/odishatv-khabar/media/media_files/2026/01/08/bomb-threat-2026-01-08-13-51-52.jpg)
Bomb Threat Photograph: (OTV)
ସମ୍ବଲପୁର, କଟକ ଓ ଦେବଗଡ ଜିଲ୍ଲା କୋର୍ଟକୁ ଇ-ମେଲରେ ବୋମା ଧମକ ପରେ ଆଜି ସଂନ୍ଧ୍ୟାରେ ଏ ସମ୍ପର୍କରେ ବସୁଛି ଏକ ଉଚ୍ଚସ୍ତରୀୟ ବୈଠକ । ଏହି ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏନେଇ ସମ୍ପୂର୍ଣ୍ଣ ସମୀକ୍ଷା କରାଯିବ। ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ପୋଲିସ ମହାନିର୍ଦ୍ଦେଶକଙ୍କ ସହିତ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
Advertisment
ଘଟଣାର ତଦନ୍ତ କରି ସତ୍ୟାସତ୍ୟ ବାହାର କରିବା ସହ ଏଥିରେ ସମ୍ପୃକ୍ତ ଅପରାଧୀଙ୍କୁ ଖୋଜି ବାହାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ଉଚ୍ଚପଦସ୍ତ ଅଧିକାରୀଙ୍କୁ ପଠାଇ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ବୋମା ଧମକ ଆସିବା ପରେ ମୁଖ୍ୟମନ୍ତ୍ରୀ ଏନେଇ ଗଭୀର ଉଦବେଗ ପ୍ରକାଶ କରିଛନ୍ତି ।
Advertisment



Related Articles
Subhadra Yojana: ଚଳିତ ସପ୍ତାହରେ ମିଳିବ ସୁଭଦ୍ରା କିସ୍ତି, ଉପମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା
POSTED

Doctors’ OPD Services Remain Shut: ଆଜି ବି ଡାକ୍ତରଙ୍କ ୨ ଘଣ୍ଟିଆ ଓପିଡି ବନ୍ଦ ଆନ୍ଦୋଳନ
POSTED

Officials Obstruct Mobile Tower Construction: ନୂଆ ମୋବାଇଲ୍ ଟାଓ୍ୱାର୍ ନିର୍ମାଣରେ ବାଧକ ସାଜିଛନ୍ତି ସରକାରୀ ବାବୁ!
POSTED

Bomb Threat to Court: ୩ କୋର୍ଟକୁ ଧମକ, ଖାଲି କର କୋର୍ଟ ନହେଲେ ଉଡ଼ାଇ ଦେବୁ...
POSTED

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)