ବାତ୍ୟା ଗୁଲାବକୁ ନେଇ SRC ପ୍ରଦୀପ ଜେନାଙ୍କ ସୂଚନା । ଆନ୍ଧ୍ର ଶ୍ରୀକାକୁଲମର ସନ୍ଥଗୁଡ଼ାରେ ଲ୍ୟାଣ୍ଡଫଲ୍ କରିଛି ଗୁଲାବ । ଶ୍ରୀକାକୁଲମରେ ବର୍ତ୍ତମାନ ୭୦ କିମି ବେଗରେ ପବନ ବହୁଛି । ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ବିଶେଷ ପ୍ରଭାବ ପଡ଼ିନି ।
ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଆସନ୍ତାକାଲି ଦିଆଯାଇଛି ଭାରତ ବନ୍ଦ ଡାକରା । ସକାଳ ୬ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନ୍ଦ ପାଳନ ପାଇଁ ଦେଶବ୍ୟାପୀ ଆହ୍ୱାନ ଦେଇଛି କିଷାନ ମୋର୍ଚ୍ଚା ।
ଟଳିଲା ବାତ୍ୟା ଭୟ । ଓଡ଼ିଶାରେ ନାହିଁ ବାତ୍ୟା ପ୍ରଭାବ । ଉପକୂଳ ଅତିକ୍ରମ କଲା ବାତ୍ୟା ଗୁଲାବ । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କଲା ଗୁଲାବ ।
ମୁଣ୍ଡଳୀରେ ବୋଟ୍ ଦୁର୍ଘଟଣା ପରେ ସେଦିନ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିଲେ ଫରେଷ୍ଟଗାର୍ଡ ମାନସ ବେହେରା । ବୁଡିଯାଉଥିବା ଓଡ୍ରାଫ କର୍ମଚାରୀଙ୍କୁ ଉଦ୍ଧାର ପାଇଁ ପ୍ରଥମେ ସେ ବ୍ରିଜ୍ ଉପରୁ ଦଉଡି ପକାଇଥିଲେ ଏବଂ ପରେ ଏକ ଦେଶୀ ଡଙ୍ଗା ଜରିଆରେ ଉଦ୍ଧାର ପାଇଁ ନଦୀ ଭିତରକୁ ଯାଇଥିଲେ ।
ଭୁବନେଶ୍ୱର ବରମୁଣ୍ଡା ବସ୍ଷ୍ଟାଣ୍ଡରୁ ଅସହାୟ ଅବସ୍ଥାରେ ଭାଇଭଉଣୀ ଉଦ୍ଧାର ହୋଇଛନ୍ତି। ୮ ବର୍ଷର ଭଉଣୀ ସହ ୫ ବର୍ଷର ଭାଇକୁ ଭରତପୁର ପୋଲିସ ଉଦ୍ଧାର କରିଛି। ଉଦ୍ଧାର ହୋଇଥିବା ଶିଶୁ ଦୁଇଜଣ ଗଞ୍ଜାମ ଜିଲ୍ଲା କୋଦଳା ଅଞ୍ଚଳର ବୋଲି ସୂଚନା ମିଳିଛି
ଭୁବନେଶ୍ୱର ଜୁଡ଼ିସିଆଲ କମ୍ପ୍ଲେକ୍ସକୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ୩ ଦିନ ପାଇଁ ସିଲ୍ କରିଛି। ଆଜିଠାରୁ ୨୬ ତାରିଖ ପର୍ଯ୍ୟନ୍ତ କମ୍ପ୍ଲେକ୍ସ ବନ୍ଦ ରହିବ। ଏହି ସମୟରେ ଏଠାରେ RTPCR ଟେଷ୍ଟ ପାଇଁ ସ୍ୱତନ୍ତ୍ର କ୍ୟାମ୍ପ ଖୋଲିବ।
