Advertisment

ଶିଶୁଙ୍କ ସୁରକ୍ଷାକୁ ନେଇ ଚିନ୍ତା ପ୍ରକଟ କଲେ ମୁଖ୍ୟମନ୍ତ୍ରୀ

ଗୋଟିଏ ପଟେ କରୋନା ବଢୁଛି, ଅନ୍ୟ ପଟେ ଚିନ୍ତା ବି ବଢୁଛି। ଆଉ ଏହାରି ମଧ୍ୟରେ, ଶିଶୁଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଅଦ୍ୟତନ ହୋଇଛି
ଶିଶୁଙ୍କ ସୁରକ୍ଷାକୁ ନେଇ ଚିନ୍ତା ପ୍ରକଟ କଲେ ମୁଖ୍ୟମନ୍ତ୍ରୀ

naveen patnaik

Advertisment

ଭୁବନେଶ୍ୱର: ରାଜ୍ୟରେ ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫୋକସ। କୋଭିଡ୍ ପରିସ୍ଥିତି ସଂପର୍କରେ ସମୀକ୍ଷା କରି ଶିଶୁଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ଉପରେ ଗୁରୁତ୍ୱ ଦେଇଛନ୍ତି ନବୀନ। ଏଥିପାଇଁ ତାଲିମ ନେବେ ୧୧୧୪ ଡାକ୍ତର। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରୁ ଆରମ୍ଭ କରି ମେଡିକାଲ କଲେଜ ପର୍ଯ୍ୟନ୍ତ ୧୧୧୪ ଡାକ୍ତର ଓ ୧୦୩୬ ସ୍ୱାସ୍ଥ୍ୟକର୍ମୀଙ୍କୁ ଶିଶୁ କୋଭିଡ ରୋଗୀଙ୍କ ତାଲିମ ଆରମ୍ଭ କରାଯିବ ବୋଲି ସୂଚନା  ମିଳିଛି। ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ସଂପର୍କରେ ବିଶେଷଜ୍ଞମାନେ ମତ ଦେଉଥିବାରୁ, ଏବେଠାରୁ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Advertisment

ଏହା ସହିତ ତୃତୀୟ ଲହରର ମୁକାବିଲା ପାଇଁ ୩୦୦୦ ବେଡ୍, ୨୩୯୦ Isolation ବେଡ୍, ୬୧୦ ICU ବେଡ୍ ପ୍ରସ୍ତୁତ ରଖାଯାଇଥିବା ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ଏହାସହିତ ଜୁନ୍ ମଧ୍ୟ ଭାଗରୁ ଗଞ୍ଜାମ, କୋରାପୁଟ ଓ ରାୟଗଡା ଜିଲ୍ଲାରେ ଚତୁର୍ଥ sero survey ଆରମ୍ଭ କରାଯିବ ଏବଂ ଏଥିରେ ପିଲାମାନଙ୍କ ବିଷୟରେ ବିଶେଷ ତଥ୍ୟ ସଂଗ୍ରହ କରାଯିବ ବୋଲି ମଧ୍ୟ ସେ ସୂଚନା ଦେଇଛନ୍ତି। ଦୈନିକ ଟିକାଦାନ ୩ ଲକ୍ଷକୁ ବୃଦ୍ଧି ଲାଗି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଭିଡିଓ କନ୍ଫରେନ୍ସିଂ ଯୋଗେ କରିଥିବା ଏହି ସମୀକ୍ଷା ବୈଠକରେ ରାଜ୍ୟରେ କୋଭିଡ ସଂକ୍ରମରେ ଉନ୍ନତି ପରିଲକ୍ଷିତ ହେବା ସହିତ ପଜିଟିଭିଟି ରେଟ୍ ହ୍ରାସ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଆଶ୍ୱସ୍ତି ପ୍ରକାଶ କରିଥିଲେ।

CM Naveen Patnaik
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