Advertisment

ବିଜେପିର ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା: ପୁରୀରୁ ସମ୍ୱିତ, କଳାହାଣ୍ଡିରୁ ବସନ୍ତ

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଇଁ ବିଜେପି ଦ୍ୱିତୀୟ ପର୍ଯ୍ୟାୟରେ ୩୬ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ରହିଛି ଓଡ଼ିଶାର ୫ଟି ସିଟ୍। ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ପୁରୀ ଲୋକସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଏଥିସହିତ ପୁରୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନ ଲଢ଼ିବେ ବୋଲି ଯେଉଁ ଚର୍ଚ୍ଚା ହେଉଥିଲା ସେଥିରେ ପୂର୍ଣ୍ଣଛେଦ ପଡ଼ିଛି। ସେହପିରି ବିଜେପି ରାଷ୍ଟ୍ରୀୟ ସମ୍ପାଦକ ସୁରେଶ ପୂଜାରୀ ବରଗଡ଼ରୁ ପ୍ରାର୍ଥୀ ହେବେ। ରାଜ୍ୟ ବିଜେପି […]

author-image
Jyotsnamayee Pradhan
ବିଜେପିର ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା: ପୁରୀରୁ ସମ୍ୱିତ, କଳାହାଣ୍ଡିରୁ ବସନ୍ତ

BJP

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଇଁ ବିଜେପି ଦ୍ୱିତୀୟ ପର୍ଯ୍ୟାୟରେ ୩୬ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ରହିଛି ଓଡ଼ିଶାର ୫ଟି ସିଟ୍।

Advertisment

ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ପୁରୀ ଲୋକସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଏଥିସହିତ ପୁରୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନ ଲଢ଼ିବେ ବୋଲି ଯେଉଁ ଚର୍ଚ୍ଚା ହେଉଥିଲା ସେଥିରେ ପୂର୍ଣ୍ଣଛେଦ ପଡ଼ିଛି।

ସେହପିରି ବିଜେପି ରାଷ୍ଟ୍ରୀୟ ସମ୍ପାଦକ ସୁରେଶ ପୂଜାରୀ ବରଗଡ଼ରୁ ପ୍ରାର୍ଥୀ ହେବେ। ରାଜ୍ୟ ବିଜେପି ସଭାପତି ବସନ୍ତ କୁମାର ପଣ୍ଡା ଏଥର ବିଧାନସଭା ବଦଳରେ ଲୋକସଭା ସିଟ୍‌ରେ ଲଢ଼ିବେ। ସେ କଳାହାଣ୍ଡି ଲୋକସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ।

Advertisment

ଦେବଗଡ଼ ବିଧାୟକ ନୀତେଶ ଗଙ୍ଗଦେବ ଏଥର ସମ୍ବଲପୁର ଲୋକସଭା ଆସନରୁ ନିର୍ବାଚନ ଲଢ଼ିବେ। ଅନ୍ୟପକ୍ଷରେ ଜୟରାମ ପାଙ୍ଗୀ କୋରାପୁଟ ସଂରକ୍ଷିତ ଆସନରୁ ନିର୍ବାଚନ ମଇଦାନକୁ ଓହ୍ଲାଇବେ।

ଓଡ଼ିଶା ପାଇଁ ବିଜେପି ପୂର୍ବରୁ ୧୦ ଲୋକସଭା ଆସନ ଲାଗି ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା। ଗତକାଲିର ଘୋଷଣା ପରେ ଏହି ସଂଖ୍ୟା ୧୫କୁ ବୃଦ୍ଧି ପାଇଛି। ଗତକାଲି  ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହୋଇଥିବା ସେଣ୍ଟ୍ରାଲ ଇଲେକସନ କମିଟି ବୈଠକ ପରେ ପ୍ରାର୍ଥୀଙ୍କ ନାମରେ ମୋହର ଲାଗିଛି।

Advertisment
Advertisment