ଭୁବନେଶ୍ୱରରେ ବୁଲୁଛନ୍ତି ରାଜସ୍ଥାନର ନାବାଳିକା। କାଗଜ ଦେଖାଇ ଡୋନେସନ୍ ନାଁରେ ମାଗୁଛନ୍ତି ଟଙ୍କା। ନଦେଲେ ଜୋରଜବରଦସ୍ତ ଟଙ୍କା ଦେବାକୁ ବାଧ୍ୟ କରୁଛନ୍ତି। ଏଭଳି କିଛି ଅଭିଯୋଗ ଆଣି ଖଣ୍ଡଗିରି ଥାନାରେ ପହଞ୍ଚିଛନ୍ତି ଅଭିଯୋଗକାରୀ।
ଓଡ଼ିଶାରେ ହେବ ଆଉ ଏକ ବିଶ୍ୱକପ୍ । ହକିରେ କମ୍ପିବ କଳିଙ୍ଗ ଷ୍ଟାଡିୟମ । ଏହି ଷ୍ଟାଡିୟମରେ ଆୟୋଜିତ ହେବ ଜୁନିୟର ହକି ବିଶ୍ୱକପ୍ । ଏଫ୍ଆଇଏଚ୍ ଓ ହକି ଇଣ୍ଡିଆର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି ।
ସ୍ମାର୍ଟସିଟିର ସ୍ମାର୍ଟ ରାସ୍ତା । ଛକ ଛକରେ ଛକିଚି ମୃତ୍ୟୁର ଗର୍ତ୍ତ । କେଉଁଠି ମୁକୁଳା ମ୍ୟାନ୍ ହୋଲ୍ ତ କେଉଁଠି ରାସ୍ତା ମଝିରେ ବଡ଼ ଗାଡ଼ । ଫାସ ଏମିତି ଫସିଲେ ବର୍ତ୍ତିବା ମୁସ୍କିଲ୍ ।
ରାଜ୍ୟରେ ସ୍ୱାସ୍ଥ୍ୟସେବାର ଉଦ୍ବେଗଜନକ ସ୍ଥିତି । ଡାକ୍ତରଙ୍କ ଅନୁପସ୍ଥିତିରେ କାମ ଚଳାଇବେ ଫାର୍ମାସିଷ୍ଟ୍ ! ସେମାନଙ୍କ ହାତରେ ରୋଗୀ ସେବାର ଅଧିକ ଦାୟିତ୍ୱ ।
କୌଣସି ଉପାନ୍ତ ଅଞ୍ଚଳ ନୁହେଁ କି ଅନୁନ୍ନତ ଗାଁ ନୁହେଁ । ଖୋଦ୍ ରାଜଧାନୀ ଛାତି ଉପରେ କଙ୍ଗାରୁ କୋର୍ଟରେ ହେଉଛି ଫୈସଲା । ଏଭଳି ଏକ ଖବର ସାମ୍ନାକୁ ଆସିଛି ଭୁବନେଶ୍ୱରସ୍ଥିତ ସାଲିହା ସାହି ବସ୍ତିରୁ ।
ଝାରସୁଗୁଡ଼ା ବ୍ରଜରାଜନଗରରେ ମାଆ ଓ ଦୁଇ ଝିଅଙ୍କ ସନ୍ଦେହଜନକ ମୃତ୍ୟୁ ସାରା ଜିଲ୍ଲାରେ ଚାଞ୍ଚଲ୍ୟ ଖେଳାଇଛି । ସ୍ୱାମୀ ନିଜ ପତ୍ନୀ ଓ ଦୁଇ ଛୁଆଙ୍କୁ ହତ୍ୟା କରିଥିବା ଅଭିଯୋଗ ଆସିଛି ।
ରାଜଧାନୀ ଭୁବନେଶ୍ୱରରେ ୭୫ଟି ସ୍ଥାନରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଡ୍ରେନ୍ ଓ ଜଳବନ୍ଦୀ ସମସ୍ୟା । ଖୋଦ୍ ବିଏମ୍ସି ଏହାକୁ ଚିହ୍ନଟ କରିଛି । ଶତାବ୍ଦୀ ନଗର ଡ୍ରେନ୍ ଟ୍ରାଜେଡି ପରେ ପ୍ରଥମ ଥର ଲାଗି ମୁହଁ ଖୋଲି ବିଏମ୍ସି କମିଶନର କହିଛନ୍ତି ପ୍ରାକୃତିକ ନାଳକୁ ଘୋଡ଼ାଇବା ଲାଗି ସୁପ୍ରିମ୍ କୋର୍ଟ ଓ NGTର କଟକଣା ଥିବା ବେଳେ ଦୁର୍ଘଟଣା ଘଟିବା ଆଶଙ୍କା ଥିବା ସ୍ଥାନକୁ ଦେଖି ପ୍ରତିକାର ବ୍ୟବସ୍ଥା କରାଯାଉଛି ।
