/odishatv-khabar/media/post_attachments/uploadimage/library/16_9/16_9_0/naveen_1625394978.jpg)
naveen
ଭୁବନେଶ୍ୱର: କରୋନାରେ କ୍ଷତିଗ୍ରସ୍ତ ଗ୍ରାମୀଣ ଅର୍ଥନୀତିର ପୁନରୁଦ୍ଧାର କୋଭିଡ୍-୧୯ ସହାୟତା ପ୍ୟାକେଜ୍କୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ୟାକେଜ୍ରେ ଗ୍ରାମାଞ୍ଚଳର ଗରିବ, ଅତିଗରିବ ଓ ପ୍ରବାସୀଙ୍କ ପାଇଁ ୪ ପ୍ରକାର ବ୍ୟବସ୍ଥା ହୋଇଛି। ଅଣୁ ଓ କ୍ଷୁଦ୍ର ଉଦ୍ୟୋଗର ବିକାଶ ପାଇଁ ୫୦ ହଜାର ପର୍ଯ୍ୟନ୍ତ ଋଣ ବ୍ୟବସ୍ଥା କରାଯାଇଛି।
ଏସ୍ଏଚ୍ଜି ସଭ୍ୟା କିମ୍ବା ପରିବାରର ସଦସ୍ୟ ଏହି ଋଣ ନେଇପାରିବେ। କୃଷି, ଅଣକୃଷି କ୍ଷେତ୍ରରେ ଗଠିତ ଗୋଷ୍ଠୀଙ୍କୁ ଦେଢ଼ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯାଇପାରବ ବୋଲି ସରକାର ଘୋଷଣା କରିଛନ୍ତି। ୬ ମାସରୁ ଊର୍ଦ୍ଧ୍ୱ ଉଦ୍ୟୋଗୀ ଓ ବର୍ଷେରୁ ଊର୍ଦ୍ଧ୍ୱ ଉତ୍ପାଦକ ଗୋଷ୍ଠୀଙ୍କୁ ଏହି ଋଣ ଦିଆଯିବ।
ଅତିଗରିବ କିମ୍ବା ଅସହାୟଙ୍କ ଦ୍ୱାରା ପରିଚାଳିତ ଉଦ୍ୟୋଗ ପାଇଁ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି। ଜୀବିକାର ଉନ୍ନତି ନିମନ୍ତେ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯିବ। ରାଜ୍ୟକୁ ଫେରିଥିବା କୁଶଳୀ ଓ ଅର୍ଦ୍ଧକୁଶଳୀ ପ୍ରବାସୀଙ୍କ ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି। ପୁରୁଣା କିମ୍ବା ନୂଆ ଉଦ୍ୟୋଗର ଆରମ୍ଭ କଲେ ଋଣ ଆଶାୟୀମାନଙ୍କୁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଇ ଦିଆଯିବ ବୋଲି ସରକାର ଘୋଷଣା କରିଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)