ପେଟ୍ରୋଲ ଡିଜେର ଦର ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ । ଆଜିଠାରୁ ୧୭ ତାରିଖ ଯାଏ ରାଜ୍ୟବ୍ୟାପୀ ବିକ୍ଷୋଭ କରିବାକୁ ଦଳ ନିଷ୍ପତ୍ତି ନେଇଛି । ପର୍ଯ୍ୟାୟକ୍ରମେ ଏହି ଆନ୍ଦୋଳନ କରାଯିବ । ଆଜି ସବୁ ବ୍ଲକରେ ବିକ୍ଷୋଭ କରିବେ କଂଗ୍ରେସ କର୍ମୀ
ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଦୁର୍ନୀତି ପ୍ରତିବାଦରେ ବିଜେପିର ଆନ୍ଦୋଳନ । ଆଜିଠାରୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ବ୍ଲକ ଆଗରେ ଦଳ ବିକ୍ଷୋଭ କରିବ । ଦଳ ପକ୍ଷରୁ ଅଭିଯୋଗ କରାଯାଇଥିଲା ଯେ, ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହଜାରେ କୋଟି ଟଙ୍କାର ଦୁର୍ନୀତି ହୋଇଛି ।
ଆଜି ସଂଧ୍ୟାରେ କେନ୍ଦ୍ର ମନ୍ତ୍ରିମଣ୍ଡଳର ସଂପ୍ରସାରଣ । ଯେଉଁମାନେ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବାର ସମ୍ଭାବନା ଅଛି, ସମସ୍ତଙ୍କୁ ଦିଲ୍ଲୀରୁ ଡକରା ଆସିଛି । ହେଲେ ସେମାନେ ଖୋଲାଖୋଲି କିଛି କହୁ ନାହାନ୍ତି । ଗଣମାଧ୍ୟମର ପ୍ରଶ୍ନକୁ ଏଡ଼ାଇ ଦେଇଛନ୍ତି ।
କୋଭିଡ୍ ଟିକା ପାଇଁ ହାଉଜାଉ ସ୍ଥିତି । ଅଧିକାଂଶ ଟିକାକରଣ କେନ୍ଦ୍ରରେ ଅସମ୍ଭାଳ ଭିଡ଼ ସାଙ୍ଗକୁ ଠେଲାପେଲା ପରିସ୍ଥିତି । ଏମିତିକି କିଛି ସ୍ଥାନରେ ଲୋକେ ରାତି ଅନିଦ୍ରା ହୋଇ ଟିକା ପାଇଁ ଲାଇନ୍ ଲଗାଉଥିବା ଦେଖିବାକୁ ମିଳିଛି । କୋଭିଡ୍ର ସମସ୍ତ କଟକଣାକୁ ଫୁ’ କରି ସତେ ଯେମିତି ଟିକା ପାଇଁ ଚାଲିଛି ପ୍ରତିଯୋଗିତା ।
ପ୍ରେମ ପ୍ରତାରଣାରୁ ପ୍ରଚଣ୍ଡ ପ୍ରତିଶୋଧ? ନା ଏକତରଫା ପ୍ରେମରୁ ଜଘନ୍ୟ କାଣ୍ଡ? ଭୁବନେଶ୍ୱର ଭୀମଟାଙ୍ଗୀ ମହିଳା ହତ୍ୟାକାଣ୍ଡର କାରଣକୁ ନେଇ ଚର୍ଚ୍ଚା ଭୀମଟାଙ୍ଗୀ ଫେଜ୍ ଓ୍ୱାନରେ ରହୁଥିବା ଯାଜପୁର କୁଆଖିଆ ଅଞ୍ଚଳର ୨୬ ବର୍ଷୀୟ ମହିଳା ପ୍ରିୟଙ୍କା ପ୍ରିୟଦର୍ଶନୀ ସାହୁଙ୍କ ହତ୍ୟାକୁ ୨୪ ଘଣ୍ଟା ବିତିଯାଇଥିବା ବେଳେ ମିଳିପାରିନି ସ୍ପଷ୍ଟ ଚିତ୍ର
ରଥଯାତ୍ରାରେ ଗଜପତି କରିବେ ଛେରାପହଁରା । ସ୍ନାନପୂର୍ଣ୍ଣମାରେ ଛେରାପହଁରା କରିନଥିବା ଗଜପତି ମାହାରାଜ ଦିବ୍ୟସିଂହ ଦେବ ରଥଯାତ୍ରାରେ ଛେରାପହଁରା କରିବେ ବୋଲି ନିଜେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଆମେ ରଥଯାତ୍ରାକୁ ମୁଖ୍ୟ ସ୍ଥାନ ଦେଇଛୁ, ତାହା ମୁଖ୍ୟ ପର୍ବ ।
ଏଣିକି ବନ୍ଦ ହେବ କୋଭିଡ୍ କେୟାର ସେଣ୍ଟର । ରାଜ୍ୟରେ କୋଭିଡ୍ ସଂକ୍ରମଣ ହ୍ରାସ ପାଇଥିବାରୁ ସରକାରୀ ଓ ବେସରକାରୀ କୋଭିଡ୍ କେୟାର ସେଣ୍ଟର ଗୁଡ଼ିକ ବନ୍ଦ ହେବ । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତି ନିଆଯାଉଛି ।
ଭୁବନେଶ୍ୱର ଭୀମଟାଙ୍ଗି ଅଂଚଳରେ ମହିଳାଙ୍କୁ ବୀଭତ୍ସ ହତ୍ୟାକାଣ୍ଡ ପଛରେ ରହିଛି ପୂର୍ବ ସମ୍ପର୍କ । ଏକଥା ନିଜେ କହିଛନ୍ତି ଅଭିଯୁକ୍ତଙ୍କ ମା’ସାବିତ୍ରୀ ପ୍ରଧାନ। ମୃତ ମହିଳା ପ୍ରିୟଙ୍କାଙ୍କ ସହ ତାଙ୍କ ପୁଅ ଜଗନ୍ନାଥଙ୍କ ନିବିଡ଼ ସମ୍ପର୍କ ଥିଲା ବୋଲି ସେ କହିଛନ୍ତି। ବିବାହ ପୂର୍ବରୁ ଜଗନ୍ନାଥଙ୍କୁ ଜାଣିଥିଲେ ପ୍ରିୟଙ୍କା। ତେବେ ପ୍ରିୟଙ୍କାଙ୍କ ବିବାହ ପରେ ଉଭୟଙ୍କ ମଧ୍ୟରେ ସମ୍ପର୍କ ରହି ନଥିଲା। ଗତବର୍ଷ ଲକଡାଉନ୍ ପରେ ଉଭୟଙ୍କ ମଧ୍ୟରେ ପୁଣି ସମ୍ପର୍କ ଆରମ୍ଭ ହୋଇଥିଲା ବୋଲି କହିଛନ୍ତି ଅଭିଯୁକ୍ତଙ୍କ ମା।
ଗୋଟିଏ ଦିନରେ ଆସୁଥିବା ମୃତ୍ୟୁସଂଖ୍ୟା ସେହି ନିର୍ଦ୍ଧିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ୍ କରାଯାଇ କୋଭିଡ ମୃତ୍ୟୁସଂଖ୍ୟାକୁ ଘୋଷଣା କରାଯାଉଛି ବୋଲି ସିବିକେ କହିଛନ୍ତି । ସରକାର ମୃତ୍ୟୁସଂଖ୍ୟାକୁ ଲୁଚେଇ ନାହାନ୍ତି ।