/odishatv-khabar/media/post_attachments/uploadimage/library/16_9/16_9_0/odisha-cm_1623257524.jpg)
naveen patnaik
ଭୁବନେଶ୍ୱର: ଆଜି ୭ଟି ଜିଲ୍ଲାରେ ୭ଟି ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହିତ ବାଲେଶ୍ୱରରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ସହାୟତାରେ ଏକ ଅତିରିକ୍ତ ସ୍ୱାସ୍ଥ୍ୟ ସୁବିଧା କେନ୍ଦ୍ର, ଡେଙ୍ଗୁ ଓ ଡାଇରିଆ ୱାର୍ଡର ଭିତ୍ତିପ୍ରସ୍ତର ସ୍ଥାପନ ରଖିଛନ୍ତି ।
ସେହିଭଳି କଟକରେ ଫୁସଫୁସ୍ ରୋଗର ଚିକିତ୍ସା ପାଇଁ ଏକ ଉତ୍କର୍ଷ କେନ୍ଦ୍ର ଓ ନବରଙ୍ଗପୁରରେ ଏକ RT-PCR ଟେଷ୍ଟ୍ ଲାବୋରେଟୋରୀର ଭର୍ଚୁଆଲରେ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସମସ୍ତ ଭିତ୍ତିଭୂମି ପାଇଁ ୨୯ କୋଟି ୪୧ ଲକ୍ଷ ଟଙ୍କା ବିନିଯୋଗ କରାଯାଇଛି । ଆଜିର ନୂଆ ବ୍ୟବସ୍ଥାଗୁଡ଼ିକ ଲୋକଙ୍କୁ ଖୁବ୍ଶୀଘ୍ର ସେବା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।
ଅନ୍ୟପଟେ ରଜ ଓ ସାବିତ୍ରୀରେ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ନିଜର ଆବଶ୍ୟକତାକୁ ପୂରଣ କରିବା ସହ ଓଡିଶା, ୧୭ଟି ରାଜ୍ୟକୁ ଅକ୍ସିଜେନ ଯୋଗାଇଛି । ରାଜ୍ୟର ସବୁ ପ୍ରମୁଖ ହସ୍ପିଟାଲରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ନିର୍ମାଣ କରାଯାଉଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ରଜ ଓ ସାବିତ୍ରୀ ଉତ୍ସବ ସମୟରେ ଜନସାଧାରଣ ସତର୍କ ରହି, କୋଭିଡ ନିୟମ ପାଳନ କରି ପର୍ବ ପାଳିବାକୁ ନିବେଦନ କରିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)