bals
ଜଳେଶ୍ୱର(ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ଭୋଗରାଇରେ ଶ୍ରୀ ଶ୍ରୀ ଚନ୍ଦନେଶ୍ୱର ଶୈବପୀଠରେ ଧୁମଧାମ୍ରେ ଚଡ଼କ ମେଳା ଚାଲିଛି। ଆଜି ଠାକୁରଙ୍କ ନିକଟରେ ନୀଳ ପର୍ବ ରୀତିନୀତିରେ ପୂଜାର୍ଚ୍ଚନା କରାଯାଉଛି।
ଆସନ୍ତାକାଲି ଅର୍ଥାତ୍ ଅନ୍ତିମ ଦିନ ପାଟ ପର୍ବ ପରମ୍ପରା କରାଯିବ। ଏଥିପାଇଁ ପ୍ରବଳ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ସରକାରୀ ହିସାବରେ ୭୦ ହଜାର ଉବୀତଧାରୀ ଭକ୍ତ ମେଳାରେ ଯୋଗ ଦେଇଥିବା ବେଳେ ବେସରକାରୀ ଭାବେ ଏହା ଲକ୍ଷେରୁ ଅଧିକ ବୋଲି ଆକଳନ କରାଯାଇଛି।
ସୁରକ୍ଷା ଦୃଷ୍ଟିରୁ ୧୭ ପ୍ଲାଟୁନ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି। ଜିଲ୍ଲାପାଳ, ଏସ୍ପି, ଭୋଗରାଇ ତହସିଲଦାରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ମେଳାର ଅନୁଧ୍ୟାନ କରୁଛନ୍ତି। ଏପ୍ରିଲ ୧ରୁ ଆରମ୍ଭ ହୋଇଥିବା ଏହି ମେଳା ଆସନ୍ତାକାଲି ସରିବ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/bals-890_1626760611.jpg)