• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Bhubaneswar (ଭୁବନେଶ୍ୱର)

Health Card
କିଏ କାହାର କରୁଛି ନକଲ ? କେନ୍ଦ୍ରର ହେଲ୍‌ଥ ଆଇଡି ଆଗ ନା ରାଜ୍ୟର ବିଜୁ ସ୍ୱାସ୍ଥ୍ୟ କାର୍ଡ ?

କେନ୍ଦ୍ର ସରକାରଙ୍କ ହେଲଥ୍ ଆଇଡି ବନାମ ରାଜ୍ୟ ସରକାରଙ୍କ BSKY ସ୍ମାର୍ଟ କାର୍ଡ । ନ୍ୟାସନାଲ୍ ଡିଜିଟାଲ୍ ହେଲଥ୍ ମିଶନ- NDHM ଅନ୍ତର୍ଗତ ଦେଶର ପ୍ରତ୍ୟେକ ନାଗରିକଙ୍କ ହେଲଥ୍ ଡାଟା ବା ସ୍ୱାସ୍ଥ୍ୟ ଖାତା ପ୍ରସ୍ତୁତ କରିବାକୁ ଆରମ୍ଭ ହୋଇଛି ପ୍ରକ୍ରିୟା ।

Bhubaneswar Open Drain
ମଣିଷଖିଆ ଡ୍ରେନ୍ ସୃଷ୍ଟିକାରୀ କିଏ ? ମୁକୁଳା ଡ୍ରେନ୍‌ ନେଲାଣି ୬ ମୁଣ୍ଡ ? ଦାୟୀ କିଏ ?

ରାଜଧାନୀରେ ମଣିଷଖିଆ ଡ୍ରେନ୍ ସୃଷ୍ଟିକାରୀ କିଏ ? କାହା ପାଇଁ ମୁକୁଳା ଡ୍ରେନ୍‌ରେ ଗଡ଼ିଲାଣି ୬ବର୍ଷରେ ୬ ମୁଣ୍ଡ ? ବରମୁଣ୍ଡା ଡ୍ରେନ୍ ଟ୍ରାଜେଡିକୁ ଆଦୌ ସହଜରେ ଗ୍ରହଣ କରିପାରୁନଥିବା ରାଜଧାନୀବାସୀ ବାରମ୍ବାର ପଚାରୁଛନ୍ତି ଏ ପ୍ରଶ୍ନ ।

Congress Protest
ମୁକୁଳା ଡ୍ରେନ୍ ପ୍ରସଙ୍ଗକୁ ନେଇ କଂଗ୍ରେସର ବିକ୍ଷୋଭ; BMCକୁ ଭର୍ତ୍ସନା

ଭୁବନେଶ୍ୱରର ମୁକୁଳା ଡ୍ରେନ୍ ପ୍ରସଙ୍ଗକୁ ନେଇ ରାଜରାସ୍ତାକୁ ଓହ୍ଲାଇଛି କଂଗ୍ରେସ । ଆଜି ମାଷ୍ଟର କ୍ୟାଣ୍ଟିନ୍ ଛକରେ ନଗର ଉନ୍ନୟନମନ୍ତ୍ରୀ ପ୍ରତାପ ଜେନା, ମନ୍ତ୍ରୀ ଅଶୋକ ପଣ୍ଡା, ବିଏମ୍‌ସି କମିଶନରଙ୍କ ପୋଷ୍ଟର ଜାଳି ପ୍ରତିକାତ୍ମକ ବିକ୍ଷୋଭ ପ୍ରଦର୍ଶନ କରିଛି ଛାତ୍ର କଂଗ୍ରେସ ।

Body Recovered Of Jyoti Prakash Behera
ଭୁବନେଶ୍ୱରରେ ଡ୍ରେନ୍‌ ପାଣିରେ ଛାତ୍ର ଭାସିଯିବା ଘଟଣା, ମିଳିଲା ମୃତଦେହ

