/odishatv-khabar/media/post_attachments/uploadimage/library/16_9/16_9_0/nveen_1627111289.jpg)
nveen
ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୫ରୁ ୨୦ ତାରିଖ ଯାଏ ବିଜୁ ବାବୁଙ୍କ ୧୦୪ତମ ଜୟନ୍ତୀ ପାଳନ କରିବ ବିଜେଡି। ଏଥିପାଇଁ ଦଳର ସମସ୍ତ କାର୍ଯ୍ୟକର୍ତ୍ତାଠାରୁ ଆରମ୍ଭ କରି ଦଳୀୟ ନେତାଙ୍କୁ ସୂଚନା ଦେଇଛନ୍ତି ଦଳର ସଭାପତି ନବୀନ ପଟ୍ଟନାୟକ।
ପ୍ରତି ନିର୍ବାଚନ ମଣ୍ଡଳୀ ସ୍ତରରେ ବିଜୁ ଜୟନ୍ତୀ ପାଳନ କରିବାକୁ ନିଷ୍ପତ୍ତି ନେଇଛି ବିଜୁ ଦନତା ଦଳ। ଏହାସହ ବିଜୁ ଜୟନ୍ତୀରୁ ତିରୋଧାନ ଦିବସ ଏପ୍ରିଲ ୧୭ ଯାଏଁ ବିଜେଡିର ଯୁବ ଓ ଛାତ୍ର ସଂଗଠନ ଦ୍ୱାରା ରକ୍ତଦାନ ଶିବିର ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ଆୟୋଜିତ ମଧ୍ୟ ହେବ। ଏହାସହ ବିଜୁ ଜୟନ୍ତୀରୁ ୨ ସପ୍ତାହ ବ୍ୟାପୀ ଗ୍ରାମାଞ୍ଚଳରେ ପକ୍କାଘର ପାଇନଥିବା ଯୋଗ୍ୟ ହିତାଧିକାରୀଙ୍କୁ ପକ୍କାଘର ଯୋଗ୍ୟତା କାର୍ଡ ଓ ସହରାଞ୍ଚଳର ବସ୍ତିବାସିନ୍ଦାଙ୍କୁ ଜାଗା ମିଶନ ମାଧ୍ୟମରେ ଭୂମି ଅଧିକାର ଯୋଗ୍ୟତା ପ୍ରମାଣ ପତ୍ର ପ୍ରଦାନ କରାଯିବ।
ମାର୍ଚ୍ଚ ୮ରେ ମହିଳା ଦିବସ ଥିବାରୁ ମହିଳା ସମାବେଶ ଆୟୋଜନ କରାଯାଇ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୧୦ଜଣ ସଫଳ ମହିଳାଙ୍କୁ ସମ୍ମାନୀତ କରାଯିବାର କାର୍ଯ୍ୟକ୍ରମ ରହିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)