CM Mohan Majhi Calls Meet Photograph: (OTV)
ବିଜେପିର ରାଜ୍ୟସଭା ପ୍ରାର୍ଥୀ ନେଇ ଆଜି ହୋଇପାରେ ମନ୍ଥନ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଡାକିଛନ୍ତି ଜରୁରୀ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ କିଛି ସମୟ ପୂର୍ବରୁ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଡାକିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘରେ ପହଞ୍ଚୁଛନ୍ତି ଜଣଙ୍କ ପରେ ଜଣେ ବିଧାୟକ।
ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ମୁଖ୍ୟ ସଚେତକ ସରୋଜ ପ୍ରଧାନ, ଛବି ମଲ୍ଲିକ, ଅଶୋକ ମହାନ୍ତି, ଜଲେନ୍ ନାୟକ, କେ ଅନୀଲ କୁମାର, ସିମାରାଣୀ ନାୟକ, ରଘୁନାଥ ଜଗଦଲ୍ଲା, ଆଶ୍ରିତ ପଟ୍ଟନାୟକ, ଫକୀର ନାୟକ, ଜୟ ଢୋଲକିଆ, ବିଭୂତି ପ୍ରଧାନ ପ୍ରମୁଖ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ଏ ନେଇ ଆଲୋଚନା ହେବ। ମନ୍ତ୍ରୀ ଓ ବିଧାୟକଙ୍କୁ ଡକରା ହୋଇଥିବା ସୂଚନା ମିଳିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/03/02/cm-mohan-majhi-calls-meet-2026-03-02-13-07-37.jpg)