ଭୁବନେଶ୍ୱରରେ ଡ୍ରେନ୍‌ ପାଣିରେ ଭାସି ନିଖୋଜ ଥିବା ଦଶମ ଶ୍ରେଣୀ ଛାତ୍ର ଜ୍ୟୋତି ପ୍ରକାଶ ବେହେରାଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି ସକାଳେ ପଞ୍ଚସଖା ନଗର ନିକଟ ଡ୍ରେନରୁ ଏକ ମୃତଦେହ ଉଦ୍ଧାର ହୋଇଥିଲା।

Student Missing After Being Swept Away In Flooded Drain
ଡ୍ରେନ୍‌ ପାଣିରେ ଭାସି ଛାତ୍ର ନିଖୋଜ,୧୮ ଘଣ୍ଟା ପରେ ବି ମିଳିପାରିନି ପତ୍ତା

ଡ୍ରେନ୍‌ ପାଣିରେ ଭାସି ନିଖୋଜ ଥିବା ଶିରିପୁର ଶତାବ୍ଦୀ ନଗରର ଦଶମ ଶ୍ରେଣୀ ଛାତ୍ର ଜ୍ୟୋତି ପ୍ରକାଶ ବେହେରାଙ୍କ ବର୍ତ୍ତମାନ ସୁଦ୍ଧା କୌଣସି ପତ୍ତା ମିଳିପାରିନି। ୧୮ ଘଣ୍ଟା ଧରି ରେସ୍କ୍ୟୁ ଟିମ୍‌ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ନିଖୋଜ ଛାତ୍ରଙ୍କ ସମ୍ପର୍କରେ କୌଣସି ସୂଚନା ମିଳିପାରି ନାହିଁ।  

Student Swept Away In Drain
ରାଜଧାନୀରେ ଡ୍ରେନ୍‌ ପାଣିରେ ଭାସିଗଲେ ଛାତ୍ର

ରାଜଧାନୀରେ ଡ୍ରେନ୍‌ ପାଣିରେ ଭାସିଗଲେ ଛାତ୍ର। ଭୁବନେଶ୍ୱର ଶିରିପୁର ଶତାଦ୍ଦୀନଗର ବ୍ୟାଙ୍କ କଲୋନୀରେ ଜଣେ ୧୫ ବର୍ଷୀୟ ଛାତ୍ର ଡ୍ରେନ ପାଣିରେ ଭାସି ଯାଇ ନିଖୋଜ ହୋଇଯାଇଛନ୍ତି। ପ୍ରବଳ ବର୍ଷାରେ ଖୋଲା ଡ୍ରେନ୍‌ ପାଣିରେ ଛାତ୍ର ଜଣକ ଭାସି ଯାଇଛନ୍ତି।

2 Bars Sealed
ସିଲ୍‌ ହେଲା ଭୁବନେଶ୍ୱରରେ ଆଉ ୨ ବାର୍‌

ସିଲ୍‌ ହେଲା ଭୁବନେଶ୍ୱରରେ ଆଉ ୨ଟି ବାର୍‌। କୋଭିଡ୍ କଟକଣା ଉଲ୍ଲଂଘନ କରି ବାର୍‌ରେ ନାଚ, ଗୀତ ଓ ମଦର ଆସର ଚାଲିଥିବା ଖବର ପାଇ ବିଏମ୍‌ସି ଅଧିକାରୀ ଓ କମିଶନରେଟ୍ ପୋଲିସ ଚଢ଼ାଉ କରିଥିଲା।

