ ପୀୟଷ ଚନ୍ଦୁକା ଟପ୍ପର ହୋଇଛନ୍ତି । ସେହିପରି MCA ରେ ଟପ୍ପର ହୋଇଛନ୍ତି ନିଶିକାନ୍ତ ପରିଡ଼ା । MBAରେ ଟପ୍ପର ହୋଇଛନ୍ତି ଆଶୁତୋଷ ରଥ ।
କାହା ତ୍ରୁଟିରୁ ଘଟିଗଲା ମୁଣ୍ଡଳୀରେ ଛାତିଥରା ବୋଟ୍ ଟ୍ରାଜେଡି ? ଘଟଣାର ୫ଦିନ ପରେ ବି ପ୍ରଶ୍ନ ଅସମାହିତ ଥିବାବେଳେ ଏଣେ ଭରା ମହାନଦୀରେ ହାତୀ ଘଉଡ଼ାଇବାକୁ ଓଡ୍ରାଫ୍ ବୋଟ୍କୁ କିଏ ଦେଇଥିଲା ଅନୁମତି ? ସେ ନେଇ ମଧ୍ୟ ପିସିସିଏଫ୍ଠୁ ମିଳିଲାନି ସ୍ପଷ୍ଟ ଉତ୍ତର ।
ଜେଲରେ ମାନବବାଦ ସଂଗଠନ ମୁଖ୍ୟ ମାନସ ଦାସ । ହେଲେ ଜାଣିଲେ ଆଶ୍ଚର୍ଯ୍ୟ ହେବେ ଜେଲରେ ଥାଇ ବି ସଂଗଠନ ଚଳାଉଛନ୍ତି ଏହି ତଥାତଥିତ ମାନବବାଦୀ । ଜାମିନରେ ଥିବା ପୁଅ ଜରିଆରେ ଲୋକଙ୍କୁ ଧମକ ଚମକ ଦେଇ ମାନସ ଦାସ ପୁଣି ସଂଗଠନ ବିସ୍ତାର କରୁଥିବା ଅଭିଯୋଗ ହୋଇଛି ।
ଭାରତର ସମସ୍ତ ନାଗରିକ ନିଜ ମାତୃଭାଷାରେ ଲେଖିବା ଓ ପଢ଼ିବାର ସାମ୍ବିଧାନିକ ଅଧିକାର ରହିଛି । ହେଲେ ଝାଡ଼ଖଣ୍ଡ ଏହାର ବିପରୀତ ଦିଗରେ ଚାଲୁଛନ୍ତି । ସରକାରଙ୍କ ଏଭଳି ନିଷ୍ପତ୍ତି ଅସାମ୍ବିଧାନିକ ଓ ଅଗଣତାନ୍ତ୍ରିକ ବୋଲି କହିଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ।
ଓଡ଼ିଶାର ବିଚ୍ଛିନ୍ନାଂଚଳରେ ଓଡିଆ ଭାଷା ପାଇଁ ଆନ୍ଦୋଳନ, ପ୍ରତିବାଦ, ଧାରଣା ଆଉ ବିକ୍ଷୋଭ । ବର୍ଷ ବର୍ଷ ଧରି ଅବହେଳିତ ଓଡ଼ିଆ ଭାଷାକୁ ଉଚିତ୍ ଅଧିକାର ଦେବାକୁ ଉଠିଛି ଦାବି । ଝାଡଖଣ୍ଡର ଷଢେଇକଳା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଛି କୋଲହାନ ଓଡ଼ିଆ ସମାଜ ।
ପିପିଲି ଉପନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି । ଦିନକ ପରେ ଭୋଟ ଗ୍ରହଣ ହେବାକୁ ଥିବାରୁ ବୁଥ୍ ମୁହାଁ ହୋଇଛନ୍ତି ପୋର୍ଲିଂ ପାର୍ଟି । ପୁରୀ ପେଣ୍ଠକଣ୍ଟାରେ ଲାଗି ରହିଛି ପୁଲିଂ ପାର୍ଟିଙ୍କ ଭିଡ ।
