Advertisment

ପରୀକ୍ଷା ନଥିଲେ ହଷ୍ଟେଲ ଛାଡ଼, ଗାଇଡଲାଇନ୍‌ ଜାରି କଲା ବିଏମ୍‌ସି

ଭୁବନେଶ୍ୱର: ପରୀକ୍ଷା ନଥିଲେ ହଷ୍ଟେଲ ଛାଡ଼। ଏହି ନିର୍ଦ୍ଦେଶ ଦେଇଛି ଭୁବନେଶ୍ୱର ମହାନଗର ନିଗମ (BMC)। ବିଭିନ୍ନ ଶିକ୍ଷାନୁଷ୍ଠାନ ଛାତ୍ରାବାସର ଅନ୍ତେବାସୀଙ୍କ ଲାଗି ଗାଇଡ୍‌ଲାଇନ୍ ଜାରି କରିଛି ବିଏମ୍‌ସି। ପରୀକ୍ଷା ସରିଥିବା ଓ ପରୀକ୍ଷା ନଥିବା ପିଲାଙ୍କୁ ହଷ୍ଟେଲ ଛାଡ଼ିବାକୁ ପରାମର୍ଶ ଦିଆଯାଇଛି। ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ଅଭିଭାବକଙ୍କୁ ଏ ନେଇ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁ ପିଲାଙ୍କ ପରୀକ୍ଷା ସରିନି, ପୂରା ଗାଇଡ୍ ଲାଇନ୍ ମାନି ଚଳିବାକୁ ନିର୍ଦ୍ଦେଶ ଦିଆଯାଇଛି। କୋଭିଡ୍ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି […]

author-image
Chandan Shishu
ପରୀକ୍ଷା ନଥିଲେ ହଷ୍ଟେଲ ଛାଡ଼, ଗାଇଡଲାଇନ୍‌ ଜାରି କଲା ବିଏମ୍‌ସି

hostel

ଭୁବନେଶ୍ୱର: ପରୀକ୍ଷା ନଥିଲେ ହଷ୍ଟେଲ ଛାଡ଼। ଏହି ନିର୍ଦ୍ଦେଶ ଦେଇଛି ଭୁବନେଶ୍ୱର ମହାନଗର ନିଗମ (BMC)। ବିଭିନ୍ନ ଶିକ୍ଷାନୁଷ୍ଠାନ ଛାତ୍ରାବାସର ଅନ୍ତେବାସୀଙ୍କ ଲାଗି ଗାଇଡ୍‌ଲାଇନ୍ ଜାରି କରିଛି ବିଏମ୍‌ସି। ପରୀକ୍ଷା ସରିଥିବା ଓ ପରୀକ୍ଷା ନଥିବା ପିଲାଙ୍କୁ ହଷ୍ଟେଲ ଛାଡ଼ିବାକୁ ପରାମର୍ଶ ଦିଆଯାଇଛି। ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ଅଭିଭାବକଙ୍କୁ ଏ ନେଇ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁ ପିଲାଙ୍କ ପରୀକ୍ଷା ସରିନି, ପୂରା ଗାଇଡ୍ ଲାଇନ୍ ମାନି ଚଳିବାକୁ ନିର୍ଦ୍ଦେଶ ଦିଆଯାଇଛି। କୋଭିଡ୍ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି BMC ପକ୍ଷରୁ ଗାଇଡ୍ ଲାଇନ୍ ଜାରି କରାଯାଇଛି।

Advertisment

https://twitter.com/bmcbbsr/status/1379806165576556551?s=20

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଥରେ ବଢିବାରେ ଲାଗିଛି। ବିଶେଷ କରି ଶିକ୍ଷାନୁଷ୍ଠାନ ଗୁଡିକରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ପ୍ରଥମେ ଭୁବନେଶ୍ୱରସ୍ଥିତ ଘରୋଇ ଶିକ୍ଷାନୁଷ୍ଠାନ XIMBରେ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ପରେ କେନ୍ଦ୍ରୀୟ ବିଦ୍ୟାଳୟ, ନିଟ୍‌, ରେଭେନ୍ସା ଓ ସିଲିକନରୁ କରୋନା ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି।

ସେହିପରି  ସାଧାରଣ ଲୋକଙ୍କୁ ବିଏମସି ଓ ବିଡିଏ କାର୍ଯ୍ୟାଳୟ ଆସିବା ମନା କରାଯାଇଛି। ଏପ୍ରିଲ ୧୨ରୁ ୩୦ ପର୍ଯ୍ୟନ୍ତ ଲୋକଙ୍କ ପାଇଁ ଉଭୟ କାର୍ଯ୍ୟାଳୟ ବନ୍ଦ ରହିବ। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ପ୍ରଶାସନ ଏଭଳି ପଦକ୍ଷେପ ନେଇଛି। ଲୋକଙ୍କ ଅଭିଯୋଗ ପାଇଁ ଉଭୟ କାର୍ଯ୍ୟାଳୟର ହେଲ୍ପ ଲାଇନ ନମ୍ବର ଜାରି କରାଯାଇଛି। BMC ପାଇଁ-୦୬୭୪-୨୪୩୧୨୫୩, BDA ପାଇଁ-୦୬୭୪-୨୩୯୨୨୮୦। ଇ-ମେଲ୍ [email protected], BDA- [email protected]

Advertisment

ଆଜି ଗୋଟିଏ ଦିନରେ କେବଳ ରାଜଧାନୀ ଭୁବନେଶ୍ୱରରୁ ୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍‌ ସେଂଟରରୁ ଚିହ୍ନଟ ହୋଇଥିବା ବେଳେ ୭୯ ଜଣ ସ୍ଥାନୀୟ ଅଂଚଳରୁ ଅର୍ଥାତ୍‌ ଲୋକାଲ କେସ ବୋଲି ସୂଚନା ମିଳିଛି।

ଏହାସହ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଟଙ୍କପାଣି ରୋଡ଼ ଅଂଚଲରୁ ସର୍ବାଧିକ ଚିହ୍ନଟ ହୋଇଥିବା ବେଳେ ଖଣ୍ଡଗିରିରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁରୁତ୍ୱପୂର୍ଣ୍ଣ କଥା ହେଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୯୩୫ ରହିଥିବା ବେଳେ ସୁସ୍ଥଙ୍କ ସଂଖ୍ୟା ୩୨୦୫୩ ରହିଛି। ଏହାସହ ଆକ୍ଟିଭ କେସର ସଂଖ୍ୟା ୬୧୧ ରହିଥିବା ବିଏମସି ଟ୍ୱିଟ୍‌ କରି ସୂଚନା ଦେଇଛି।

ସେହିପରି ରାଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟାରେ  ୭୯୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୫୯ କରୋନା କ୍ୱାରେଣ୍ଟିନରେ ଥିବାବେଳେ ୩୩୨ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି  ସୂଚନା ଦିଆଯାଇଛି।

Corona Breaking News Corona In Bhubaneswar
Advertisment
Advertisment