Subash Singh
ଭର୍ତ୍ତୃହରିଙ୍କ ମନ୍ତବ୍ୟକୁ ସୁବାସ ସିଂହଙ୍କ ସମାଲୋଚନା

କଟକରେ ମା’ ଦୁର୍ଗାଙ୍କ ମୂର୍ତ୍ତୀ ଉଚ୍ଚତାକୁ ନେଇ ବଢ଼ିବାରେ ଲାଗିଛି ବିବାଦ । ଏହି ପ୍ରସଙ୍ଗରେ ସାଂସଦ ଭର୍ତ୍ତୃହରି ମହତାବଙ୍କ ମନ୍ତବ୍ୟକୁ ସୁବାସ ସିଂହ ସମାଲୋଚନା କରିଛନ୍ତି । ପ୍ରଥମେ ଦେବାଶିଷ ସାମନ୍ତରାୟ ଭର୍ତ୍ତୃହରି ମହତାବଙ୍କ ମନ୍ତବ୍ୟକୁ ନେଇ ସମାଲୋଚନା କରିଥିବା ବେଳେ ଏବେ ସୁବାସ ସିଂହ ମଧ୍ୟ ବିରୋଧ କରିଛନ୍ତି ।

Youth Found Hanging Inside Kalyan Mandap
କଲ୍ୟାଣ ମଣ୍ଡପ ରୁମ୍‌ ଭିତରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ସୁଇସାଇଡ୍‌ ନୋଟ୍‌ ଜବତ

ଭୁବନେଶ୍ୱରରେ ଏକ କଲ୍ୟାଣ ମଣ୍ଡପର ରୁମ୍‌ ଭିତରୁ ଜଣେ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ଜଣାପଡ଼ି ନଥିବାବେଳେ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି।  

Sainik School
ସୈନିକ ସ୍କୁଲରେ ପଢିବେ ଛାତ୍ରୀ: ପ୍ରଥମ ପର୍ଯ୍ୟାୟରେ ୧୦ ଛାତ୍ରୀ ଲେଖାଇଲେ ନାମ

ଭୁବନେଶ୍ୱର ସୈନିକ ସ୍କୁଲରେ ପ୍ରାଥମିକ ପର୍ଯ୍ୟାୟରେ ୧୦ ଜଣ ଛାତ୍ରୀଙ୍କୁ ନାମ ଲେଖାର ସୁଯୋଗ ମିଳିଥିବାବେଳେ ଆଗମୀ ଦିନରେ ଏହି ସଂଖ୍ୟା ବଢ଼ିପାରେ । ସ୍କୁଲ ପାଇଁ ୧୦୦ ବେଡ଼ ବିଶିଷ୍ଟ ଛାତ୍ରୀ ନିବାସ ପାଇଁ ଅନୁମୋଦନ ମିଳିସାରିଛି । ଆଜି ଏହି ସୂଚନା ଦେଇଛନ୍ତି ମଧ୍ୟ ଭାରତ GOC ବା ଜେନେରାଲ ଅଫିସର କମାଣ୍ଡିଙ୍ଗ, ଲେଫଟାଣ୍ଟ ଜେନେରାଲ ଏସ. ମୋହନ।

Bhubaneswar Sub Collector Office
ଭୁବନେଶ୍ୱର ସବ୍‌କଲେକ୍ଟର ଅଫିସ ଓ ତହସିଲ ଅଫିସ ୫ ଦିନ ବନ୍ଦ

ଆଜିଠୁ ୫ ଦିନ ଯାଏ ଭୁବନେଶ୍ୱର ସବ୍‌କଲେକ୍ଟର ଅଫିସ ଓ ତହସିଲ ଅଫିସ ବନ୍ଦ। ଉଭୟ ଅଫିସ୍‌ର ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଫଳରେ ଆଜିଠୁ ୨୧ ତାରିଖ ଯାଏ ଉଭୟ ଅଫିସ୍ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। 

swiggy boy at dhauli police station
ପ୍ରେମିକା ସହ ଓଡ଼ିଶା ଫେରିଲା ନିଜ ଅପହରଣ ମହାଡ୍ରାମାର ନାୟକ ଚିକୁନ୍‌

ନିଜ ଅପହରଣ ନାଟକ ରଚିଥିବା ସ୍ୱିଗି ବୟ ଚିକୁନ ଭୁବନେଶ୍ୱର ଫେରିଛନ୍ତି । ଚିକୁନ ଓ ତାଙ୍କ ବାନ୍ଧବୀକୁ ମଧ୍ୟପ୍ରଦେଶର କଟ୍ନିରୁ ଭୁବନେଶ୍ୱରକୁ ଆଣିଛି ଧଉଳି ଥାନା ପୋଲିସ । ଧଉଳି ଥାନାରେ ଉଭୟଙ୍କୁ ପଚରା ଉଚରା କରାଯାଉଛି ।