ମାୟାବିନୀର ଫୋନ୍ ହ୍ୟାକିଂ ଖେଳ । ITR ତଥ୍ୟ ହାସଲ ପାଇଁ ବିଦେଶରୁ ପଡୁଥିଲା ହନିଟ୍ରାପ୍ର ଫାଶ । ୫ ଅଭିଯୁକ୍ତଙ୍କୁ ରୂପଲାବଣ୍ୟରେ ବଶ କରି କଣ୍ଢେଇ ଭଳି ନଚାଉଥିବା ରହସ୍ୟମୟୀ, ମୋବାଇଲ୍ ହ୍ୟାକିଂରେ ବି ମାହିର ଥିବାର ପ୍ରମାଣ ପାଇଛି ତଦନ୍ତକାରୀ ଟିମ୍ ।
ବାତ୍ୟା ଗୁଲାବ ଗଲା । ହେଲେ ଦକ୍ଷିଣ ଓଡ଼ିଶାରେ ଦେଖାଇଛି ବର୍ଷା ଓ ପବନର କୋପ । ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ସବୁଠି ଗତକାଲିଠୁ ଲାଗି ରହିଛି ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନ ।
ଅସିତ ତ୍ରିପାଠୀ ଭୁବନେଶ୍ୱର କ୍ଲବ ସଭାପତି ନିର୍ବାଚିତ । ବିଜୟ ପଟ୍ଟନାୟକଙ୍କୁ ୨୭୮ ଭୋଟ୍ରେ ହରାଇ ନିର୍ବାଚିତ ହୋଇଛନ୍ତି ଅସିତ ତ୍ରିପାଠୀ । ଅସିତଙ୍କୁ ୭୭୬ ଭୋଟ୍ ମିଳିଥିବା ବେଳେ ବିଜୟଙ୍କୁ ୪୯୮ ଭୋଟ୍ ମିଳିଛି ।
ବାତ୍ୟା ଗୁଲାବକୁ ନେଇ SRC ପ୍ରଦୀପ ଜେନାଙ୍କ ସୂଚନା । ଆନ୍ଧ୍ର ଶ୍ରୀକାକୁଲମର ସନ୍ଥଗୁଡ଼ାରେ ଲ୍ୟାଣ୍ଡଫଲ୍ କରିଛି ଗୁଲାବ । ଶ୍ରୀକାକୁଲମରେ ବର୍ତ୍ତମାନ ୭୦ କିମି ବେଗରେ ପବନ ବହୁଛି । ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ବିଶେଷ ପ୍ରଭାବ ପଡ଼ିନି ।
ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଆସନ୍ତାକାଲି ଦିଆଯାଇଛି ଭାରତ ବନ୍ଦ ଡାକରା । ସକାଳ ୬ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନ୍ଦ ପାଳନ ପାଇଁ ଦେଶବ୍ୟାପୀ ଆହ୍ୱାନ ଦେଇଛି କିଷାନ ମୋର୍ଚ୍ଚା ।
ଟଳିଲା ବାତ୍ୟା ଭୟ । ଓଡ଼ିଶାରେ ନାହିଁ ବାତ୍ୟା ପ୍ରଭାବ । ଉପକୂଳ ଅତିକ୍ରମ କଲା ବାତ୍ୟା ଗୁଲାବ । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କଲା ଗୁଲାବ ।
ମୁଣ୍ଡଳୀରେ ବୋଟ୍ ଦୁର୍ଘଟଣା ପରେ ସେଦିନ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିଲେ ଫରେଷ୍ଟଗାର୍ଡ ମାନସ ବେହେରା । ବୁଡିଯାଉଥିବା ଓଡ୍ରାଫ କର୍ମଚାରୀଙ୍କୁ ଉଦ୍ଧାର ପାଇଁ ପ୍ରଥମେ ସେ ବ୍ରିଜ୍ ଉପରୁ ଦଉଡି ପକାଇଥିଲେ ଏବଂ ପରେ ଏକ ଦେଶୀ ଡଙ୍ଗା ଜରିଆରେ ଉଦ୍ଧାର ପାଇଁ ନଦୀ ଭିତରକୁ ଯାଇଥିଲେ ।
