/odishatv-khabar/media/post_attachments/uploadimage/library/16_9/16_9_0/panda-2_1626339481.jpg)
panda
ଭୁବନେଶ୍ୱର: ଆଜି ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଉପସଭାପତି ଶିବରାଜ ସିଂ ଚୌହାନ। ଜଗତସିଂହପୁର ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ନିମାପଡ଼ା ବ୍ଲକର ତୁଳସୀପୁର ଗାଁର ବଳଙ୍ଗ ପଡ଼ିଆରେ ଏହି ସମାବେଶ ଅନୁଷ୍ଠିତ ହେବ। ସଭା ପରେ ଶିବରାଜ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି।
Advertisment
ସେହିପରି ରେମୁଣା ନିର୍ବାଚନମଣ୍ଡଳୀରେ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା। ବାଲେଶ୍ୱର ସଦର ବ୍ଲକ ଜୟଦେବ କସବା ପଞ୍ଚାୟତର ଗାଙ୍ଗୁମାଲ୍ଲିକଠାରେ ଏହି ସମାବେଶ ହେବ।
ଅନ୍ୟପଟେ ଯାଜପୁରଠାରେ ଆୟୋଜିତ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ରାଜକୁମାର ସିଂ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଯାଜପୁର ଜିଲ୍ଲା କୋରେଇ ନିର୍ବାଚନମଣ୍ଡଳୀର ମଧୁବନ ହେଙ୍ଗୁଳା ପଡ଼ିଆରେ ଏହି ସମାବେଶ ଅନୁଷ୍ଠିତ ହେବ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)