'Crorepati' Anganwadi Worker
ଅଙ୍ଗନବାଡ଼ି ଦିଦିଙ୍କ କୁବେର ଭଳି ସମ୍ପତ୍ତି

ଅଙ୍ଗନବାଡ଼ି ଦିଦିଙ୍କର ସମ୍ପତ୍ତି ୪ କୋଟି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ବେଳେ ୪ କୋଟିର ସଂପତ୍ତି ଠାବ କରିଛି ଭିଜିଲାନ୍ସ। ଭୁବନେଶ୍ୱର କୋରଡ଼କଣ୍ଟର ଅଙ୍ଗନବାଡି କର୍ମୀ କବିତା ମାଥନଙ୍କ ୬ଟି ଘରେ ଭିଜିଲାନ୍ସ ରେଡ୍ କରିଥିଲା

Aparajita
ବସ୍ତିରେ ବୁଲିଲେ, ଘରେ କେମିତି ପାଣି ପଶିଛି ଦେଖିଲେ....ରାଜ୍ୟ ସରକାରଙ୍କୁ ପ୍ରଶ୍ନ ଉପରେ ପ୍ରଶ୍ନ କଲେ ଅପରାଜିତା

ଲଗାଣ ବର୍ଷାରେ ଭୁବନେଶ୍ୱର ଜଳବନ୍ଦୀ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷ଼ଡଙ୍ଗୀ । ୨୧ ବର୍ଷର ଶାସନ ପରେ ରାଜଧାନୀର ସମସ୍ୟା ସମାଧାନ ହେଉନି। ଏନେଇ କଂପ୍ରେହେନସିଭ୍ ମାଷ୍ଟର ପ୍ଲାନ ପାଇଁ ସଂସଦୀୟ ଷ୍ଟାଣ୍ଡିଂ କମିଟି କହିଥିଲା। ଏମିତିକି ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଗତବର୍ଷ ଅପରାଜିତା ଚିଠି କରିଥିବା କହିଛନ୍ତି ।

heavy rainfall alert
୮୭ ବର୍ଷର ରେକର୍ଡ ଭାଙ୍ଗିଲା ପୁରୀ

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହେଇସାରିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ଅବପାତରେ ପରିଣତ ହେବା ପରେ ଏହା ଘଣ୍ଟା ପ୍ରତି ୫ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା, ଉତ୍ତର ଛତିଶଗଡ଼ ଏବଂ ମଧ୍ୟ ପ୍ରଦେଶ ଆଡ଼କୁ ଯିବା ସମ୍ଭାବନା ରହିଛି।

Heavy Rainfall
ଟ୍ୱିନ୍‌ ସିଟିରେ ପ୍ରବଳ ବର୍ଷିବ !

ବର୍ଷା ଯୋଗୁଁ କିଛି ତଳିଆ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ରହିଛି। ଗତକାଲି ମଧ୍ୟ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ଅଣ୍ଟାଏ ପାଣି ଚାଲିବା ବେଳେ ଘର, ଆପାର୍ଟମେଣ୍ଟ ଭିତରେ ବି ପାଣି ପଶିଯାଇଥିଲା। ସେହିପରି ପୁରୀ, କଟକ, ଜଗତସିଂହପୁର ଭଳି ବିଭିନ୍ନ ଜିଲ୍ଲାରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି।