ଓଡ଼ିଶା-ଆନ୍ଧ୍ର ସୀମା ବିବାଦର ସମାଧାନ ପାଇଁ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡିଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଚିଠିରେ ସେ ୪ଟି ପ୍ରସ୍ତାବ ଦେଇଛନ୍ତି । ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଦ୍ୱିପାକ୍ଷିକ ଆଲୋଚନା କରନ୍ତୁ ବୋଲି ଧର୍ମେନ୍ଦ୍ର ପ୍ରସ୍ତାବ ଦେବା ସହିତ ଯୁଗ୍ମ କାର୍ଯ୍ୟକାରୀ କମିଟି ଗଠନ କରିବାକୁ ମଧ୍ୟ କହିଛନ୍ତି ।
ପୋଲିସ କବ୍ଜାରେ ଆଞ୍ଜେଲ ପିୟୁ । ଫେସ୍ବୁକ୍ରେ ଜାଲ ବିଛାଇ ଯୁବକଙ୍କ ଘରୁ ଲୁଟ୍ ଘଟଣାରେ ଜଣେ ବଙ୍ଗୀୟ ଯୁବତୀଙ୍କୁ ଗିରଫ କରିଛି ପୋଲିସ । ଭୁବନେଶ୍ୱର ସହିଦ ନଗର ଥାନା ପୋଲିସ୍ ଉକ୍ତ ଯୁବତୀଙ୍କୁ ଗିରଫ କରିଛି ।
ବିଳମ୍ବିତ ରାତି ଯାଏଁ ଚାଲୁଛି ନାଚଗୀତ, ମଉଜମସ୍ତି । ତେବେ ୧୭ ତାରିଖରେ ରେଡ୍ ପାଇଁ ଯାଇଥିବା ବିଏମ୍ସି କର୍ମଚାରୀଙ୍କ ଉପରେ ଆକ୍ରମଣ ପରେ ଆକ୍ସନମୋଡ୍ରେ ପୋଲିସ ।
କେନ୍ଦ୍ର ସରକାରଙ୍କ ହେଲଥ୍ ଆଇଡି ବନାମ ରାଜ୍ୟ ସରକାରଙ୍କ BSKY ସ୍ମାର୍ଟ କାର୍ଡ । ନ୍ୟାସନାଲ୍ ଡିଜିଟାଲ୍ ହେଲଥ୍ ମିଶନ- NDHM ଅନ୍ତର୍ଗତ ଦେଶର ପ୍ରତ୍ୟେକ ନାଗରିକଙ୍କ ହେଲଥ୍ ଡାଟା ବା ସ୍ୱାସ୍ଥ୍ୟ ଖାତା ପ୍ରସ୍ତୁତ କରିବାକୁ ଆରମ୍ଭ ହୋଇଛି ପ୍ରକ୍ରିୟା ।
ରାଜଧାନୀରେ ମଣିଷଖିଆ ଡ୍ରେନ୍ ସୃଷ୍ଟିକାରୀ କିଏ ? କାହା ପାଇଁ ମୁକୁଳା ଡ୍ରେନ୍ରେ ଗଡ଼ିଲାଣି ୬ବର୍ଷରେ ୬ ମୁଣ୍ଡ ? ବରମୁଣ୍ଡା ଡ୍ରେନ୍ ଟ୍ରାଜେଡିକୁ ଆଦୌ ସହଜରେ ଗ୍ରହଣ କରିପାରୁନଥିବା ରାଜଧାନୀବାସୀ ବାରମ୍ବାର ପଚାରୁଛନ୍ତି ଏ ପ୍ରଶ୍ନ ।
ଭୁବନେଶ୍ୱରର ମୁକୁଳା ଡ୍ରେନ୍ ପ୍ରସଙ୍ଗକୁ ନେଇ ରାଜରାସ୍ତାକୁ ଓହ୍ଲାଇଛି କଂଗ୍ରେସ । ଆଜି ମାଷ୍ଟର କ୍ୟାଣ୍ଟିନ୍ ଛକରେ ନଗର ଉନ୍ନୟନମନ୍ତ୍ରୀ ପ୍ରତାପ ଜେନା, ମନ୍ତ୍ରୀ ଅଶୋକ ପଣ୍ଡା, ବିଏମ୍ସି କମିଶନରଙ୍କ ପୋଷ୍ଟର ଜାଳି ପ୍ରତିକାତ୍ମକ ବିକ୍ଷୋଭ ପ୍ରଦର୍ଶନ କରିଛି ଛାତ୍ର କଂଗ୍ରେସ ।