ଭୁବନେଶ୍ୱର ବରମୁଣ୍ଡା ବସ୍ଷ୍ଟାଣ୍ଡରୁ ଅସହାୟ ଅବସ୍ଥାରେ ଭାଇଭଉଣୀ ଉଦ୍ଧାର ହୋଇଛନ୍ତି। ୮ ବର୍ଷର ଭଉଣୀ ସହ ୫ ବର୍ଷର ଭାଇକୁ ଭରତପୁର ପୋଲିସ ଉଦ୍ଧାର କରିଛି। ଉଦ୍ଧାର ହୋଇଥିବା ଶିଶୁ ଦୁଇଜଣ ଗଞ୍ଜାମ ଜିଲ୍ଲା କୋଦଳା ଅଞ୍ଚଳର ବୋଲି ସୂଚନା ମିଳିଛି
ଭୁବନେଶ୍ୱର ଜୁଡ଼ିସିଆଲ କମ୍ପ୍ଲେକ୍ସକୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ୩ ଦିନ ପାଇଁ ସିଲ୍ କରିଛି। ଆଜିଠାରୁ ୨୬ ତାରିଖ ପର୍ଯ୍ୟନ୍ତ କମ୍ପ୍ଲେକ୍ସ ବନ୍ଦ ରହିବ। ଏହି ସମୟରେ ଏଠାରେ RTPCR ଟେଷ୍ଟ ପାଇଁ ସ୍ୱତନ୍ତ୍ର କ୍ୟାମ୍ପ ଖୋଲିବ।
ଭୁବନେଶ୍ୱରରେ ବୁଲୁଛନ୍ତି ରାଜସ୍ଥାନର ନାବାଳିକା। କାଗଜ ଦେଖାଇ ଡୋନେସନ୍ ନାଁରେ ମାଗୁଛନ୍ତି ଟଙ୍କା। ନଦେଲେ ଜୋରଜବରଦସ୍ତ ଟଙ୍କା ଦେବାକୁ ବାଧ୍ୟ କରୁଛନ୍ତି। ଏଭଳି କିଛି ଅଭିଯୋଗ ଆଣି ଖଣ୍ଡଗିରି ଥାନାରେ ପହଞ୍ଚିଛନ୍ତି ଅଭିଯୋଗକାରୀ।
ଓଡ଼ିଶାରେ ହେବ ଆଉ ଏକ ବିଶ୍ୱକପ୍ । ହକିରେ କମ୍ପିବ କଳିଙ୍ଗ ଷ୍ଟାଡିୟମ । ଏହି ଷ୍ଟାଡିୟମରେ ଆୟୋଜିତ ହେବ ଜୁନିୟର ହକି ବିଶ୍ୱକପ୍ । ଏଫ୍ଆଇଏଚ୍ ଓ ହକି ଇଣ୍ଡିଆର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି ।
ସ୍ମାର୍ଟସିଟିର ସ୍ମାର୍ଟ ରାସ୍ତା । ଛକ ଛକରେ ଛକିଚି ମୃତ୍ୟୁର ଗର୍ତ୍ତ । କେଉଁଠି ମୁକୁଳା ମ୍ୟାନ୍ ହୋଲ୍ ତ କେଉଁଠି ରାସ୍ତା ମଝିରେ ବଡ଼ ଗାଡ଼ । ଫାସ ଏମିତି ଫସିଲେ ବର୍ତ୍ତିବା ମୁସ୍କିଲ୍ ।
ରାଜ୍ୟରେ ସ୍ୱାସ୍ଥ୍ୟସେବାର ଉଦ୍ବେଗଜନକ ସ୍ଥିତି । ଡାକ୍ତରଙ୍କ ଅନୁପସ୍ଥିତିରେ କାମ ଚଳାଇବେ ଫାର୍ମାସିଷ୍ଟ୍ ! ସେମାନଙ୍କ ହାତରେ ରୋଗୀ ସେବାର ଅଧିକ ଦାୟିତ୍ୱ ।