Odisha Assembly
ଶାସକ-ବିରୋଧୀ କଥା କଟାକଟି। ଚାଲିପାରୁନି ଗୃହ

ବିଧାନସଭା ଅଚଳ। ଆଜି କୌଣସି ଗୃହକାର୍ଯ୍ୟ ହୋଇପାରିନାହିଁ। ବାଚସ୍ପତିଙ୍କୁ ତାଙ୍କ ଚ୍ୟାମ୍ବରରେ ଘେରାଉ କରିଛନ୍ତି ବିଜେପି ଓ କଂଗ୍ରେସ ବିଧାୟକ। କଂଗ୍ରେସର ଖଣି ସଂପର୍କିତ ମୁଲତବୀ ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ କରିନଥିବାରୁ ଆଜି ଆରମ୍ଭରୁ ଗୃହରେ ହଙ୍ଗାମା ହୋଇଥିଲା।

election
ସେପ୍ଟେମ୍ବର ୩୦ରେ ପିପିଲି ଉପନିର୍ବାଚନ

ସେପ୍ଟେମ୍ବର ୩୦ରେ ପିପିଲି ଉପନିର୍ବାଚନ । ଏନେଇ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ଶନିବାର ମଧ୍ୟାହ୍ନରେ କମିଶନ ଏହି ଘୋଷଣା କରିଛନ୍ତି ।

Assembly
୩ ଦିନ ହଙ୍ଗାମା ପରେ ସ୍ୱାଭାବିକ ହେଲା ବିଧାନସଭା, ରାଜ୍ୟରେ ଖୋଲିବ ୨୪ଟି ନୂଆ ITI କଲେଜ

ଲଗାତର ୩ ଦିନର ହଙ୍ଗାମା ଓ ଅଚଳାବସ୍ଥା ପରେ ଆଜି ସ୍ୱାଭାବିକ ହୋଇଛି ବିଧାନସଭା ସ୍ଥିତି । ଶାନ୍ତିଶୃଙ୍ଖଳାର ସହ ପ୍ରଶ୍ନକାଳ ଶେଷ ହୋଇଛି ।ନେତାଙ୍କ ସବୁ ପ୍ରଶ୍ନର ଉତ୍ତର ରଖିଛନ୍ତି ମନ୍ତ୍ରୀ ।

BJP Team At Balangir
ମରୁଡ଼ିର ବାସ୍ତବ ସ୍ଥିତି ଅନୁଧ୍ୟାନ ପାଇଁ ଗ୍ରାଉଣ୍ଡ ଜିରୋରେ BJP

ରାଜ୍ୟରେ ବର୍ଷା ଅଭାବ । ଜମି ଫାଟି ଆଁ କଲାଣି । ଚାଷୀ ମୁଣ୍ଡରେ ହାତ ଦେଲେଣି । ମରୁଡ଼ି ଭୟରେ ଚାଷୀଙ୍କ ଆଖିରୁ ଲୁହ ଶୁଖୁନି । ସେପଟେ ଏମିତି ବି ଖବର ରହିଛି ଚାଷୀ ଚାଷରେ କ୍ଷତି ଯୋଗୁଁ ଜୀବନ ହାରିଲେଣି ।

Dibya Shankar Mishra
ରାଜ୍ୟରେ ଶ୍ରମିକ ଅଭାବ, ବନ୍ଦ ହୋଇଗଲା ୭ଟି ଶିଳ୍ପ ସଂସ୍ଥା

ଶ୍ରମିକ ଅଭାବ ଯୋଗୁଁ ବନ୍ଦ ହୋଇଛି ରାଜ୍ୟର ୭ଟି ଶିଳ୍ପ ସଂସ୍ଥା । ଏନେଇ ଆଜି ବିଧାନସଭାରେ ପଚରାଯାଇଥିବା ପ୍ରଶ୍ନର ଉତ୍ତର ରଖିଛନ୍ତି ଶିଳ୍ପ ମନ୍ତ୍ରୀ କ୍ୟାପ୍ଟେନ୍‌ ଦିବ୍ୟଶଙ୍କର ମିଶ୍ର । ରାଜ୍ୟର ବୃହତ ଶିଳ୍ପରେ ଶ୍ରମିକ ସମସ୍ୟା ଥିବାରୁ ଉତ୍ପାଦନ ବନ୍ଦ କରାଯାଇଥିବା ସେ କହିଛନ୍ତି ା 

Festival Restriction
ଥମିନି ଦ୍ୱିତୀୟ ଲହର, ଟଳିନି ମହାମାରୀ ଡର ! ପାଖେଇ ଆସୁଛି ପାର୍ବଣ, ଭିଡ଼ କରିବାକୁ ବାରଣ

ଥମିନି ଦ୍ୱିତୀୟ ଲହର, ଟଳିନି ମହାମାରୀ ଡର । ପାଖେଇ ଆସୁଛି ପାର୍ବଣ, ଭିଡ଼ କରିବାକୁ ବାରଣ ।  ଆଗକୁ ଆସୁଛି ଗଣେଶ ପୂଜା, ଦଶହରା ଏବଂ ଦୀପାବଳି ଭଳି ପର୍ବ । ତେଣୁ ପୂଜା ଋତୁରେ କରୋନାର ଦୃତ ସଂକ୍ରମଣ ରୋକିବାକୁ ଦେଶବାସୀଙ୍କୁ ଆଗୁଆ ସତର୍କ କରାଇଛି କେନ୍ଦ୍ର ସରକାର ।

farmer Suicide
ନିଅଣ୍ଟିଆ ବର୍ଷା ଦାଉରେ ମାଟି ଫାଟି ଆଁ, ଚାଷୀର ଭାତହାଣ୍ଡି ଶୁଖିଲା ପଡ଼ିଛି

ନିଅଣ୍ଟିଆ ବର୍ଷା ଦାଉରେ ମାଟି ଫାଟି ଆଁ । ଚାଷୀର ଭାତହାଣ୍ଡି ଆଜି ଶୁଖିଲା ପଡ଼ିଛି । କେଉଁଠି ଧାନଗଛ ହଳଦିଆ ପଡ଼ିଗଲାଣି ତ ଆଉ କେଉଁଠି ଗୋରୁ ଚରିଲେଣି ଧାନ କ୍ଷେତରେ । ଆସନ୍ନ ମରୁଡ଼ିର ଚିତ୍ର ବୟାନ କରୁଛି ବଲାଙ୍ଗିର ଜିଲ୍ଲାର ଅନେକ ଚାଷ ଜମି ।

City Bus
ରାସ୍ତାରେ ଚଲାଇଲେନି, ପଡ଼ି ପଡ଼ି ଖତ ହେଲା ! ତା’ପରେ ୧୨୧ ବସ୍‌କୁ କବାଡ଼ିଆରେ ବିକି ଦେଲେ

୧୨୧ ସିଟି ବସ୍‌କୁ ବିକି ଦେଲା କ୍ୟାପିଟାଲ୍ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ ବା କ୍ରୁଟ୍ । ଏସବୁ ବସ୍କୁ ଏକ ସ୍କ୍ରାପେଜ୍ ସଂସ୍ଥାକୁ ବିକ୍ରି କରି ଦେଇଥିବା ଜଣାପଡିଛି । ଭୁବନେଶ୍ୱର-ପୁରୀ ସିଟି ବସ୍ ସେବା ପାଇଁ ୨୦୧୦ ମସିହାରେ JNNURM ଅଧୀନରେ ଏହି ବସ କିଣାଯାଇଥିଲା ।

Manas Das
ମାନସ ଦାସଙ୍କୁ ରିମାଣ୍ଡରେ ନେବାକୁ ଖୋର୍ଦ୍ଧା ପୋଲିସ କରୁଛି ଯୋଜନା

ମାନବବାଦ ସଂଗଠନର ମୁଖ୍ୟ ଓ ତାଙ୍କ ପୁଅ ଏବେ ଖୋର୍ଦ୍ଧା ଜେଲ୍‌ରେ । ସେମାନେ ବିଚାର ବିଭାଗୀୟ ହାଜତରେ ଅଛନ୍ତି । ଉଭୟଙ୍କୁ ରିମାଣ୍ଡରେ ନେଇପାରେ ଖୋର୍ଦ୍ଧା ପୋଲିସ ।