ଭୁବନେଶ୍ୱରରେ ଡ୍ରେନ୍ ପାଣିରେ ଭାସି ନିଖୋଜ ଥିବା ଦଶମ ଶ୍ରେଣୀ ଛାତ୍ର ଜ୍ୟୋତି ପ୍ରକାଶ ବେହେରାଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି ସକାଳେ ପଞ୍ଚସଖା ନଗର ନିକଟ ଡ୍ରେନରୁ ଏକ ମୃତଦେହ ଉଦ୍ଧାର ହୋଇଥିଲା।
ଡ୍ରେନ୍ ପାଣିରେ ଭାସି ନିଖୋଜ ଥିବା ଶିରିପୁର ଶତାବ୍ଦୀ ନଗରର ଦଶମ ଶ୍ରେଣୀ ଛାତ୍ର ଜ୍ୟୋତି ପ୍ରକାଶ ବେହେରାଙ୍କ ବର୍ତ୍ତମାନ ସୁଦ୍ଧା କୌଣସି ପତ୍ତା ମିଳିପାରିନି। ୧୮ ଘଣ୍ଟା ଧରି ରେସ୍କ୍ୟୁ ଟିମ୍ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ନିଖୋଜ ଛାତ୍ରଙ୍କ ସମ୍ପର୍କରେ କୌଣସି ସୂଚନା ମିଳିପାରି ନାହିଁ।
ରାଜଧାନୀରେ ଡ୍ରେନ୍ ପାଣିରେ ଭାସିଗଲେ ଛାତ୍ର। ଭୁବନେଶ୍ୱର ଶିରିପୁର ଶତାଦ୍ଦୀନଗର ବ୍ୟାଙ୍କ କଲୋନୀରେ ଜଣେ ୧୫ ବର୍ଷୀୟ ଛାତ୍ର ଡ୍ରେନ ପାଣିରେ ଭାସି ଯାଇ ନିଖୋଜ ହୋଇଯାଇଛନ୍ତି। ପ୍ରବଳ ବର୍ଷାରେ ଖୋଲା ଡ୍ରେନ୍ ପାଣିରେ ଛାତ୍ର ଜଣକ ଭାସି ଯାଇଛନ୍ତି।
ସିଲ୍ ହେଲା ଭୁବନେଶ୍ୱରରେ ଆଉ ୨ଟି ବାର୍। କୋଭିଡ୍ କଟକଣା ଉଲ୍ଲଂଘନ କରି ବାର୍ରେ ନାଚ, ଗୀତ ଓ ମଦର ଆସର ଚାଲିଥିବା ଖବର ପାଇ ବିଏମ୍ସି ଅଧିକାରୀ ଓ କମିଶନରେଟ୍ ପୋଲିସ ଚଢ଼ାଉ କରିଥିଲା।
କଟକରେ ମା’ ଦୁର୍ଗାଙ୍କ ମୂର୍ତ୍ତୀ ଉଚ୍ଚତାକୁ ନେଇ ବଢ଼ିବାରେ ଲାଗିଛି ବିବାଦ । ଏହି ପ୍ରସଙ୍ଗରେ ସାଂସଦ ଭର୍ତ୍ତୃହରି ମହତାବଙ୍କ ମନ୍ତବ୍ୟକୁ ସୁବାସ ସିଂହ ସମାଲୋଚନା କରିଛନ୍ତି । ପ୍ରଥମେ ଦେବାଶିଷ ସାମନ୍ତରାୟ ଭର୍ତ୍ତୃହରି ମହତାବଙ୍କ ମନ୍ତବ୍ୟକୁ ନେଇ ସମାଲୋଚନା କରିଥିବା ବେଳେ ଏବେ ସୁବାସ ସିଂହ ମଧ୍ୟ ବିରୋଧ କରିଛନ୍ତି ।
ଭୁବନେଶ୍ୱରରେ ଏକ କଲ୍ୟାଣ ମଣ୍ଡପର ରୁମ୍ ଭିତରୁ ଜଣେ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ଜଣାପଡ଼ି ନଥିବାବେଳେ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି।