Advertisment

Republic Day At Barabati Stadium: ବାରବାଟୀ ଷ୍ଟାଡିୟମରେ ସାଧାରଣତନ୍ତ୍ର ଦିବସ, ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

କଟକରେ ଜାତୀୟ ପତାକା ଉତ୍ତୋଳନ କରି ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ଉପଲବ୍ଧି ଓ ସଫଳତା ବଖାଣିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ପୂର୍ବ ସରକାରଙ୍କୁ ଟାର୍ଗେଟ କରିଥିଲେ।

CM Mohan Majhi

CM Mohan Majhi Photograph: (OTV)

Advertisment

କଟକରେ ଜାତୀୟ ପତାକା ଉତ୍ତୋଳନ କରି ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ଉପଲବ୍ଧି ଓ ସଫଳତା ବଖାଣିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ପୂର୍ବ ସରକାରଙ୍କୁ ଟାର୍ଗେଟ କରିଥିଲେ। 

Advertisment

ମୁଖ୍ୟମନ୍ତ୍ରୀ କହିଥିଲେ, ଗୁଣାତ୍ମକ ଶିକ୍ଷା ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ। ରଙ୍ଗମରା ସ୍କୁଲ ନୁହେଁ, ଭିତ୍ତିଭୂମି ସମ୍ପନ୍ନ ବିଦ୍ୟାଳୟ ନିର୍ମାଣ ହେଉଛି। ଆୟୁଷ୍ମାନ ଭାରତ ଯୋଜନା ରାଜନୀତିର ଶିକାର ହୋଇଥିଲା। ଆମ ସରକାର ଆସିବା ପରେ ଏହାକୁ ଲାଗୁ କଲୁ। ଏହା ଦ୍ୱାରା ସାଢ଼େ ୩ କୋଟି ଲୋକ ଉପକୃତ ହେଉଛନ୍ତି।

ଓଡ଼ିଆ ଭାଷାର ପ୍ରଚାର ପ୍ରସାର ଉପରେ ଗୁରୁତ୍ବ ଦେଉଛୁ। ବାଲିଯାତ୍ରାକୁ ୟୁନେସ୍କୋର ମାନ୍ୟତା ପାଇଁ ଉଦ୍ୟମ ସଫଳ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

Advertisment

ମହିଳା ବିରୋଧୀ ହିଂସାକାରୀଙ୍କୁ ବି କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମହିଳା ବିରୋଧୀ ହିଂସାକାରୀଙ୍କ ଗୋଟିଏ ଠିକଣା ହେଉଛି ଜେଲ୍। ମହିଳା ବିରୋଧୀ ହିଂସାକୁ କଦାପି ବରଦାସ୍ତ କରାଯିବନି। ଯେପର୍ଯ୍ୟନ୍ତ ମହିଳାଙ୍କ ବିକାଶ ହେବନି, ରାଜ୍ୟର ବିକାଶ ହୋଇପାରିବନି। ନାରୀ ସୁରକ୍ଷା ଓ ନାରୀ ସମ୍ମାନ ଆମ ପାଇଁ ସର୍ବାଗ୍ରେ। 
ମହିଳାଙ୍କ ସୁରକ୍ଷା ପ୍ରତି ଆମେ ପ୍ରତିଶ୍ରୁତିବଦ୍ଧ ଓ ଆମର ଶୂନ୍ୟ ସହନଶୀଳତା ନୀତି। ମହିଳା ହିଂସାରେ ଆମର ଦଣ୍ଡବିଧାନ ହାର କମ୍ ଥିଲା। ଆମେ କ୍ଷମତାକୁ ଆସିବା ପରେ ଦଣ୍ଡବିଧାନ ହାର ବଢ଼ିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ବାରବାଟୀ ଷ୍ଟାଡିୟମରୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
ଆମ ସମ୍ବିଧାନ ଆମକୁ ଭାତୃଭାବରେ ବାନ୍ଧି ରଖିଛି
ଦେଶ ସ୍ବାଧୀନ ପରେ ୨ଟି ଚ୍ୟାଲେଞ୍ଜର ସମ୍ମୁଖୀନ ହୋଇଥିଲା
ବିଭାଜନର ବିଭୀଷିକା ଓ ବିଧି ବ୍ୟବସ୍ଥାରେ ଦେଶକୁ କିପରି ଚଲାଇବା
ଦେଶକୁ ବିଧି ବ୍ୟବସ୍ଥାରେ ଚଲାଇବା ପାଇଁ ସମ୍ବିଧାନ ଲେଖାଗଲା
ସମ୍ବିଧାନ ପ୍ରତ୍ୟେକ ଭାରତୀୟଙ୍କ ଜୀବନର ମାନଦଣ୍ଡ
ଆଜି ମୋଦିଙ୍କ ନେତୃତ୍ବରେ ଦେଶ ଆଗକୁ ବଢୁଛି
ମେକ୍ ଇନ୍ ଇଣ୍ଡିଆ ଦେଶକୁ ଆତ୍ମନିର୍ଭରଶୀଳ କରୁଛି
ଚିପରୁ ସିପ୍ ସବୁ କ୍ଷେତ୍ରରେ ଆଜି ଆମେ ଆତ୍ମନିର୍ଭରଶୀଳ
୨୫ କୋଟି ଲୋକେ ଗରିବୀରୁ ଉପରକୁ ଉଠି ପାରିଛନ୍ତି
ମୋଦିଙ୍କ ହାତରେ ଆଜି ଦେଶ ପୂରା ସୁରକ୍ଷିତ
ପଡ଼ୋଶୀ ଦେଶଠାରୁ ଆମେ ଆତଙ୍କବାଦର ଶିକାର ହେଉଥିଲୁ
ମୋଦିଙ୍କ ନେତୃତ୍ବରେ ଆମେ କଡ଼ା ଜବାବ ଦେଇଛୁ

Advertisment
Republic Day odisha cm mohan majhi barabati stadium
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