କୌଣସି ଉପାନ୍ତ ଅଞ୍ଚଳ ନୁହେଁ କି ଅନୁନ୍ନତ ଗାଁ ନୁହେଁ । ଖୋଦ୍ ରାଜଧାନୀ ଛାତି ଉପରେ କଙ୍ଗାରୁ କୋର୍ଟରେ ହେଉଛି ଫୈସଲା । ଏଭଳି ଏକ ଖବର ସାମ୍ନାକୁ ଆସିଛି ଭୁବନେଶ୍ୱରସ୍ଥିତ ସାଲିହା ସାହି ବସ୍ତିରୁ ।
ଝାରସୁଗୁଡ଼ା ବ୍ରଜରାଜନଗରରେ ମାଆ ଓ ଦୁଇ ଝିଅଙ୍କ ସନ୍ଦେହଜନକ ମୃତ୍ୟୁ ସାରା ଜିଲ୍ଲାରେ ଚାଞ୍ଚଲ୍ୟ ଖେଳାଇଛି । ସ୍ୱାମୀ ନିଜ ପତ୍ନୀ ଓ ଦୁଇ ଛୁଆଙ୍କୁ ହତ୍ୟା କରିଥିବା ଅଭିଯୋଗ ଆସିଛି ।
ରାଜଧାନୀ ଭୁବନେଶ୍ୱରରେ ୭୫ଟି ସ୍ଥାନରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଡ୍ରେନ୍ ଓ ଜଳବନ୍ଦୀ ସମସ୍ୟା । ଖୋଦ୍ ବିଏମ୍ସି ଏହାକୁ ଚିହ୍ନଟ କରିଛି । ଶତାବ୍ଦୀ ନଗର ଡ୍ରେନ୍ ଟ୍ରାଜେଡି ପରେ ପ୍ରଥମ ଥର ଲାଗି ମୁହଁ ଖୋଲି ବିଏମ୍ସି କମିଶନର କହିଛନ୍ତି ପ୍ରାକୃତିକ ନାଳକୁ ଘୋଡ଼ାଇବା ଲାଗି ସୁପ୍ରିମ୍ କୋର୍ଟ ଓ NGTର କଟକଣା ଥିବା ବେଳେ ଦୁର୍ଘଟଣା ଘଟିବା ଆଶଙ୍କା ଥିବା ସ୍ଥାନକୁ ଦେଖି ପ୍ରତିକାର ବ୍ୟବସ୍ଥା କରାଯାଉଛି ।
ଓଡ଼ିଶା-ଆନ୍ଧ୍ର ସୀମା ବିବାଦର ସମାଧାନ ପାଇଁ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡିଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଚିଠିରେ ସେ ୪ଟି ପ୍ରସ୍ତାବ ଦେଇଛନ୍ତି । ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଦ୍ୱିପାକ୍ଷିକ ଆଲୋଚନା କରନ୍ତୁ ବୋଲି ଧର୍ମେନ୍ଦ୍ର ପ୍ରସ୍ତାବ ଦେବା ସହିତ ଯୁଗ୍ମ କାର୍ଯ୍ୟକାରୀ କମିଟି ଗଠନ କରିବାକୁ ମଧ୍ୟ କହିଛନ୍ତି ।
ପୋଲିସ କବ୍ଜାରେ ଆଞ୍ଜେଲ ପିୟୁ । ଫେସ୍ବୁକ୍ରେ ଜାଲ ବିଛାଇ ଯୁବକଙ୍କ ଘରୁ ଲୁଟ୍ ଘଟଣାରେ ଜଣେ ବଙ୍ଗୀୟ ଯୁବତୀଙ୍କୁ ଗିରଫ କରିଛି ପୋଲିସ । ଭୁବନେଶ୍ୱର ସହିଦ ନଗର ଥାନା ପୋଲିସ୍ ଉକ୍ତ ଯୁବତୀଙ୍କୁ ଗିରଫ କରିଛି ।
ବିଳମ୍ବିତ ରାତି ଯାଏଁ ଚାଲୁଛି ନାଚଗୀତ, ମଉଜମସ୍ତି । ତେବେ ୧୭ ତାରିଖରେ ରେଡ୍ ପାଇଁ ଯାଇଥିବା ବିଏମ୍ସି କର୍ମଚାରୀଙ୍କ ଉପରେ ଆକ୍ରମଣ ପରେ ଆକ୍ସନମୋଡ୍ରେ ପୋଲିସ ।